ଗଦାଧର ଦତ୍ତ
ଗଦାଧର ଦତ୍ତ | |
|---|---|
| ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା (ସ୍ୱାଧୀନତା ପୂର୍ବରୁ) | |
| କାର୍ଯ୍ୟକାଳ ୧୯୪୬ – ୧୯୫୨ | |
| ନିର୍ବାଚନ ମଣ୍ଡଳୀ | ପୂର୍ବ ଯାଜପୁର |
| ବିଧାୟକ: ୧ମ, ୨ୟ ଓଡ଼ିଶା ବିଧାନ ସଭା | |
| କାର୍ଯ୍ୟକାଳ ୧୯୫୨ – ୧୯୬୧ | |
| ପର ଅଧିକାରୀ | ଶାନ୍ତନୁ କୁମାର ଦାସ, ମଦନ ମୋହନ ପଟ୍ଟନାୟକ |
| ନିର୍ବାଚନ ମଣ୍ଡଳୀ | ଯାଜପୁର |
| ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା | |
| କାର୍ଯ୍ୟକାଳ ୧୯୬୧ – ୧୯୬୭ | |
| ପୂର୍ବ ଅଧିକାରୀ | ମଦନମୋହନ ପଟ୍ଟନାୟକ |
| ପର ଅଧିକାରୀ | ପରମାନନ୍ଦ ମହାନ୍ତି |
| ନିର୍ବାଚନ ମଣ୍ଡଳୀ | ଧର୍ମଶାଳା |
| ବ୍ୟକ୍ତିଗତ ସବିଶେଷ | |
| ଜନ୍ମ | ନଭେମ୍ବର ୨୭, ୧୯୦୬ |
| ମୃତ୍ୟୁ | ୨୫ ମାର୍ଚ୍ଚ ୧୯୭୪ (ବୟସ ୬୭) |
| ନାଗରିକତା | ଭାରତୀୟ |
| ଜାତୀୟତା | ଭାରତୀୟ |
| ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
| ଜୀବନ ସାଥୀ | ବିମଳା ଦତ୍ତ |
| ବାପା/ବୋଉ | ଗୋକୁଳାନନ୍ଦ ଦତ୍ତ (ବାପା) |
| ବୃତ୍ତି | ରାଜନୀତିଜ୍ଞ |
ଗଦାଧର ଦତ୍ତ (ଜନ୍ମ: ୨୭ ନଭେମ୍ବର ୧୯୦୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଗଦାଧର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଏବଂ ପରେ ସମୁଦାୟ ଚାରିଥର କାର୍ଯ୍ୟ କରିଥିଲେ । ୧୯୪୬ ମସିହାର ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭାରେ ସେ ପୂର୍ବ ଯାଜପୁରରୁ ନିର୍ବାଚିତ ହୋଇଥିଲେ ଏବଂ ପରେ ଭାରତ ସ୍ୱାଧୀନ ହେବାପରେ ୧୯୫୨ ଓ ୧୯୫୭ ମସିହାରେ ଯାଜପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ ଓ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ୧୯୬୧ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଧର୍ମଶାଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଗଦାଧର ୧୯୦୬ ମସିହାର ନଭେମ୍ବର ମାସ ୨୭ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ଗୋକୁଳାନନ୍ଦ ଦତ୍ତ ଏବଂ ପତ୍ନୀଙ୍କ ନାମ ବିମଳା ଦତ୍ତ ।[୧] ଗଦାଧରଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଗଦାଧର ଦତ୍ତ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
ଗଦାଧର ୧୯୭୪ ମସିହାର ମାର୍ଚ୍ଚ ମାସ ୨୫ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା ।