ଭଗୀରଥ ଦାସ
ଭଗୀରଥ ଦାସ | |
---|---|
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୧ – ୧୯୬୭ | |
ପର ଅଧିକାରୀ | ଉତ୍ସବ ଚରଣ ଜେନା |
ନିର୍ବାଚନ ମଣ୍ଡଳୀ | ଶିମୂଳିଆ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୮ ଅକ୍ଟୋବର ୧୯୨୮ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ସାବିତ୍ରୀ ଦେଇ |
ସନ୍ତାନ | ୫ ପୁଅ, ୨ ଝିଅ |
ବାପା/ବୋଉ | ଫକୀର ଦାସ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଭଗୀରଥ ଦାସ (ଜନ୍ମ: ୨୮ ସେପ୍ଟେମ୍ବର ୧୯୨୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଏବଂ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଶିମୂଳିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ଶିକ୍ଷା ଓ ପରିବାର
[ସମ୍ପାଦନା]ଭଗୀରଥ ଦାସ ୧୯୨୮ ମସିହାର ଅକ୍ଟୋବର ମାସ ୨୮ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୨] ତାଙ୍କ ବାପାଙ୍କ ନାମ ଫକୀର ଦାସ ।[୨] ଭଗୀରଥଙ୍କର ଶିକ୍ଷାଗତ ଯୋଗ୍ୟତା ହେଉଛି କଳାରେ ଇଣ୍ଟରମିଡିଏଟ୍ ।[୧] ସେ ସବିତ୍ରୀ ଦେଇଙ୍କୁ ବିବାହ କରିଥିଲେ ।[୩] ଏହି ଦମ୍ପତ୍ତିଙ୍କର ୫ଟି ପୁଅ ଓ ୨ଟି ଝିଅ ଅଛନ୍ତି ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଭଗୀରଥ ଦାସ ୧୯୬୧ ମସିହାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ଶିମୂଳିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧] ଏହି ବିଧାନ ସଭାରେ ସେ ୧୯୬୧ ମସିହାରୁ ୧୯୬୭ ମସିହାଯାଏଁ କାର୍ଯ୍ୟ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ ୧.୪ "Shri Bhagiratha Das". odishaassembly.nic.in. Odisha Assembly. Retrieved 25 April 2019.
- ↑ ୨.୦ ୨.୧ "MLA Bhagiratha Das Profile | SIMULIA Constituency". naveenpatnaik.com. Archived from the original on 2017-10-28. Retrieved 2019-04-27.
- ↑ "MLA Bhagiratha Das Profile | SIMULIA Constituency". www.odishahelpline.com. Retrieved 2019-04-27.