Jump to content

ବୀଣାପାଣି ମହାନ୍ତି

ଉଇକିପିଡ଼ିଆ‌ରୁ
(Binapani Mohantyରୁ ଲେଉଟି ଆସିଛି)
ବୀଣାପାଣି ମହାନ୍ତି
ଜନ୍ମ ଓ ଜନ୍ମସ୍ଥାନ(1936-11-11)୧୧ ନଭେମ୍ବର ୧୯୩୬
ବ୍ରହ୍ମପୁର, ଗଞ୍ଜାମ
ମୃତ୍ୟୁ୨୪ ଅପ୍ରେଲ ୨୦୨୨(2022-04-24) (ବୟସ ୮୫)
ବୃତ୍ତିଅଧ୍ୟାପିକା
ଭାଷାଓଡ଼ିଆ, ଇଂରାଜୀ
ନାଗରିକତାଭାରତୀୟ
ଶିକ୍ଷାସ୍ନାତକୋତ୍ତର (ଅର୍ଥନୀତି)[୧]
ଶିକ୍ଷାନୁଷ୍ଠାନରେଭେନ୍ସା ମହାବିଦ୍ୟାଳୟ
ସାହିତ୍ୟ କୃତିପାଟଦେଇ
କସ୍ତୁରୀ ମୃଗ ଓ ସବୁଜ ଅରଣ୍ୟ
ପୁରସ୍କାରକେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର
ଶାରଳା ପୁରସ୍କାର
ସମ୍ପର୍କୀୟନିରୁପମା ରଥ (ବଡ଼ ଭଉଣୀ)

ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।[୨]

ଜୀବନୀ

[ସମ୍ପାଦନା]

ବୀଣାପାଣି ମହାନ୍ତିଙ୍କ ଜନ୍ମ ୧୯୩୬ ମସିହାରେ ବ୍ରହ୍ମପୁରରେ ହୋଇଥିଲା । ମାତ୍ର ତାଙ୍କ ପୈତୃକ ଗୃହ କେନ୍ଦ୍ରାପଡ଼ା ନିକଟସ୍ଥ ଚାନ୍ଦୋଳଠାରେ ଥିଲା । ସେ ୧୯୫୩ ମସିହାରେ ମାଟ୍ରିକ, ୧୯୫୭ରେ ଅର୍ଥନୀତିରେ ସ୍ନାତକ ଓ ୧୯୫୯ରେ ସ୍ନାତକୋତ୍ତର ଉତ୍ତୀର୍ଣ୍ଣ ହୋଇଥିଲେ । ସେ ଆଜୀବନ ଅବିବାହିତା ଥିଲେ ।[୩] ୧୯୬୦ ମସିହାରେ ସେ ଜଣେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ ଓ ୧୯୯୨ରେ ଏଥିରୁ ଅବସର ଗ୍ରହଣ କରିଥିଲେ । ତାଙ୍କର ସାହିତ୍ୟିକ ଜୀବନ କବିତା ଲେଖାରୁ ଆରମ୍ଭ ହୋଇଥିଲା ।

ରଚନାବଳୀ

[ସମ୍ପାଦନା]

ବୀଣାପାଣି ମହାନ୍ତି ପ୍ରଥମେ କବିତା ରଚନା ଆରମ୍ଭ କରି ପରବର୍ତ୍ତୀ ସମୟରେ ଗଳ୍ପ ଓ ଉପନ୍ୟାସ ମଧ୍ୟ ରଚନା କରିଥିଲେ । ୧୯୫୫ ମସିହାରେ ତାଙ୍କର ପ୍ରଥମ କବିତା "ତନ୍ଦ୍ରାହତ" ପ୍ରଜାତନ୍ତ୍ର ନାରୀମହଲରେ ପ୍ରକାଶ ପାଇଥିଲା । ୧୯୫୭ ମସିହାରେ ତାଙ୍କର ପ୍ରଥମ ଗଳ୍ପ ଗୋଟିଏ ରାତ୍ରୀର କାହାଣୀ ରବିବାର ପ୍ରଜାତନ୍ତ୍ରରେ ପ୍ରକାଶ ପାଇଥିଲା । ୧୯୬୧ ମସିହାରେ ତାଙ୍କ ଗଳ୍ପ "ନାଉଗଛ" ତାଙ୍କୁ ବହୁ ପାଠକୀୟ ସ୍ୱୀକୃତି ଆଣି ଦେଇଥିଲା । ପରେ ସେ କବିତା ଛାଡ଼ି ସମ୍ପୂର୍ଣ୍ଣ ଭାବରେ ଗଳ୍ପ ଲେଖିବାକୁ ଲାଗିଥିଲେ । ତାଙ୍କର ରଚନା ମୁଖ୍ୟତଃ ଚଳନ୍ତି ଜନଜୀବନକୁ ଭିତ୍ତି କରି । ସେ "ନାଉଗଛ" ଗଳ୍ପଟି ବାଲେଶ୍ୱର କୁନ୍ତଳା କୁମାରୀ ମହାବିଦ୍ୟାଳୟରେ ଅଧ୍ୟାପନା ସମୟରେ ଲେଖିଥିଲେ । କଲେଜରେ ଆପେ ଆପେ ମାଡ଼ିଥିବା ନାଉଗଛ ଥିଲା ଏ ଗଳ୍ପ ପଛର ପ୍ରେରଣା । ସେହିପରି ପାଟଦେଈ ଗଳ୍ପଟି ଭୁବନେଶ୍ୱରର ରସୁଲଗଡ଼ ଛକରେ ବସରେ ଜୋର କରି ଠେଲି ବସାଯାଇଥିବା ଏକ ଝିଅକୁ ଦେଖି ଲେଖାଯାଇଥିଲା ।

