ଗୋଦାବରୀଶ ମହାପାତ୍ର
ଗୋଦାବରୀଶ ମହାପାତ୍ର | |
---|---|
ଜନ୍ମ ଓ ଜନ୍ମସ୍ଥାନ | କୁମାରଙ୍ଗ ଶାସନ, ବାଣପୁର, ଖୋର୍ଦ୍ଧା ଜିଲ୍ଲା | ୧ ଅକ୍ଟୋବର ୧୮୯୮
ମୃତ୍ୟୁ | ୨୫ ନଭେମ୍ବର ୧୯୬୫ | (ବୟସ ୬୭)
ଭାଷା | ଓଡ଼ିଆ |
ଜାତୀୟତା | ଭାରତୀୟ |
ସମୟ | ସତ୍ୟବାଦୀ ଯୁଗ |
ବିଷୟ | କବି, ଗାଳ୍ପିକ, ସମ୍ପାଦକ ଓ ବ୍ୟଙ୍ଗ ଲେଖକ |
ପୁରସ୍କାର | କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର |
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫)[୧] ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଜୀବନ କାଳ
[ସମ୍ପାଦନା]'ଗୋଦାବରୀଶ ମହାପାତ୍ର' ଖୋର୍ଦ୍ଧା ଜିଲ୍ଲାର ବାଣପୁର ନିକଟସ୍ଥ କୁମାରଙ୍ଗ ଶାସନରେ ୧ ଅକ୍ଟୋବର ୧୮୯୮ରେ ଜନ୍ମ ନେଇଥିଲେ ।[୨] ତାଙ୍କ ପିଲାବେଳ ସତ୍ୟବାଦୀ ବନବିଦ୍ୟାଳୟରେ କଟିଥିଲା, ଯାହା ତାଙ୍କୁ ପରେ ଦେଶସେବା ପାଇଁ ଉତ୍ସାହିତ କରିଥିଲା । ୧୯୨୮ରେ ସେ ଶଶି ଭୂଷଣ ରଥଙ୍କଦ୍ୱାରା ବ୍ରହ୍ମପୁରରୁ ପ୍ରକାଶିତ 'ଆଶା'ର ସମ୍ପାଦନା ଦାୟିତ୍ୱ ଗ୍ରହଣ କରିଥିଲେ ।[୩] ସ୍ୱାଧୀନଚେତନା ଓ ବ୍ୟଙ୍ଗ ସାହିତ୍ୟରେ ସେ ଥିଲେ ଜଣେ ଗାଳ୍ପିକ । ତାଙ୍କ ସମ୍ପାଦିତ ନିଆଁଖୁଣ୍ଟା ପତ୍ରିକା ଓଡ଼ିଶାରେ ସାମାଜିକ ଓ ରାଜନୈତିକ ଦୋଷ ଦୁର୍ବଳତାକୁ ଖୋଲା ଖୋଲି ପ୍ରକାଶ କରିଥଲା ଯାହା ତାଙ୍କୁ ଜଣେ ସୁପରିଚିତ କଥାକାରର ମାନ୍ୟତା ଦେଇଥିଲା । ସେ ଦୀର୍ଘ ପଚାଶ ବର୍ଷ ଧରି ସାହିତ୍ୟ ସାଧନ ସହିତ ଜଡ଼ିତ ଥିଲେ । ଗୋଦାବରୀଶ ଜାତୀୟତାବୋଧ, ସମାଜ ସଚେତନତା, ପଲ୍ଲୀ ଜୀବନ ପ୍ରତି ଆକର୍ଷଣ ଓ ମଣିଷ ପ୍ରତି ସମବେଦନା, ପ୍ରଭୃତି ହାସ୍ୟରସ ଦେଇ ପ୍ରକାଶ କରିଛନ୍ତି ।
ରଚନାବଳୀ
[ସମ୍ପାଦନା]
ଉପନ୍ୟାସ[ସମ୍ପାଦନା]
ଗପ[ସମ୍ପାଦନା]
|
କବିତା[ସମ୍ପାଦନା]
ସମ୍ପାଦନା[ସମ୍ପାଦନା]
ସହ-ସମ୍ପାଦନା[ସମ୍ପାଦନା]
|
ସମ୍ମାନ ଓ ପୁରସ୍କାର
[ସମ୍ପାଦନା]- କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ୧୯୬୬: 'ବଙ୍କା ଓ ସିଧା' ପାଇଁ [୪]
- ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର (ଦୁଇଥର)[୫]
- ୧୯୫୯ (କଣ୍ଟା ଓ ଫୁଲ ନିମନ୍ତେ)
- ୧୯୬୨ (ଉଠ କଙ୍କାଳ ନିମନ୍ତେ)
ଆଧାର
[ସମ୍ପାଦନା]- ↑ "କବି ଗୋଦାବରୀଶ ମହାପାତ୍ର". ଓଡ଼ିଆ ବିଭବ. Retrieved 28 April 2021.[permanent dead link]
- ↑ "ସାହିତ୍ୟିକ ଗୋଦାବରୀଶ ମହାପାତ୍ର" (PDF). magazines.odisha.gov.in/utkalprasanga. Retrieved 28 April 2021.[permanent dead link]
- ↑ "eminent personalities". khordha.nic.in. Retrieved 27 June 2013.
He went to Berhampur in 1928 and became the Editor of the magazine "Asha" that was being published by Shashi Bhusan Rath.
- ↑ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକ
- ↑ "ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କୃତ ପୁସ୍ତକ ଓ ଲେଖକ". odishasahityaakademi.org. Retrieved 28 April 2021.