ରାସ ବିହାରୀ ବେହେରା

ଉଇକିପିଡ଼ିଆ‌ରୁ
(Ras Behari Beheraରୁ ଲେଉଟି ଆସିଛି)
ରାସ ବିହାରୀ ବେହେରା
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୫ – ୧୯୯୦
ନିର୍ବାଚନ ମଣ୍ଡଳୀକୋକସରା
ସାଂସଦ: ୭ମ ଲୋକ ସଭା
କାର୍ଯ୍ୟକାଳ
୧୯୮୦ – ୧୯୮୪
ପୂର୍ବ ଅଧିକାରୀପ୍ରତାପ କେଶରୀ ଦେଓ
ନିର୍ବାଚନ ମଣ୍ଡଳୀକଳାହାଣ୍ଡି
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୭ – ୧୯୮୦
ନିର୍ବାଚନ ମଣ୍ଡଳୀକୋକସରା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1938-04-12) ୧୨ ଅପ୍ରେଲ ୧୯୩୮ (ବୟସ ୮୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀରାଜେଶ୍ୱରୀ ବେହେରା
ବାପା/ବୋଉପ୍ରସନ୍ନ କୁମାର ବେହେରା (ବାପା)
ବୃତ୍ତିରାଜନୀତିଜ୍ଞ

ରାସ ବିହାରୀ ବେହେରା (ଜନ୍ମ: ୧୨ ଅପ୍ରେଲ ୧୯୩୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର ଓ ଲୋକ ସଭାର ସାଂସଦ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୭୭ ଓ ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋକସରା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୭ମ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୮୦ ଭାରତୀୟ ସାଧାରଣ ନିର୍ବାଚନରେ ସେ କଳାହାଣ୍ଡି ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୭ମ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।

ରାସ ବିହାରୀ ବେହେରାଙ୍କ ସୃଷ୍ଟି ସମ୍ଭାର-

ଉପନ୍ୟାସ-ବିଜୟୀ

ଭ୍ରମଣ ସାହିତ୍ୟ-ଅନନ୍ୟସୃଷ୍ଟି କାନାଡ଼ା

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ରାସ ବିହାରୀ ବେହେରା ୧୯୩୮ ମସିହାର ଅପ୍ରେଲ ୧୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପ୍ରସନ୍ନ କୁମାର ବେହେରା ଓ ପତ୍ନୀଙ୍କ ନାମ ରାଜେଶ୍ୱରୀ ବେହେରା ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ରାସ ବିହାରୀ ବେହେରା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିବା ସହିତ ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ସାଂସଦ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Ras Behari Behera". odishaassembly.nic.in. Odisha Assembly. Retrieved 5 September 2022.