ରଚନାବଳୀ

[ସମ୍ପାଦନା]

୧.ଶକୁନୀର ଛକା ୨.ଅପହଞ୍ଚ ଆକାଶ ୩. ପାଟଦେଇ

ଉପନ୍ୟାସ

[ସମ୍ପାଦନା]
  • ସୀତାର ଶୋଣିତ
  • ମନସ୍ୱିନୀ
  • କୁନ୍ତୀ କୁନ୍ତଳା ଶକୁନ୍ତଳା

ଆତ୍ମଜୀବନୀ

[ସମ୍ପାଦନା]
  • ବିତିଯାଇଥିବା ଦିନ

ସମ୍ମାନ ଓ ପୁରସ୍କାର

[ସମ୍ପାଦନା]

ମୃତ୍ୟୁ

[ସମ୍ପାଦନା]

୨୦୨୨ ମସିହା ଅପ୍ରେଲ ୨୪ ତାରିଖରେ ୮୫ ବର୍ଷ ବୟସରେ ବୀଣାପାଣି ମହାନ୍ତିଙ୍କର ଦେହାନ୍ତ ହୋଇଥିଲା ।[୧୨]

  1. ↑ "Women's Writing". womenswriting.com. Archived from the original on 30 October 2007. Retrieved 8 January 2013. She graduated from Ravenshaw College with a master's degree in economics in 1959
  2. ↑ "କଥା ଝରକା". କଥା ପତ୍ରିକା (ମାର୍ଚ୍ଚ ୨୦୨୦): ପୃଷ୍ଠା ୨୪. Retrieved 16 March 2020.
  3. ↑ "meet the author Binapani Mohanty" (PDF). sahitya-akademi.gov.in. Retrieved 26 July 2020.
  4. ↑ "MINISTRY OF HOME AFFAIRS: PRESS NOTE" (PDF). padmaawards.gov.in. Retrieved 26 January 2020.
  5. ↑ "AKADEMI AWARDS (1955-2020)". କେନ୍ଦ୍ର ସାହିତ୍ୟ ଏକାଡେମୀ. Retrieved 18June 2021. {{cite web}}: Check date values in: |accessdate= (help)
  6. ↑ "ବୀଣାପାଣି ମହାନ୍ତି ପାଇବେ ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର". No. ଧରିତ୍ରୀ ୦୩।୦୩।୨୦୨୦ ଭୁବନେଶ୍ୱର ସଂସ୍କରଣ ପୃଷ୍ଠା ୩. ଧରିତ୍ରୀ. Archived from the original on 3 March 2020. Retrieved 3 March 2020.{{cite news}}: CS1 maint: bot: original URL status unknown (link)
  7. ↑ "ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କୃତ ପୁସ୍ତକ ଓ ଲେଖକ". ଓଡ଼ିଶା ସାହିତ୍ୟ ଏକାଡେମୀ. Archived from the original on 21 February 2020. Retrieved 10 March 2017.
  8. ↑ "ଝଙ୍କାର ପୁରସ୍କାର ବିଜେତା" (PDF). ପ୍ରଜାତନ୍ତ୍ର ପ୍ରଚାର ସମିତି. Archived (PDF) from the original on 8 October 2020. Retrieved ୧ ଜୁନ ୨୦୨୧. {{cite web}}: Check date values in: |accessdate= (help)
  9. ↑ "The Hindu : Other States / Orissa News : Sarla Puraskar presented to Binapani Mohanty". hindu.com. 2010. Retrieved 8 January 2013. Celebrated writer Binapani Mohanty was conferred the coveted literary award - Sarala Puraskar - for 2010
  10. ↑ "Binapani Mohanty gets Sahitya Bharati Samman". Times of India. 21 January 2002. Retrieved 26 July 2020.
  11. ↑ "ଅନୁଭୂତିରେ ଜର୍ଜରିତ ହେଲେ ଯାଇ ଗଳ୍ପରେ ତାକୁ ରୂପ ଦିଏ". ଧରିତ୍ରୀ, ସାହିତ୍ୟାୟାନ. 26 December 2015. Retrieved 10 March 2017.
  12. ↑ "ପରଲୋକରେ ବିଶିଷ୍ଟ ସାହିତ୍ୟିକା ବୀଣାପାଣି ମହାନ୍ତି । ୮୫ ବର୍ଷ ବୟସରେ ଆଖି ବୁଜିଲେ 'ପାଟଦେଇ' | Kanak News" (in ଆମେରିକୀୟ ଇଂରାଜୀ). 2022-04-24. Archived from the original on 24 April 2022. Retrieved 2022-04-24.