ଦାଶରଥୀ ଜେନା

ଉଇକିପିଡ଼ିଆ‌ରୁ
(Dasarathi Jenaରୁ ଲେଉଟି ଆସିଛି)
ଦାଶରଥୀ ଜେନା
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୧୯୯୫
ପୂର୍ବ ଅଧିକାରୀଜୟଦେବ ଜେନା
ପର ଅଧିକାରୀଜୟଦେବ ଜେନା
ନିର୍ବାଚନ ମଣ୍ଡଳୀଆନନ୍ଦପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1950-01-20)ଜାନୁଆରୀ ୨୦, ୧୯୫୦
ମୃତ୍ୟୁ୨୫ ମଇ ୨୦୦୧(2001-05-25) (ବୟସ ୫୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ଦଳ
ଜୀବନ ସାଥୀଚମ୍ପାବତୀ ଜେନା
ସନ୍ତାନ୨ ପୁଅ
ବାପା/ବୋଉଦୁରୁଜୁ ଜେନା (ବାପା)
ବୃତ୍ତିରାଜନୀତିଜ୍ଞ

ଦାଶରଥୀ ଜେନା (୨୦ ଜାନୁଆରୀ ୧୯୫୦ - ୨୫ ମଇ ୨୦୦୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ଓଡ଼ିଶା ରାଜନୀତିରେ ସେ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୯୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ପରିବାର ଓ ଶିକ୍ଷା[ସମ୍ପାଦନା]

ଦାଶରଥୀ ଜେନା ୧୯୫୦ ମସିହାର ଜାନୁଆରୀ ମାସ ୨୦ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଦୁରୁଜୁ ଜେନା । ତାଙ୍କର ପତ୍ନୀଙ୍କ ନାମ ଚମ୍ପାବତୀ ଜେନା । ଦାଶରଥୀଙ୍କର ୨ ପୁଅ ଥିଲେ ।

ରାଜନୈତିକ ଜୀବନ[ସମ୍ପାଦନା]

ଦାଶରଥୀ ଜେନା ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।

୧୯୮୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଦାଶରଥୀ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୧୭,୮୦୪ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ ।[୨] ଏହି ନିର୍ବାଚନର ବିଜୟୀ ପ୍ରାର୍ଥୀ ଜୟଦେବ ଜେନା ତାଙ୍କୁ ୧୩,୭୫୬ ଖଣ୍ଡ ଭୋଟରେ ପରାସ୍ତ କରିଥ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨]

ଦାଶରଥୀ ୧୯୯୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ଜନତା ଦଳର ପ୍ରାର୍ଥୀ ଭାବରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୮,୯୪୭ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୩] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଜୟଦେବ ଜେନାଙ୍କୁ ୧୫,୬୩୩ ଖଣ୍ଡ ଭୋଟରେ ପରାଜିତ କରିଥିଲେ ।[୩] ଏହି ବିଧାନ ସଭାରେ ସେ ୧୯୯୦ ମସିହାରୁ ୧୯୯୫ ମସିହାଯାଏଁ କାର୍ଯ୍ୟ କରିଥିଲେ ।

ମୃତ୍ୟୁ[ସମ୍ପାଦନା]

ଦାଶରଥୀ ଜେନା ୨୦୦୧ ମସିହାର ମଇ ମାସ ୨୫ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୫୧ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ "Late Dasarathi Jena". odishaassembly.nic.in. Odisha Assembly. Retrieved 7 July 2019.
  2. ୨.୦ ୨.୧ "Orissa 1985". Election Commission of India (in Indian English). Retrieved 2019-06-27.
  3. ୩.୦ ୩.୧ "Orissa 1990". Election Commission of India (in Indian English). Retrieved 2019-06-27.