କେନ୍ଦୁଝର

ଉଇକିପିଡ଼ିଆ ରୁ
(Kendujhar ରୁ ଲେଉଟି ଆସିଛି)
Jump to navigation Jump to search
କେନ୍ଦୁଝର
ସହର
ସାନଘାଗରା ଜଳପ୍ରପାତ
ସାନଘାଗରା ଜଳପ୍ରପାତ
କେନ୍ଦୁଝର is located in ଓଡ଼ିଶା
କେନ୍ଦୁଝର
କେନ୍ଦୁଝର
Location in Odisha, India
ଅବସ୍ଥିତି: 21°38′N 85°35′E / 21.63°N 85.58°E / 21.63; 85.58Coordinates: 21°38′N 85°35′E / 21.63°N 85.58°E / 21.63; 85.58
ଦେଶ India
ରାଜ୍ୟOdisha
ଜିଲ୍ଲାKeonjhar
ଉଚ୍ଚତା596 m (1,955 ft)
ଜନସଂଖ୍ୟା (2001)
 • ମୋଟ୫୧,୮୩୨
ଭାଷା
 • ସରକାରୀOriya
IST (UTC+5:30)
ପିନ କୋଡ଼758001
ଗାଡ଼ି ପଞ୍ଜିକରଣOR/୦୯
ୱେବସାଇଟkendujhar.nic.in

କେନ୍ଦୁଝର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ସଦର ମହକୁମା ଓ ଏକ ମୁଖ୍ୟ ସହର । ଏହି ସହର ଓଡ଼ିଶାର ରାଜଧାନୀ ଭୁବନେଶ୍ୱରଠାରୁ ୨୪୦ କିଲୋମିଟର ଦୂରରେ ଅବସ୍ଥିତ । କେନ୍ଦୁଝର ସହର ଜିଲ୍ଲାର ପ୍ରଶାସନିକ ମୁଖ୍ୟସ୍ଥଳ । କେନ୍ଦୁଝରରେ ବଳଦେବଜୀଉ ମନ୍ଦିର, ରାଜଉଆସ, ସାନଘାଗରା ଜଳପ୍ରପାତ, ବଡ଼ଘାଗରା ଜଳପ୍ରପାତ, ସିଦ୍ଧମଠ ଆଦି ଦର୍ଶନୀୟ ସ୍ଥାନ ସବୁ ଅଛି । ଏହି ସହର ବିପ୍ଳବୀ ଧରଣୀଧର ଭୂୟାଁ ଏବଂ ତାଙ୍କର ପ୍ରଖ୍ୟାତ ପ୍ରଜାମେଳିର ମୁକସାକ୍ଷୀ ହୋଇ ଛିଡାହୋଇଛି ।

ଇତିହାସ[ସମ୍ପାଦନା]

ଆରମ୍ଭରୁ କେନ୍ଦୁଝର ସହରହିଁ ଜିଲ୍ଲାର ମୂଖ୍ୟ ପ୍ରଶାସନିକ କେନ୍ଦ୍ର ରହି ଆସିଛି । ୧୨ଶ ଶତାବ୍ଦୀର ମଧ୍ୟଭାଗରେ ଖିଚିଂଠାରୁ ଅଲଗା ହେବାପରଠାରୁ ଭଞ୍ଜବଂଶର ରାଜମାନେ ଏହିଠାରୁହିଁ ରାଜ୍ୟର ଶାସନକାର୍ଯ୍ୟ ଚଳାଇଆସୁଥିଲେ । ଖିଚିଂଠାରୁ ଅଲଗା ହେବା ପରେ ରାଜା ଶ୍ରୀ ଜ୍ୟୋତି ଭଞ୍ଜ ଏହାର ଶାସନଭାର ଗ୍ରହଣ କରନ୍ତି । କାଳକ୍ରମେ ଯେଉଁ ଯେଉଁ ରାଜାମାନେ କେନ୍ଦୁଝରର ଶାସକ ହୋଇଥିଲେ ନିମ୍ନରେ ତାଙ୍କର ତାଲିକା ଦିଆଗଲା ।

