ବିଶ୍ୱ ତମାଖୁହୀନ ଦିବସ
Appearance
(World No Tobacco Dayରୁ ଲେଉଟି ଆସିଛି)
ବିଶ୍ୱ ତମାଖୁହୀନ ଦିବସ ପ୍ରତିବର୍ଷ ୩୧ ମଇରେ ପୃଥିବୀ ସାରା ପାଳନ କରାଯାଇଥାଏ । ଏହା ୨୪ ଘଣ୍ଟା ଧରି ପୃଥିବୀରେ ତମାଖୁର ବ୍ୟବହାରକୁ ପୁରାପୁରି ବନ୍ଦ କରିବା ଲକ୍ଷରେ କରାଯାଇଥାଏ । ଏହା ଆହୁରି ମଧ୍ୟ ସ୍ୱାସ୍ଥ୍ୟ ଉପରେ ବିଶ୍ୱରେ ତମାଖୁର ଖରାପ ପ୍ରଭାବ ଉପରେ ଜନସଚେତନତା ତିଆରି କରିବାକୁ ପାଳନ କରାଯାଇଥାଏ ଯାହା ଏବେ ପୃଥିବୀରେ ବାର୍ଷିକ ୫୪ ଲକ୍ଷ ମରଣର କାରଣ ସାଜିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ୧୯୮୭ରେ ବିଶ୍ୱ ତମାଖୁହୀନ ଦିବସ ପ୍ରଥମକରି ଆରମ୍ଭ କରିଥିଲେ । ଗତ ୨୦ ବର୍ଷ ଧରି, ଏହି ଦିବସ ସରକାର, ସାମାଜିକ ସ୍ୱାସ୍ଥ୍ୟ ସଙ୍ଗଠନ, ଧୂମପାନକାରୀ, ତମାଖୁ ଚାଷୀ ଓ କାରଖାନାମାନେ ଏହି ଦିବସ ସପକ୍ଷ ଓ ବିପକ୍ଷରେ ମତ ଦେଇଛନ୍ତି ।
ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO) ଓ ବିଶ୍ୱ ତମାଖୁହୀନ ଦିବସ
[ସମ୍ପାଦନା]ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନଦ୍ୱାରା ପାଳନ କରାଯାଉଥିବା ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ, ବିଶ୍ୱ ଏଡ୍ସ ଦିବସ ଓ ବିଶ୍ୱ ରକ୍ତଦାନକାରୀ ଦିବସ ଆଦିସ୍ୱାସ୍ଥ୍ୟ ସଚେତନତା ଦିବସମାନଙ୍କ ମଧ୍ୟରୁ ବିଶ୍ୱ ତମାଖୁହୀନ ଦିବସ ଅନ୍ୟତମ ।
ଆହୁରି ଦେଖନ୍ତୁ
[ସମ୍ପାଦନା]ଆଧାର
[ସମ୍ପାଦନା]ବାହାର ଆଧାର
[ସମ୍ପାଦନା]ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |