ନୀଳମଣି ପ୍ରଧାନ
ଦେଖଣା
(Nilamani Pradhanରୁ ଲେଉଟି ଆସିଛି)
ନୀଳମଣି ପ୍ରଧାନ | |
---|---|
ବିଧାୟକ: ୧ମ, ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୮ | |
ପର ଅଧିକାରୀ | ବୀରକିଶୋର ଦାସ |
ନିର୍ବାଚନ ମଣ୍ଡଳୀ | ଜଗତସିଂହପୁର |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୧୯୫୮ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ବୃତ୍ତି | ରାଜନୀତିଜ୍ଞ |
ନୀଳମଣି ପ୍ରଧାନ (ମୃତ୍ୟୁ: ୧୯୫୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ । ୧୯୫୨ ଓ ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜଗତସିଂହପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ ଓ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ନୀଳମଣି ପ୍ରଧାନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ନୀଳମଣି ପ୍ରଧାନ ୧୯୫୮ ମସିହାରେ ମୃତ୍ୟୁବରଣ କରିଥିଲେ । ୯ ଡିସେମ୍ବର ୧୯୫୮ରେ ତାଙ୍କ ପାଇଁ ବିଧାନ ସଭା ଗୃହରେ ଶୋକ ପାଳନ କରାଯାଇଥିଲା ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Nilamani Pradhan". odishaassembly.nic.in. Odisha Assembly. Retrieved 2 May 2022.