ଋତୁବନ୍ଦ
Menopause | |
---|---|
ଶ୍ରେଣୀବିଭାଗ ଓ ବାହାର ସ୍ରୋତ | |
ସ୍ପେଶାଲିଟି | Gynecology |
ଆଇସିଡ଼ି-୧୦ | N95.0 |
ଆଇସିଡ଼ି-୯-ସିଏମ୍ | 627.2 |
ରୋଗ ଡାଟାବେସ | 8034 |
ମେଡ଼ିସିନ-ପ୍ଲସ | 000894 |
ଇ-ମେଡ଼ିସିନ | article/264088 |
MeSH | D008593 |
ଋତୁବନ୍ଦ (ଇଂରାଜୀରେ Menopause, ବା climacteric) ମହିଳାମାନଙ୍କ ଜୀବନରେ ଏପରି ଏକ ସମୟର ନାମ ଯେଉଁ ସମୟରେ ପ୍ରାକୃତିକ ଭାବରେ ଋତୁଚକ୍ର ସବୁଦିନ ପାଇଁ ବନ୍ଦ ହୋଇଯାଏ ଓ ସେମାନଙ୍କ ଗର୍ଭାଧାନ କ୍ଷମତା ନଷ୍ଟ ହୋଇଯାଏ । [୧][୨] ଏହି ଅବସ୍ଥା ୪୫ରୁ ୫୫ ବର୍ଷ ବୟସରେ ହୁଏ । [୧] ଡାକ୍ତରୀ ବିଦ୍ୟା ଅନୁସାରେ ଜଣେ ମହିଳାଙ୍କର ଏକ ବର୍ଷ ଧରି ଯୋନୀପଥରୁ ଋତୁସ୍ରାବ ନ ହେଲେ ଋତୁବନ୍ଦ କୁହାଯାଏ । [୩] ଡିମ୍ବାଶୟରୁ (ovary) ହରମୋନ କ୍ଷରଣ କମିଯିବା ଅବସ୍ଥାକୁ ମଧ୍ୟ ଏହି ସଂଜ୍ଞାର ଅନର୍ଭୁକ୍ତ କରାଯାଏ । [୪] ଅପରେଶନ କରି ଡିମ୍ବାଶୟ ରଖି ଜରାୟୁ ଉଚ୍ଛେଦନ କଲା ମାତ୍ରେ ବା ହରମୋନ କ୍ଷରଣ ସ୍ତର କମିଗଲେ ମଧ୍ୟ ଋତୁବନ୍ଦ ହୁଏ । [୪] ଜରାୟୁ ରଚ୍ଛେଦନ ପରେ ପ୍ରାୟ ୪୫ ବର୍ଷ ବୟସରେ ଲକ୍ଷଣ ଦେଖାଯାଏ । [୫]
ଋତୁବନ୍ଦ ପୂର୍ବରୁ ଋତୁଚକ୍ର ଅନିୟମିତ ହୋଇଯାଏ, ବେଶୀ ବା କମ ସମୟର ହୋଇପାରେ କିମ୍ବା ସ୍ୱଳ୍ପ ବା ଅଧିକ ଋତୁସ୍ରାବ ହୋଇପାରେ । ଏହି ସମୟ ମଧ୍ୟରେ ମହିଳାମାନେ ହଠାତ ଗରମ ଅନୁଭବ କରନ୍ତି, ଦୃତ ହୃଦଗତି ହୁଏ, କମ୍ପ ହୁଏ, ଚମ ଲାଲ ଦେଖାଯାଏ ଓ ଝାଳ ବୁହେ ଯାହାକୁ ହଟଫ୍ଲାସ କହନ୍ତି; ଏହା ୩୦ ସେକଣ୍ଡରୁ ୧ ମିନିଟ ପର୍ଯ୍ୟନ୍ତ ରହେ । [୬] ହଟଫ୍ଲାସ ବର୍ଷେ ବା ଦୁଇ ବର୍ଷ ପର୍ଯ୍ୟନ୍ତ ହୁଏ । [୨] ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଯୋନୀପଥ ଶୁଷ୍କ ହୋଇଯାଏ, ଶୋଇବାରେ ଅସୁବିଧା ହୁଏ ଓ ମିଜାଜ ଘଡ଼ି ଘଡ଼ି ବଦଳେ । [୬] ବିଭିନ୍ନ ମହିଳାଙ୍କ ମଧ୍ୟରେ ଏହି ଲକ୍ଷଣ ଭିନ୍ନ ଭିନ୍ନ ହୋଇପାରେ । [୨] ଅଧିକ ହୃଦରୋଗ ଯୋଗୁ ଏହା ହେବା ବିଶ୍ୱାସ କରାଗଲେ ମଧ୍ୟ ବୟସାଧିକ୍ୟ ଯୋଗୁ ଋତୁବନ୍ଦ ହୁଏ ଓ ଏହାର ଋତୁବନ୍ଦ ସହିତ କୌଣସି ସଳଖ ସମ୍ପର୍କ ନାହିଁ । ଏଣ୍ଡୋମେଟ୍ରିଓସିସ ବା ଯନ୍ତ୍ରଣାପ୍ରଦ ଋତୁସ୍ରାବ ପୂର୍ବରୁ ହେଉଥିଲେ ଋତୁବନ୍ଦ ପରେ ଉପଶମ ହୋଇଯାଏ । [୨]
