ଚନ୍ଦ୍ରସେନ ନାଏକ

ଉଇକିପିଡ଼ିଆ‌ରୁ
(Chandrasena Naikରୁ ଲେଉଟି ଆସିଛି)
ଚନ୍ଦ୍ରସେନ ନାଏକ
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୮୫
ପୂର୍ବ ଅଧିକାରୀନୀଳାଦ୍ରି ନାୟକ
ପର ଅଧିକାରୀନୀଳାଦ୍ରି ନାୟକ
ନିର୍ବାଚନ ମଣ୍ଡଳୀତେଲକୋଇ
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୨୦୦୦
ପୂର୍ବ ଅଧିକାରୀନୀଳାଦ୍ରି ନାୟକ
ପର ଅଧିକାରୀନୀଳାଦ୍ରି ନାୟକ
ନିର୍ବାଚନ ମଣ୍ଡଳୀତେଲକୋଇ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1946-05-01)ମଇ ୧, ୧୯୪୬
ମୃତ୍ୟୁ୨୬ ମାର୍ଚ୍ଚ ୨୦୧୯(2019-03-26) (ବୟସ ୭୨)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଭାରତୀୟ ଜାତୀୟ କଂଗ୍ରେସ (ଇ)
ଜୀବନ ସାଥୀମୁକ୍ତା ମଞ୍ଜରୀ ନାଏକ
ବାପା/ବୋଉଚିନ୍ତାମଣି ନାଏକ (ବାପା)
ବୃତ୍ତିରାଜନୀତିଜ୍ଞ

ଚନ୍ଦ୍ରସେନ ନାଏକ (୧ ମଇ ୧୯୪୬ - ୨୫ ମାର୍ଚ୍ଚ ୨୦୧୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ଚନ୍ଦ୍ରସେନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସେ କାର୍ଯ୍ୟ କରିଥିଲେ । ୧୯୮୦ ଓ ୧୯୯୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ତେଲକୋଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

ଚନ୍ଦ୍ରସେନ ନାଏକ ୧୯୪୬ ମସିହାର ମଇ ମାସ ୧ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଚିନ୍ତାମଣି ନାଏକ । ଚନ୍ଦ୍ରସେନଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ । ତାଙ୍କ ପତ୍ନୀଙ୍କ ନାମ ମୁକ୍ତା ମଞ୍ଜରୀ ନାଏକ ।

ରାଜନୈତିକ ଜୀବନ[ସମ୍ପାଦନା]

ଚନ୍ଦ୍ରସେନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଓ କଂଗ୍ରେସ (ଇ)ର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଦୁଇଥର ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।

୧୯୮୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଚନ୍ଦ୍ରସେନ ନାଏକ ଭାରତୀୟ ଜାତୀୟ କଂଗ୍ରେସ (ଇ)ର ପ୍ରାର୍ଥୀ ଭାବରେ ତେଲକୋଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୧୩,୮୦୪ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଜନତା ପାର୍ଟିର ପ୍ରାର୍ଥୀ ମହେନ୍ଦ୍ର କୁମାର ନାଏକଙ୍କୁ ୭,୫୭୨ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୨] ଏହି ବିଧାନ ସଭାରେ ସେ ୧୯୮୦ ମସିହାରୁ ୧୯୮୫ ମସିହାଯାଏଁ କାର୍ଯ୍ୟ କରିଥିଲେ ।

୧୯୯୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଚନ୍ଦ୍ରସେନ ନାଏକ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ତେଲକୋଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୫୨,୪୪୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୩] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଜନତା ଦଳର ପ୍ରାର୍ଥୀ ନୀଳାଦ୍ରି ନାଏକଙ୍କୁ ୫,୩୬୧ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୩] ଏହି ବିଧାନ ସଭାରେ ସେ ୧୯୯୫ ମସିହାରୁ ୨୦୦୦ ମସିହାଯାଏଁ କାର୍ଯ୍ୟ କରିଥିଲେ ।

ଆଧାର[ସମ୍ପାଦନା]

  1. "Late Chandrasena Naik". odishaassembly.nic.in. Odisha Assembly. Retrieved 25 July 2019.
  2. ୨.୦ ୨.୧ "Orissa 1980". Election Commission of India (in Indian English). Retrieved 2019-06-27.
  3. ୩.୦ ୩.୧ "Orissa 1995". Election Commission of India (in Indian English). Retrieved 2019-06-27.