ରାଧାଗୋବିନ୍ଦ ସାହୁ

ଉଇକିପିଡ଼ିଆ‌ରୁ
(Radha Govinda Sahuରୁ ଲେଉଟି ଆସିଛି)
ରାଧାଗୋବିନ୍ଦ ସାହୁ
ବିଧାୟକ: ୮ମ, ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୯୦
ପୂର୍ବ ଅଧିକାରୀତାରିଣୀ ପଟ୍ଟନାୟକ
ପର ଅଧିକାରୀନିତ୍ୟାନନ୍ଦ ପ୍ରଧାନ
ନିର୍ବାଚନ ମଣ୍ଡଳୀକବିସୂର୍ଯ୍ୟ ନଗର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1928-05-05) ୫ ମଇ ୧୯୨୮ (ବୟସ ୯୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଶଶିରେଖା ସାହୁ
ବାପା/ବୋଉନଟବର ସାହୁ (ବାପା)
ବୃତ୍ତିରାଜନୀତିଜ୍ଞ

ରାଧାଗୋବିନ୍ଦ ସାହୁ (ଜନ୍ମ: ୫ ମଇ ୧୯୨୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୧୯୮୦ ଓ ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କବିସୂର୍ଯ୍ୟ ନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ରାଧାଗୋବିନ୍ଦ ୧୯୨୮ ମସିହାର ମଇ ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନଟବର ସାହୁ ଓ ପତ୍ନୀଙ୍କ ନାମ ଶଶିରେଖା ସାହୁ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ରାଧାଗୋବିନ୍ଦ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Radha Govinda Sahu". odishaassembly.nic.in. Odisha Assembly. Retrieved 28 January 2021.