Jump to content

ମଧୁସୂଦନ ପାଣିଗ୍ରାହୀ

ଉଇକିପିଡ଼ିଆ‌ରୁ
(Madhusudan Panigrahiରୁ ଲେଉଟି ଆସିଛି)
ମଧୁସୂଦନ ପାଣିଗ୍ରାହୀ
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୫ – ୧୯୯୦
ପୂର୍ବ ଅଧିକାରୀଜଗବନ୍ଧୁ ଦାସ
ପର ଅଧିକାରୀବିଜୟଶ୍ରୀ ରାଉତରାୟ
ନିର୍ବାଚନ ମଣ୍ଡଳୀବାସୁଦେବପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1948-01-01) ୧ ଜାନୁଆରୀ ୧୯୪୮ (ବୟସ ୭୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଭାରତୀୟ ଜନତା ପାର୍ଟି
ଜୀବନ ସାଥୀବିଷ୍ଣୁପ୍ରିୟା ପାଣିଗ୍ରାହୀ
ବାପା/ବୋଉଉପେନ୍ଦ୍ର ପ୍ରସାଦ ପାଣିଗ୍ରାହୀ (ବାପା)
ବୃତ୍ତିରାଜନୀତିଜ୍ଞ

ମଧୁସୂଦନ ପାଣିଗ୍ରାହୀ (ଜନ୍ମ: ୧ ଜାନୁଆରୀ ୧୯୪୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ମଧୁସୂଦନ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୮୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାସୁଦେବପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା

[ସମ୍ପାଦନା]

ମଧୁସୂଦନ ପାଣିଗ୍ରାହୀ ୧୯୪୮ ମସିହାର ଜାନୁଆରୀ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଥିଲା ଉପେନ୍ଦ୍ର ପ୍ରସାଦ ପାଣିଗ୍ରାହୀ ଏବଂ ପତ୍ନୀଙ୍କ ନାମ ବିଷ୍ଣୁପ୍ରିୟା ପାଣିଗ୍ରାହୀ ।[୧] ମଧୁସୂଦନଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକୋତ୍ତର ଏବଂ ପରେ ସେ ଓକିଲାତି ପଢ଼ିଥିଲେ ।[୧]

ରାଜନୈତିକ ଜୀବନ

[ସମ୍ପାଦନା]

ମଧୁସୂଦନ ପାଣିଗ୍ରାହୀ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ପରେ ସେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିଲେ ଏବଂ ବିଜେପିର କର୍ମକର୍ତ୍ତା ଭାବରେ ଏବେ ସକ୍ରିୟ ଅଛନ୍ତି ।[୨][୩] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

୧୯୮୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମଧୁସୂଦନ ପାଣିଗ୍ରାହୀ ଭାରତୀୟ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ବାସୁଦେବପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୩୫,୧୫୩ ଖଣ୍ଡ ଭୋଟ ପାଇ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇ।[୪] ଏହି ନିର୍ବାଚନରେ ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଜନତା ପାର୍ଟିର ପ୍ରାର୍ଥୀ ବିଜୟଶ୍ରୀ ରାଉତରାୟଙ୍କୁ ୧୭୫ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୪] ଏହି ବିଧାନ ସଭାରେ ସେ ୧୯୮୫ ମସିହାରୁ ୧୯୯୦ ମସିହାଯାଏଁ କାର୍ଯ୍ୟ କରିଥିଲେ ।

  1. 1 2 3 4 "Shri Madhusudan Panigrahi". odishaassembly.nic.in. Odisha Assembly. Retrieved 14 January 2020.
  2. ↑ "ବିଜେପିରେ ଅର୍ଜୁନ, ଅଭିମନ୍ୟୁଙ୍କ ସହ ମୋହନ, ମଧୁସୂଦନ". Odisha News Lens. 30 March 2019. Retrieved 15 January 2020.
  3. ↑ "ବିଜେପିରେ ସାମିଲ ହେଲେ ଭଦ୍ରକର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ଅର୍ଜୁନ ଚରଣ ସେଠୀ ଏବଂ ଯାଜପୁର ପୂର୍ବତନ ସାଂସଦ ଶ୍ରୀ ମୋହନ ଜେନା". ଓଡ଼ିଆ ପୁଅ. 30 March 2019. Archived from the original on 2 April 2019. Retrieved 15 January 2020.
  4. 1 2 "Orissa 1985". Election Commission of India (in Indian English). Retrieved 2019-06-27.