ରାଧାଷ୍ଟମୀ
ପୁରୁଷୋତ୍ତମ ଶ୍ରୀକୃଷ୍ଣଙ୍କର ଦକ୍ଷିଣ ଅଂଶରୁ ଶ୍ରୀରାଧାଙ୍କର ଉତ୍ପତ୍ତି I ଶ୍ରୀକୃଷ୍ଣଙ୍କର ଜନ୍ମତିଥିକୁ ‘ଜନ୍ମାଷ୍ଟମୀ’ ବା ‘ହରିଜନ୍ମ ’ ଇତ୍ୟାଦି ନାମରେ ଆମେ ପାଳନ କରୁ ଥାଇଁ I ବୈଷ୍ଣବମାନେ ଶ୍ରୀରାଧାଙ୍କର ଜନ୍ମତିଥିକୁ ‘ ରାଧାଷ୍ଟମୀ ’ ଭାବେ ପାଳନ କରନ୍ତି I[୧] ସେମାନଙ୍କ ମତରେ କୃଷ୍ଣଭକ୍ତି ପ୍ରାପ୍ତିର ମାଧ୍ୟମ ଶ୍ରୀରାଧାଙ୍କ ସ୍ତୁତି ଓ ପୂଜନ I
ପୌରାଣିକ
[ସମ୍ପାଦନା]ଦିନେ ନାରଦ ଶ୍ରୀକୃଷ୍ଣଙ୍କୁ ପଚାରିଲେ- ଭଗବାନ ! ଆପଣଙ୍କ ଶ୍ରୀମୁଖରୁ ଅନେକ ବ୍ରତ କଥା ଶୁଣିଛି I ବର୍ତ୍ତମାନ ମୋତେ ଶ୍ରୀରାଧାଙ୍କର ଜନ୍ମଦିନର ବ୍ରତ କଥା କୁହନ୍ତୁ I ଶ୍ରୀକୃଷ୍ଣ କହିଲେ ଦେବର୍ଷି, ତୁମେ ମୋର ପ୍ରିୟ ଭକ୍ତ I ସେଥିପାଇଁ ତୁମେ ଏ ବ୍ରତ ଶ୍ରବଣ କରିବାର ଯୋଗ୍ୟ ଅଟ I ଏକଦା ସୂର୍ଯ୍ୟଦେବ ବ୍ରହ୍ମାଣ୍ଡ ପରିଭ୍ରମଣ କରୁକରୁ ନାନା ପ୍ରକାରର ଐଶ୍ୱର୍ଯ୍ୟ ଦେଖି ତପସ୍ୟା କରିବାକୁ ମନ ବଳାଇଲେ I ତେଣୁ ସେ ମନ୍ଦର ପର୍ବତ ଗୂହାରେ କଠିନ ତପସ୍ୟାରତ ହେଲେ I ଫଳରେ ପୃଥିବୀ ଅନ୍ଧକାରାଚ୍ଛନ୍ନ ହେଲା, ଦେବତାଗଣ ଭୀତ ହେଲେ I ଇନ୍ଦ୍ର ଦେବତାଗଣଙ୍କ ସହ ମିଶି ମୋତେ ପ୍ରାର୍ଥନା କଲେ I ମୁଁ ଦେବଗଣଙ୍କୁ ଆଶ୍ୱାସନା ଦେଇ ସୂର୍ଯ୍ୟଙ୍କୁ ଦର୍ଶନ ଦେଇ କହିଲି ‘ ହେ ଦିବାକର ! ତୁମେ ତପସ୍ୟାରେ ସିଦ୍ଧି ଲାଭ କରିଛ I ତୁମେ ବର ପ୍ରାର୍ଥନା କର I ସୂର୍ଯ୍ୟଦେବ କହିଲେ ପ୍ରଭୁ ! ମୋତେ ଗୋଟିଏ ଗୁଣବତୀ କନ୍ୟାର ବର ଦିଅନ୍ତୁ ଏବଂ ଆପଣ ଚିରଦିନ ସେହି କନ୍ୟାପ୍ରତି ବଶୀଭୂତ ରହିବେ I ଏହା ବ୍ୟତୀତ ମୋର ଆଉ କିଛି ଇଚ୍ଛା ନାହିଁ I ମୁଁ ‘ ତଥାସ୍ତୁ ’ କହିଲି I ଏହି ପୃଥିବୀରେ ମୁଁ କେବଳ ଶ୍ରୀରାଧାଙ୍କର ବଶୀଭୂତ I ଶ୍ରୀରାଧା ଏବଂ ମୋ ମଧ୍ୟରେ କୌଣସି ପ୍ରଭେଦ ନାହିଁ I ମୁଁ ପୃଥିବୀର ଭାର ଲାଘବ ପାଇଁ ବୃନ୍ଦାବନର ନନ୍ଦାଳୟରେ ଅବତୀର୍ଣ୍ଣ ହେବି I ତୁମେ ସେଠାରେ ବୃଷଭାନୁ ରାଜା ନାମରେ ଜନ୍ମ ଗ୍ରହଣ କରିବ I ଶ୍ରୀରାଧା ତୁମର କନ୍ୟାରୂପେ ଅବତୀର୍ଣ୍ଣ ହେବେ I ଶ୍ରୀହରି ମଥୁରାରେ ଜନ୍ମଗ୍ରହଣ କରି ନନ୍ଦାଳୟକୁ ଆସିଲେ I ସୂର୍ଯ୍ୟଦେବ ବୈଶ୍ୟ କୁଳରେ ବୃଷଭାନୁ ନାମରେ ଜନ୍ମ ଗ୍ରହଣ କଲେ I ଯଥା କାଳେ ଗୋପକନ୍ୟା କୀର୍ତ୍ତିଦାଙ୍କ ସହିତ ତାଙ୍କ ବିବାହ ହେଲା, ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥି ବିଶାଖା ନକ୍ଷତ୍ରରେ କୀର୍ତ୍ତିଦାଙ୍କ ଗର୍ଭରେ ରାଧିକା ଜନ୍ମଗ୍ରହଣ କଲେ I ଗୋପଗୋପୀ ଗଣ ଆନନ୍ଦରେ ଶ୍ରୀରାଧାଙ୍କ ଜନ୍ମ ପାଳନ କରିଥିଲେ I କାଳକ୍ରମେ ଶ୍ରୀରାଧା ଚନ୍ଦ୍ରସେଣା ନାମକ ନପୁଂସକ ଗୋପାଳଙ୍କୁ ବିବାହ କଲେ, କିନ୍ତୁ ସେ ପରମପୁରୁଷ ଜ୍ଞାନରେ ଶ୍ରୀକୃଷ୍ଣଙ୍କ ସହ ବିହାର କଲେ, ତେଣୁ ଶ୍ରୀକୃଷ୍ଣଙ୍କର କରୁଣା ଲାଭ ପାଇଁ ଶ୍ରୀରାଧାଙ୍କ ଜନ୍ମଦିନକୁ ‘ ଶ୍ରୀରାଧାଷ୍ଟମୀ ’ ଭାବରେ ପାଳନ କରାଯାଏ I
ଆମର ଓଡ଼ିଶାରେ ଶ୍ରୀମନ୍ଦିର ଓ ସାକ୍ଷୀଗୋପାଳ ମନ୍ଦିରରେ ଏହି ନୀତି ଯଥାବିଧି ପାଳନ କରାଯାଏ ଏବଂ ଅନୁଗୋଳର କୀର୍ତ୍ତନ ଘରେ ପ୍ରାୟତଃ ୧୯୨୦ ମସିହାରୁ ରାଧାଷ୍ଟମୀ ମହୋତ୍ସବ ଧୁମଧାମରେ ପାଳନ କରା ଯାଇଆସୁଛି I
ରାଧାଷ୍ଟମୀ ବ୍ରତ
[ସମ୍ପାଦନା]ଭାଦ୍ରମାସ ଶୁକ୍ଳପକ୍ଷ ଅଷ୍ଟମୀରେ ଏହି ବ୍ରତ ପାଳନ କରାଯାଏ । ପୂର୍ବେ ଏହି ତିଥିରେ ଦୁର୍ବାଷ୍ଟମୀ ପାଳନ ହେଉଥିଲା । କ୍ରମେ ଦୁର୍ବାଷ୍ଟମୀ ଅପ୍ରଚଳିତ ହୋଇଗଲାଣି । ରାଧାଷ୍ଟମୀ ବୈଷ୍ଣବମାନଙ୍କ ମଧ୍ୟରେ ବିଶେଷ ଭାବରେ ପ୍ରଚଳିତ । ଏଥିରେ ରାଧାଙ୍କର ଜନ୍ମବୃତ୍ତାନ୍ତ ବ୍ୟତୀତ ଏକ ବ୍ରତ କଥା ପଠିତ ହୁଏ । କାହାଣୀଟି ଅତି ସରଳ । ସତ୍ୟଯୁଗରେ ଗୋଟିଏ ବାରଙ୍ଗନା ଥିଲା । ତା' ନାମ ଲୀଳାବତୀ । ସେ ଥରେ ନିଜ ନଗରରୁ ଅନ୍ୟ ଏକ ନଗରକୁ ଯାଉଥିଲା । ବାଟରେ ଗୋଟିଏ ମନ୍ଦିର ଦେଖିଲା । ସେଠାରେ କେତେଜଣ ବୈଷ୍ଣବ ସନ୍ୟାସୀ ରାଧାଷ୍ଟାମୀ ପାଳୁଥିଲେ । ଧୂପ, ଦୀପ, ନୈବେଦ୍ୟ ଦେଇ ଦିବ୍ୟ ବସ୍ତ୍ର ଅଲଙ୍କାର ବିନ୍ଧାଇ ଶ୍ରୀରାଧାଙ୍କ ମୂର୍ତ୍ତିଙ୍କୁ ପୂଜା କରୁଥିଲେ । ତା'ର ମନରେ ପରିବର୍ତ୍ତନ ଆସିଲା । ସେ ଏହି ବ୍ରତ କରିବ ବୋଲି ସଂକଳ୍ପ କଲା । ସଂକଳ୍ପ କରିବା କ୍ଷଣି ତାର ସବୁପାପ ଦୂର ହେଲା । ସେ ମୃତ୍ୟୁ ପରେ ବୈକୁଣ୍ଠକୁ ଗଲା । [୨]
ଆଧାର
[ସମ୍ପାଦନା]- ↑ "The Hare Krsnas - Spiritual Practice - Krsna Prasadam - Feast Menus - Radhastami". harekrsna.com. 2005. Retrieved 26 October 2012.
Radhastami is the annual observance of the Appearance day of Srimati Radharani,
- ↑ ସଂଚାର, ପୃଷ୍ଠା-୨, ଶୁକ୍ରବାର, ୧୩ ସେପ୍ଟେମ୍ବର ୨୦୧୩