ଋତୁବନ୍ଦ ସାଧାରଣତଃ ଏକ ପ୍ରାକୃତିକ ପରିବର୍ତ୍ତନ । [୭] ଧୁମପାୟୀଙ୍କର ଏହା ଆଗୁଆ ହୋଇପାରେ । [୩][୮] ଡିମ୍ବାଶୟ ଉଚ୍ଛେଦନ ଅପରେଶନ ପରେ ଓ କେତେକ କେମୋଥେରାପି ଦେବା ପରେ ମଧ୍ୟ ଏହା ହୁଏ । [୩] ଶରୀର ବିଜ୍ଞାନ ଅନୁସାରେ ଡିମ୍ବାଶୟରୁ ପ୍ରସ୍ତୁତ ହେଉଥିବା ହରମୋନ ଏସ୍ଟ୍ରୋଜେନ ଓ ପ୍ରୋଜେସ୍ଟେରନ ପ୍ରସ୍ତୁତି କମିଗଲେ ଋତୁବନ୍ଦ ହୁଏ । [୧] ସ୍ୱାଭାବିକ ଭାବରେ ଋତୁବନ୍ଦ ନିର୍ଣ୍ଣୟ ଆବଶ୍ୟକ ନ ହେଲେ ମଧ୍ୟ ରକ୍ତ ଓ ପରିସ୍ରାରେ ହରମୋନ ସ୍ତର ପରୀକ୍ଷା କରି ଏହା ନିର୍ଣ୍ଣୟ କରାଯାଇପାରେ । [୯] ଝିଅର ପ୍ରଥମ ଋତୁସ୍ରାବକୁ ମେନାର୍କି କହନ୍ତି ଓ ଋତୁବନ୍ଦ ଋତୁସ୍ରାବ ବନ୍ଦ ହେବାକୁ କୁହାଯାଏ ଯାହା ଠିକ ତାହାର ଓଲଟା । [୧୦]
ଋତୁବନ୍ଦର ଚିକିତ୍ସା ଆବଶ୍ୟକ ହୁଏନି । ଏହା ଯୋଗୁ ହେଉଥିବା କେତେକ ଲକ୍ଷଣର ଚିକିତ୍ସାଦ୍ୱାରା ଉପଶମ ହୁଏ । ହଟଫ୍ଲାସ ହେଉଥିଲେ ଧୁମ୍ରପାନ, କେଫିନ ଓ ମଦ୍ୟପାନ ବର୍ଜନ କରିବାକୁ ଉପଦେଶ ଦିଆଯାଏ । ଥଣ୍ଡା ବଖରାରେ ଫ୍ୟାନ ଲଗେଇ ଶୋଇଲେ ଉପକାର ମିଳେ । [୧୧] ଏହା ନିମନ୍ତେ ମିଳୁଥିବା ଔଷଧମାନଙ୍କରେ ନାମ: ମେନୋପଜାଲ ହରମୋନ ଥେରାପି (ଏମ.ଏଚ.ଟି.), କ୍ଲୋନିଡିନ, ଗାବାପେଣ୍ଟିନ କିମ୍ବା ସିଲେକଟିଭ ସେରୋଟୋନିନ ଅପଟେକ ଇନହିବିଟର । [୧୧][୧୨] ନିଦ୍ର ହେଉ ନ ଥିଲେ ବ୍ୟାୟାମ କଲେ ଉପକାର ମିଳେ । ଏମ.ଏଚ.ଟି. ଏକ ସମୟରେ ରୁଟିନ ହିସାବରେ ଦିଆଯାଉଥିଲେ ମଧ୍ୟ ଆଜିକାଲି ତାହାର ପାର୍ଶ୍ୱପ୍ରତିକ୍ରିୟା ଯୋଗୁ କେବଳ ଉଲ୍ଲେଖନୀୟ ଲକ୍ଷଣ ଥିଲେ ଦିଆଯାଉଛି ଅନ୍ୟଥା ଦିଆଯାଉ ନାହିଁ । [୧୧] ଅଲଟରନେଟ ମେଡିସିନର ଫଳାଫଳର ପ୍ରମାଣ ମିଳୁନାହିଁ । [୨]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Menopause: Overview". www.nichd.nih.gov. 2013-06-28. Retrieved 8 March 2015.
- ↑ ୨.୦ ୨.୧ ୨.୨ ୨.୩ ୨.୪ "Menopause: Overview". www.ncbi.nlm.nih.gov/. August 29, 2013. Retrieved 8 March 2015.
- ↑ ୩.୦ ୩.୧ ୩.୨ "What is menopause?". www.nichd.nih.gov/. 2013-06-28. Retrieved 8 March 2015.