  • ଶ୍ରୀ ଜଗନ୍ନାଥ ଭଞ୍ଜ (୧୬୮୮-୧୭୦୦)
  • ଶ୍ରୀ ରଘୁନାଥ ଭଞ୍ଜ (୧୭୦୦-୧୭୧୯)
  • ଶ୍ରୀ ଗୋପୀନାଥ ଭଞ୍ଜ (୧୭୧୯-୧୭୩୬)
  • ଶ୍ରୀ ନରସିଂହ ନାରାୟଣ ଭଞ୍ଜ (୧୭୩୬-୧୭୫୭)
  • ଶ୍ରୀ ଧନେଶ୍ୱର ନାରାୟଣ ଭଞ୍ଜ (୧୭୫୭-୧୭୫୮)
  • ଶ୍ରୀ ଜଗତେଶ୍ୱର ନାରାୟଣ ଭଞ୍ଜ (୧୭୫୮-୧୭୬୨)
  • ଶ୍ରୀ ପ୍ରତାପ ବଳଭଦ୍ର ଭଞ୍ଜ (୧୭୬୪-୧୭୯୨ ଅଥବା ୧୭୬୨-୧୭୯୭)
  • ଶ୍ରୀ ଜନାର୍ଦ୍ଦନ ଭଞ୍ଜ (୧୭୯୪-୧୮୨୫ ଅଥବା ୧୭୯୭-୧୮୩୨)
  • ଶ୍ରୀ ଗଦାଧର ନାରାୟଣ ଭଞ୍ଜଦେଓ (୧୮୨୫-୧୮୬୧ ଅଥବା ୧୮୩୨-୧୮୬୧)
  • ଶ୍ରୀ ଧନୁର୍ଯୟ ନାରାୟଣ ଭଞ୍ଜଦେଓ (୧୮୬୧-୧୯୦୫)
  • ଶ୍ରୀ ଗୋପୀନାଥ ନାରାୟଣ ଭଞ୍ଜଦେଓ (୧୯୦୫-୧୯୨୬)
  • ଶ୍ରୀ ବଳଭଦ୍ର ନାରାୟଣ ଭଞ୍ଜଦେଓ (୧୯୨୬-୧୯୪୮)

ବିପ୍ଳବୀ ଧରଣୀଧରଙ୍କର ପ୍ରଜାମେଳି ୧୮୯୧ ମସିହାରେ, ରାଜା ଧନୁର୍ଯୟ ନାରାୟଣ ଭଞ୍ଜଦେଓଙ୍କ ଶାସନକାଳରେ ସଂଘଠିତ ହୋଇଥିଲା ।

ଭୂଗୋଳ[ସମ୍ପାଦନା]

କେନ୍ଦୁଝରର ଭୌଗୋଳିକ ଅବସ୍ଥିତି ହେଉଛି ୨୧.୬୫ ଉ. ୮୫.୬୦ ପୂ. | ସମୁଦ୍ର ପତ୍ତନରୁ ଏହାର ହାରାହାରି ଉଚ୍ଚତା ୫୯୬ ମିଟର । କେନ୍ଦୁଝର, ଜଙ୍ଗଲ-ପାହାଡ ଘେରା ପ୍ରାକୃତିକ ଶୋଭାମଣ୍ଡିତ ଏକ ସହର । କେନ୍ଦୁଝରର ଜଳବାୟୁ ଗ୍ରୀଷ୍ମ ଦିନେ ଉଷ୍ମ ଓ ଆର୍ଦ୍ର ଏବଂ ଶୀତ ଦିନେ ଶୀତଳ ଓ ଶୁଷ୍କ ଅନୁଭୂତ ହୁଏ । ସମ୍ପ୍ରତି ଏହି ସହରରେ ଗ୍ରୀଷ୍ମର ପ୍ରଭାବ ଅନେକ ବୃଦ୍ଧି ପାଇଛି; ପାହାଡିଆ ଚତୁପାର୍ଶ୍ୱ ହେତୁ ଶୀତର ପ୍ରକୋପ ମଧ୍ୟ ଖୁବ ବେଶୀ ।

ଜନସଂଖ୍ୟା ଓ ସାକ୍ଷରତା[ସମ୍ପାଦନା]

