ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ
ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ | |
---|---|
ବିଧାୟକ: ୧୧ଶ, ୧୨ଶ, ୧୩ଶ, ୧୪ଶ, ୧୫ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୫ – ୨୦୧୯ | |
ପୂର୍ବ ଅଧିକାରୀ | ବିନାୟକ ମହାପାତ୍ର |
ପର ଅଧିକାରୀ | ବିକ୍ରମ କୁମାର ପଣ୍ଡା |
ନିର୍ବାଚନ ମଣ୍ଡଳୀ | ବ୍ରହ୍ମପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୦ ଅଗଷ୍ଟ ୧୯୪୩ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଜନତା ଦଳ |
ଜୀବନ ସାଥୀ | ବିଜୟଲକ୍ଷ୍ମୀ ଚ୍ୟାଉ ପଟ୍ଟନାୟକ |
ବାପା/ବୋଉ | ଚିନ୍ତାମଣି ଚ୍ୟାଉ ପଟ୍ଟନାୟକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ (ଜନ୍ମ: ୨୦ ଅଗଷ୍ଟ ୧୯୪୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୫ ଥର କାର୍ଯ୍ୟ କରିଛନ୍ତି । ୧୯୯୫, ୨୦୦୦, ୨୦୦୪, ୨୦୦୯ ଓ ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବ୍ରହ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୧ଶ, ୧୨ଶ, ୧୩ଶ, ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ଶିକ୍ଷା ଓ ପରିବାର
[ସମ୍ପାଦନା]ରମେଶ ୧୯୪୩ ମସିହାର ଅଗଷ୍ଟ ୨୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଚିନ୍ତାମଣି ଚ୍ୟାଉ ପଟ୍ଟନାୟକ ଓ ପତ୍ନୀଙ୍କ ନାମ ବିଜୟଲକ୍ଷ୍ମୀ ଚ୍ୟାଉ ପଟ୍ଟନାୟକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ରମେଶ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ଏବଂ ପୂର୍ବରୁ ସେ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୫ ଥର କାର୍ଯ୍ୟ କରିଛନ୍ତି ।[୧]
୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେଡିର ପ୍ରାର୍ଥୀ ଭାବରେ ବ୍ରହ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୩୨,୨୮୮ ଖଣ୍ଡ ଭୋଟ୍ ପାଇ ୨ୟ ସ୍ଥାନରେ ଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜୁ ଜନତା ଦଳର ପାର୍ଥୀ କେ. ଅନୀଲ କୁମାରଙ୍କ ଠାରୁ ୧୮,୭୦୯ ଖଣ୍ଡ ଭୋଟ୍ରେ ପରାସ୍ତ ହୋଇଥିଲେ ।[୨]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୯୫ | ୨୦୦୦ | ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା | ବ୍ରହ୍ମପୁର | ଜନତା ଦଳ |
୨୦୦୦ | ୨୦୦୪ | ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା | ବ୍ରହ୍ମପୁର | ବିଜୁ ଜନତା ଦଳ |
୨୦୦୪ | ୨୦୦୯ | ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା | ବ୍ରହ୍ମପୁର | ବିଜୁ ଜନତା ଦଳ |
୨୦୦୯ | ୨୦୧୪ | ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା | ବ୍ରହ୍ମପୁର | ବିଜୁ ଜନତା ଦଳ |
୨୦୧୪ | ୨୦୧୯ | ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା | ବ୍ରହ୍ମପୁର | ବିଜୁ ଜନତା ଦଳ |
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Ramesh Chandra Chyau Patnaik". odishaassembly.nic.in. Odisha Assembly. Retrieved 15 January 2021.
- ↑ "General Election to Assembly Constituencies 2024: Berhampur (Odisha)". Election Commission of India. Retrieved 27 June 2024.