- ↑ ୪.୦ ୪.୧ Sievert, Lynnette Leidy (2006). Menopause : a biocultural perspective ([Online-Ausg.] ed.). New Brunswick, N.J.: Rutgers University Press. p. 81. ISBN 9780813538563.
- ↑ International position paper on women's health and menopause : a comprehensive approach. DIANE Publishing. 2002. p. 36. ISBN 9781428905214.
- ↑ ୬.୦ ୬.୧ "What are the symptoms of menopause?". www.nichd.nih.gov/. 05/06/2013. Retrieved 8 March 2015.
{{cite web}}
: Check date values in:|date=
(help) - ↑ "What causes menopause?". www.nichd.nih.gov/. 05/06/2013. Retrieved 8 March 2015.
{{cite web}}
: Check date values in:|date=
(help) - ↑ Warren, volume editors, Claudio N. Soares, Michelle (2009). The menopausal transition : interface between gynecology and psychiatry ([Online-Ausg.]. ed.). Basel: Karger. p. 73. ISBN 978-3805591010.
{{cite book}}
:|first1=
has generic name (help)CS1 maint: multiple names: authors list (link) - ↑ "How do health care providers diagnose menopause?". www.nichd.nih.gov. 05/06/2013. Retrieved 8 March 2015.
{{cite web}}
: Check date values in:|date=
(help) - ↑ Wood, James. "9". Dynamics of Human Reproduction: Biology, Biometry, Demography. Transaction Publishers. p. 401. ISBN 9780202365701.
- ↑ ୧୧.୦ ୧୧.୧ ୧୧.୨ "What are the treatments for other symptoms of menopause?". www.nichd.nih.gov. 2013-06-28. Retrieved 8 March 2015.
- ↑ Krause, MS; Nakajima, ST (March 2015). "Hormonal and Nonhormonal Treatment of Vasomotor Symptoms". Obstetrics and gynecology clinics of North America. 42 (1): 163–179. doi:10.1016/j.ogc.2014.09.008. PMID 25681847.