୨୦୦୧ ମସିହାର ଭାରତୀୟ ଜନଗଣନା ଅନୁସାରେ, କେନ୍ଦୁଝର ସହରର ମୋଟ ଜନସଂଖ୍ୟା ୩୫୦୪୩ ଅଟେ ।[୧] ସେଥି ମଧ୍ୟରୁ ୫୧.୨୪% ଜଣ ପରୁଷ ହୋଇଥିବା ବେଳେ ୪୮.୭୬% ଜଣ ନାରୀ ଅଟନ୍ତି । କେନ୍ଦୁଝରର ସାକ୍ଷରତା ହାର ୭୨.୦୮% ଅଟେ । ଏହା ଜାତୀୟ ହାର ଠାରୁ -୭.୨୪% ପ୍ରତିଶତ କମ ଅଟେ । ସେଥିରୁ ୪୦.୮୭% ପ୍ରତିଶତ ପୁରୁଷ ଓ ୩୧.୨୨% ନାରୀ ଅଟନ୍ତି । ୧୧.୬୧% ଲୋକ ସେଠାରେ ୬ ବର୍ଷ ବୟସରୁ କମ ବୟସ୍କ ଅଟନ୍ତି ।[୧]

ଭାଷା[ସମ୍ପାଦନା]

ଓଡ଼ିଆ କେନ୍ଦୁଝରର ସରକାରୀ ଭାଷା ଅଟେ ।

ସାମାଜିକ ଏବଂ ସାଂସ୍କୃତିକ ଅନୁଷ୍ଠାନ[ସମ୍ପାଦନା]

  • ଜିଲ୍ଲା ମୁଖ୍ୟ ଗ୍ରନ୍ଥାଳୟ

କେନ୍ଦୁଝର ସହରର ଏହି ଗ୍ରନ୍ଥାଳୟଟି ୧୯୭୭ ମସିହାରୁ କାର୍ଯ୍ୟ କରିଆସୁଛି । ଉପଲବ୍ଧ ଗ୍ରନ୍ଥପଞ୍ଜି ଅନୁସାରେ, ଏହି ଗ୍ରନ୍ଥାଳୟରେ ମୋଟ ୧୦୮୭୦ଟି ପୁସ୍ତକ ରହିଛି । ଏହି ଗ୍ରନ୍ଥାଳୟ ସୋମବାର ବ୍ୟତୀତ ଅନ୍ୟ ସବୁଦିନେ ଦିନ ୧୧ଟା ଠାରୁ ସନ୍ଧ୍ୟା ୬ଟା ଯାଏ ଖୋଲାରହେ ।

  • ଜିଲ୍ଲା ସଂଗ୍ରହାଳୟ

ଏହା କେନ୍ଦୁଝରର ପୁରୁଣା ବଜାରରେ ଥିବା ଶ୍ରୀ ବଳଦେବଜୀଉଙ୍କ ମନ୍ଦିର ପରିସରରେ ଅବସ୍ଥିତ । ଏହି ସଂଗ୍ରହାଳୟର ଏକ ଶାଖା ମୟୂରଭଞ୍ଜ ଜିଲ୍ଲାର ଖିଚିଂଠାରେ ମଧ୍ୟ ରହିଛି ।

ଦର୍ଶନୀୟ ସ୍ଥାନ[ସମ୍ପାଦନା]

  • ବଳଦେବଜୀଉ ମନ୍ଦିର

ଓଡ଼ିଶାର ଇଷ୍ଟଦେବତା ମହାପ୍ରଭୁ ଜଗନ୍ନାଥଙ୍କର ଏହି ସୁଦୃଶ୍ୟ ମନ୍ଦିରଟି କେନ୍ଦୁଝରର ପୁରୁଣା ବଜାର ଅଞ୍ଚଳରେ ଅବସ୍ଥିତ । ପ୍ରତିବର୍ଷ ଏଠାରେ ମହା ସମାରୋହରେ ଶ୍ରୀ ଜୀଉଙ୍କର ରଥଯାତ୍ରା ପାଳନ କରାଯାଏ । ଏହି ମନ୍ଦିରର ଅନତି ଦୂରରେ ବଣଜଙ୍ଗଲ ଘେରା ସିଦ୍ଧମଠଠାରେ ସିଦ୍ଧକାଳୀଙ୍କର ମନ୍ଦିର ଅଛି ।

