ରାଘବ ଚରଣ ସେଠୀ
ରାଘବ ଚରଣ ସେଠୀ | |
|---|---|
| ବିଧାୟକ: ୯ମ ଓଡ଼ିଶା ବିଧାନ ସଭା | |
| କାର୍ଯ୍ୟକାଳ ୧୯୮୫ – ୧୯୯୦ | |
| ପୂର୍ବ ଅଧିକାରୀ | ବସନ୍ତ ବେହେରା |
| ପର ଅଧିକାରୀ | ହୃଷିକେଶ ନାୟକ |
| ନିର୍ବାଚନ ମଣ୍ଡଳୀ | ବାଲିପାଟଣା |
| ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା | |
| କାର୍ଯ୍ୟକାଳ ୨୦୦୦ – ୨୦୦୪ | |
| ପୂର୍ବ ଅଧିକାରୀ | ହୃଷିକେଶ ନାୟକ |
| ପର ଅଧିକାରୀ | ଶଶି ଭୂଷଣ ବେହେରା |
| ନିର୍ବାଚନ ମଣ୍ଡଳୀ | ବାଲିପାଟଣା |
| ବ୍ୟକ୍ତିଗତ ସବିଶେଷ | |
| ଜନ୍ମ | ୧୪ ମାର୍ଚ୍ଚ ୧୯୫୮ |
| ନାଗରିକତା | ଭାରତୀୟ |
| ଜାତୀୟତା | ଭାରତୀୟ |
| ରାଜନୀତିକ ଦଳ | ବିଜୁ ଜନତା ଦଳ |
| ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଭାରତୀୟ ଜାତୀୟ କଂଗ୍ରେସ |
| ଜୀବନ ସାଥୀ | ରେଣୁବାଳା ସେଠୀ |
| ବାପା/ବୋଉ | ନରେନ୍ଦ୍ର ସେଠୀ (ବାପା) |
| ବୃତ୍ତି | ରାଜନୀତିଜ୍ଞ |
ରାଘବ ଚରଣ ସେଠୀ (ଜନ୍ମ: ୧୪ ମାର୍ଚ୍ଚ ୧୯୫୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ରାଘବ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୧୯୮୫ ଓ ୧୯୯୫ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବାଲିପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୯ମ ଓ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ରାଘବ ଚରଣ ସେଠୀ ୧୯୫୮ ମସିହାର ମାର୍ଚ୍ଚ ମାସ ୧୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନରେନ୍ଦ୍ର ସେଠୀ ଓ ପତ୍ନୀଙ୍କ ନାମ ରେଣୁବାଳା ସେଠୀ ।[୧] ରାଘବଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକୋତ୍ତର ଓ ପରେ ସେ ଓକିଲାତି ପଢ଼ିଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ରାଘବ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ଏବଂ ପୂର୍ବରୁ ସେ ଭାରତୀୟ ଜାତୀୟ କଂଗ୍ରେସରେ କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୧]