ରାମରାୟ ମୁଣ୍ଡା

ଉଇକିପିଡ଼ିଆ‌ରୁ
(Ramaray Mundaରୁ ଲେଉଟି ଆସିଛି)
ରାମରାୟ ମୁଣ୍ଡା
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୧
ପୂର୍ବ ଅଧିକାରୀରାଜ ବଲ୍ଲଭ ମିଶ୍ର‌
ପର ଅଧିକାରୀମହେଶ୍ୱର ମାଝି
ନିର୍ବାଚନ ମଣ୍ଡଳୀପାଟଣା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1938-07-08) ୮ ଜୁଲାଇ ୧୯୩୮ (ବୟସ ୮୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱତନ୍ତ୍ର ପାର୍ଟି
ଜୀବନ ସାଥୀରୁକ୍ମଣୀ ଦେବୀ
ସନ୍ତାନ୧ ଝିଅ
ବାପା/ବୋଉମାଙ୍ଗତା ମୁଣ୍ଡା (ବାପା)
ବୃତ୍ତିରାଜନୀତିଜ୍ଞ

ରାମରାୟ ମୁଣ୍ଡା (ଜନ୍ମ: ୮ ଜୁଲାଇ ୧୯୩୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ରାମରାୟ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସେ କାର୍ଯ୍ୟ କରିଥିଲେ । ୧୯୬୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

ରାମରାୟ ମୁଣ୍ଡା ୧୯୩୮ ମସିହାର ଜୁଲାଇ ମାସ ୮ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ମାଙ୍ଗତା ମୁଣ୍ଡା ।[୧] ରାମରାୟଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ଇଣ୍ଟରମିଡିଏଟ୍ ।[୧] ତାଙ୍କ ପତ୍ନୀଙ୍କ ନାମ ରୁକ୍ମଣୀ ଦେବୀ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ରାମରାୟ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।[୧]

୧୯୬୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ରାମରାୟ ମୁଣ୍ଡା ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର ପ୍ରାର୍ଥୀ ଭାବରେ ପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୫,୧୪୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ପଦ୍ମଲୋଚନ ସିଂହଙ୍କୁ ୯୬୨ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ । ଏହି ବିଧାନ ସଭାରେ ସେ ୧୯୬୭ ମସିହାରୁ ୧୯୭୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ ୧.୫ ୧.୬ "Shri Ramaray Munda". odishaassembly.nic.in. Odisha Assembly. Retrieved 28 July 2019.