ସହର ଉପକଣ୍ଠରେ, ମାତ୍ର ୬କି.ମି. ଦୂରତାରେ ଥିବା ଏହି ଜଳପ୍ରପାତଟି ଏକ ଅତ୍ୟନ୍ତ ମନୋରମ ସ୍ଥାନ । ୧୦୦ଫୁଟ ଉଚ୍ଚତାର ଏହି ପ୍ରପାତ ନିକଟରେ ବର୍ଷସାରା ଜନଗହଳି ଲାଗିରହିଥାଏ । ଏଠାରେ ଏକ କୃତ୍ରିମ ଜଳଭଣ୍ଡାର ନିର୍ମାଣ କରାଯାଇ ପର୍ଯ୍ୟଟକ ମାନଙ୍କପାଇଁ ନୌ-ବିହାରର ବ୍ୟବସ୍ଥା କରାଯାଇଛି । ଏଠାରେ ଥିବା ପ୍ରମୋଦ ଉଦ୍ୟାନରେ ବିଭିନ୍ନ ପ୍ରଜାତିର ଫୁଲ/ଫଳ ବୃକ୍ଷମାନ ଲଗାଯାଇଛି ।

ସହରରୁ ମାତ୍ର ୯କି.ମି. ଦୂରତାରେ ଅବସ୍ଥିତ ଏହା ଅନ୍ୟ ଏକ ମନୋରମ ଜଳପ୍ରପାତ । ଏହାର ଉଚ୍ଚତା ୨୦୦ଫୁଟ ଅଟେ ।[୨]

Badaghagara Waterfall, Kendujhar

ଶିକ୍ଷା[ସମ୍ପାଦନା]

  • ବିଦ୍ୟାଳୟ
  • ଧନୁର୍ଯୟ ନାରାୟଣ (ଡି.ଏନ.) ଉଚ୍ଚ ବିଦ୍ୟାଳୟ
  • ନରସିଂହ ସ୍ୱାଇଁ (ଏନ.ଏସ.) ପୋଲିସ ଉଚ୍ଚ ବିଦ୍ୟାଳୟ
  • କେନ୍ଦ୍ରୀୟ ବିଦ୍ୟାଳୟ
  • ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ

ରାଜନୀତି[ସମ୍ପାଦନା]

କେନ୍ଦୁଝର ବିଧାନ ସଭା ଆସନରୁ ଶ୍ରୀ ସୁବର୍ଣ୍ଣ ନାଏକ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି । କେନ୍ଦୁଝର ଲୋକ ସଭା ଆସନରୁ ଶ୍ରୀ ଯଶୋବନ୍ତ ନାରାୟଣ ସିଂ ଲାଗୁରୀ ନିର୍ବାଚିତ ହୋଇ ସାଂସଦ ଭାବେ ଜିଲ୍ଲାର ପ୍ରତିନିଧିତ୍ୱ କରୁଛନ୍ତି ।[୩]

ପରିବହନ ଓ ଯୋଗାଯୋଗ[ସମ୍ପାଦନା]

ଜାତୀୟ ରାଜପଥ ନଂ୦୬ ଏବଂ ୨୧୫ ଏହି ସହରର ପରିବହନରେ ମୁଖ୍ୟ ଭୂମିକା ଗ୍ରହଣ କରିଛି । ଏହି ଦୁଇ ରାଜପଥ ସହରର ମଧ୍ୟଭାଗ ଦେଇ ଯାଇଛନ୍ତି । ୨୦୦୮-୦୯ରୁ ଏହି ସହରରୁ ରେଳ ପରିବହନ କାର୍ଯ୍ୟକାରୀ କରାଯାଇଛି । ରାଜ୍ୟର ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ନିୟମିତ ଭାବରେ ଯାତ୍ରୀବାହୀ ରେଳ ଚାଲୁଅଛି ।

ଆଧାର[ସମ୍ପାଦନା]

  1. ୧.୦ ୧.୧ "way back machine - ସେନ୍‌ସସ୍ ଓଫ୍ ଇଣ୍ଡିଆ". Retrieved 24 September 2015.
  2. [୧]
  3. [୨]