ସୁରେନ୍ଦ୍ର ମୋହନ ପଟ୍ଟନାୟକ

ଉଇକିପିଡ଼ିଆ‌ରୁ
(Surendra Mohan Patnaikରୁ ଲେଉଟି ଆସିଛି)
ସୁରେନ୍ଦ୍ର ମୋହନ ପଟ୍ଟନାୟକ
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୧ – ୧୯୬୧
ପୂର୍ବ ଅଧିକାରୀରତ୍ନପ୍ରଭା ଦେବୀ
ପର ଅଧିକାରୀନନ୍ଦିନୀ ଶତପଥୀ
ନିର୍ବାଚନ ମଣ୍ଡଳୀଢେଙ୍କାନାଳ
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା (ସ୍ୱାଧୀନତା ପୂର୍ବରୁ)
କାର୍ଯ୍ୟକାଳ
୧୯୪୬ – ୧୯୫୨
ନିର୍ବାଚନ ମଣ୍ଡଳୀଢେଙ୍କାନାଳ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1914-08-28)୨୮ ଅଗଷ୍ଟ ୧୯୧୪
ମୃତ୍ୟୁ୨୦ ଡିସେମ୍ବର ୧୯୯୮(1998-12-20) (ବୟସ ୮୪)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବାପା/ବୋଉସଦାନନ୍ଦ ପଟ୍ଟନାୟକ (ବାପା)
ବୃତ୍ତିରାଜନୀତିଜ୍ଞ

ସୁରେନ୍ଦ୍ର ମୋହନ ପଟ୍ଟନାୟକ (୨୮ ଅଗଷ୍ଟ ୧୯୧୪ - ୨୦ ଡିସେମ୍ବର ୧୯୯୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସୁରେନ୍ଦ୍ର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଓ ପରେ କାର୍ଯ୍ୟ କରିଥିଲେ । ଭାରତ ସ୍ୱାଧୀନ ହେବା ପୂର୍ବରୁ ୧୯୪୬ ମସିହାରେ ଓଡ଼ିଶାରେ ହୋଇଥିବା ୨ୟ ବିଧାନ ସଭା ନିର୍ବାଚନରେ ସେ ଢେଙ୍କାନାଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ । ଏହାପରେ ୧୯୭୧ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ ଢେଙ୍କାନାଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

ସୁରେନ୍ଦ୍ର ୧୯୧୪ ମସିହାର ଅଗଷ୍ଟ ମାସ ୨୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସଦାନନ୍ଦ ପଟ୍ଟନାୟକ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ସ୍ନାତକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ସୁରେନ୍ଦ୍ର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।

ମୃତ୍ୟୁ[ସମ୍ପାଦନା]

ସୁରେନ୍ଦ୍ର ୧୯୯୮ ମସିହାର ଡିସେମ୍ବର ମାସ ୨୦ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Surendra Mohan Patnaik". odishaassembly.nic.in. Odisha Assembly. Retrieved 9 August 2020.