ଦୁଷ୍ମନ୍ତ ନାଏକ
ଦୁଷ୍ମନ୍ତ ନାଏକ | |
---|---|
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୪ | |
ପୂର୍ବ ଅଧିକାରୀ | ପ୍ରଦୀପ୍ତ କୁମାର ନାଏକ |
ପର ଅଧିକାରୀ | ଅନାମ ନାଏକ |
ନିର୍ବାଚନ ମଣ୍ଡଳୀ | ଭବାନୀପାଟଣା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୦ ଜୁଲାଇ ୧୯୬୬ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ଲଳିତା ନାଏକ |
ବାପା/ବୋଉ | ଅମୃତ ନାଏକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଦୁଷ୍ମନ୍ତ ନାଏକ (ଜନ୍ମ: ୨୦ ଜୁଲାଇ ୧୯୬୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭବାନୀପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଦୁଷ୍ମନ୍ତ ନାଏକ ୧୯୬୬ ମସିହାର ଜୁଲାଇ ୨୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଅମୃତ ନାଏକ ଓ ପତ୍ନୀଙ୍କ ନାମ ଲଳିତା ନାଏକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଦୁଷ୍ମନ୍ତ ନାଏକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । କଂଗ୍ରେସ ଦଳରେ ତାଙ୍କୁ ଅଣଦେଖା କରାଯାଇଥିବା ଅଭିଯୋଗ ଆଣି ୨୦୧୮ ମସିହାରେ ସେ କଂଗ୍ରେସ ଛାଡ଼ି ବିଜୁ ଜନତା ଦଳରେ ଯୋଗ ଦେଇଥିଲେ ।[୨] ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
୨୦୦୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭବାନୀପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୬,୦୩୮ ଖଣ୍ଡ ଭୋଟ୍ ପାଇଥିଲେ । ସେ ବିଜୁ ଜନତା ଦଳର ପ୍ରାର୍ଥୀ ପ୍ରଦୀପ୍ତ ନାଏକଙ୍କୁ ୨,୩୨୮ ଖଣ୍ଡ ଭୋଟର୍ରେ ପରାସ୍ତ କରି ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Dusmanta Naik". odishaassembly.nic.in. Odisha Assembly. Retrieved 11 May 2021.
- ↑ ୨.୦ ୨.୧ "କଂଗ୍ରେସ ଛାଡ଼ିଲେ, ବିଜେଡ଼ିରେ ଯୋଗଦେବେ ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାଏକ | Sambad". ସମ୍ବାଦ (in ଓଡ଼ିଆ). ଭବାନୀପାଟଣା: sambad.in. 11 July 2018. Archived from the original on 28 January 2020. Retrieved 11 May 2021.
{{cite news}}
: CS1 maint: unrecognized language (link)