ଅଲେଖ କୁମାର ଜେନା
ଦେଖଣା
ଅଲେଖ କୁମାର ଜେନା | |
---|---|
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୪ | |
ପୂର୍ବ ଅଧିକାରୀ | ଅଂଶୁମାନ ମହାନ୍ତି |
ପର ଅଧିକାରୀ | ନଳିନୀକାନ୍ତ ମହାନ୍ତି |
ନିର୍ବାଚନ ମଣ୍ଡଳୀ | ରାଜନଗର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ଜୁନ ୨୦, ୧୯୬୨ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ବନୀତା ପଶ୍ୱଜାତ |
ବାପା/ବୋଉ | ଧୀରେନ୍ଦ୍ରନାଥ ଜେନା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଅଲେଖ କୁମାର ଜେନା (ଜନ୍ମ: ୨୦ ଜୁନ ୧୯୬୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି (ଭାଜପା)ର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ଅଲେଖ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ରାଜନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଅଲେଖ କୁମାର ଜେନା ୧୯୬୨ ମସିହାର ଜୁନ ମାସ ୨୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଧୀରେନ୍ଦ୍ରନାଥ ଜେନା ଏବଂ ପତ୍ନୀଙ୍କ ନାମ ବନୀତା ପଶ୍ୱଜାତ ।[୧] ଅଲେଖଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକୋତ୍ତର ଏବଂ ପରେ ସେ ଓକିଲାତି ପଢ଼ିଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଅଲେଖ କୁମାର ଜେନା ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]