ଧ୍ରୁବ ଚରଣ ସାହୁ

ଉଇକିପିଡ଼ିଆ‌ରୁ
(Dhruba Charan Sahooରୁ ଲେଉଟି ଆସିଛି)
ଧ୍ରୁବ ଚରଣ ସାହୁ
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀଅଂଶୁମାନ ମହାନ୍ତି
ନିର୍ବାଚନ ମଣ୍ଡଳୀରାଜନଗର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1967-08-07) ୭ ଅଗଷ୍ଟ ୧୯୬୭ (ବୟସ ୫୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀସ୍ମିତା ପରିଡ଼ା
ବାପା/ବୋଉଧନେଶ୍ୱର ସାହୁ (ବାପା)
ବୃତ୍ତିରାଜନୀତିଜ୍ଞ

ଧ୍ରୁବ ଚରଣ ସାହୁ (ଜନ୍ମ: ୭ ଅଗଷ୍ଟ ୧୯୬୭) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ଧ୍ରୁବ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ରାଜନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଧ୍ରୁବ ଚରଣ ସାହୁ ୧୯୬୭ ମସିହାର ଅଗଷ୍ଟ ମାସ ୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଧନେଶ୍ୱର ସାହୁ ଏବଂ ପତ୍ନୀଙ୍କ ନାମ ସ୍ମିତା ପରିଡ଼ା ।[୧] ଧ୍ରୁବଙ୍କର ଶିକ୍ଷାଗତ ଯୋଗ୍ୟତା ବିଜ୍ଞାନରେ ସ୍ନାତକୋତ୍ତର ଏବଂ ପରେ ସେ ଓକିଲାତି ପଢ଼ିଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଧ୍ରୁବ ଚରଣ ସାହୁ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]


ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Dhruba Charan Sahoo". odishaassembly.nic.in. Odisha Assembly. Retrieved 9 April 2020.