Jump to content

ଗଣେଶ

ଉଇକିପିଡ଼ିଆ‌ରୁ
ଗଣେଶ
ଉପାଧିଦେବ
ମନ୍ତ୍ରॐ गणेशाय नमः
(Oṃ Gaṇeśāya Namaḥ)
ସାଥିବୁଦ୍ଧି, ରିଦ୍ଧି, ସିଦ୍ଧି
ବାହନମୂଷା
କେନ୍ଦୁସାହିର ସ୍ୱପ୍ନେଶ୍ୱର ମହାଦେବ ମନ୍ଦିରରେ ପାର୍ଶ୍ୱଦେବତା ରୂପେ ବିରାଜିତ ଗଣେଶଙ୍କ କଳାମୁଗୁନି ପଥର ବିଗ୍ରହ । ଉତ୍କଳୀୟ ଶୈଳୀରେ ଗଣେଶଙ୍କୁ ଏହି ରୂପେ ଚିତ୍ରିତ କରାଯାଏ ।

ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହେଉଥିବା ହିନ୍ଦୁ ଦେବତା []। ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। [] ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି।[] ଏପରିକି ଜୈନ, ବୌଦ୍ଧ ଧର୍ମର ତଥା ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। [] ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।[]

ଅନେକ ବିଶେଷତ୍ୱ ମଧ୍ୟରୁ ଗଣେଶ ତାଙ୍କର ହାତୀ ମୁଣ୍ଡ ଯୋଗୁ ସ‌ହଜରେ ଚିହ୍ନା ପଡ଼ନ୍ତି । [] ବିଘ୍ନ ନାଶକ ରୂପେ ସେ ସର୍ବତ୍ର ପୂଜିତ ହୁଅନ୍ତି । [] କଳା, ବିଜ୍ଞାନର ଓ ବୁଦ୍ଧିମତ୍ତାର ଦେବତା ଓ ସଂରକ୍ଷକ ରୂପେ ସେ ପରିଚିତ । [] ଆଦି ଦେବତା ହିସାବରେ ପ୍ରତ୍ୟେକ ଶୁଭ କାର୍ଯ୍ୟ, ପୂଜା, ଲେଖାପଢ଼ା ଓ ଧାର୍ମିକ କ୍ରିୟା ଆରମ୍ଭରେ ତାଙ୍କର ଆବାହ‌ନ କରାଯାଏ । [][୧୦] ତାଙ୍କୁ ପଞ୍ଚଦେବତାମାନଙ୍କ ମଧ୍ୟରୁ ଜଣେ ବୋଲି କୁହାଯାଏ।

ଗଣେଶଙ୍କ ପରିଚୟ

[ସମ୍ପାଦନା]
  • ଦେବତା : ହିନ୍ଦୁ ଦେବତା
  • ମନ୍ତ୍ର : ଗଂ ଗଣପତୟେ ନମଃ, ଗଣେଶାୟ ନମଃ
  • ଶସ୍ତ୍ର : ପରଶୁ, ପାଶ, ଅଂକୁଶ
  • ପତ୍ନୀ : ୧. ରିଦ୍ଧି, ୨. ସିଦ୍ଧି (କେହି କେହି ବୁଦ୍ଧିଙ୍କୁ ମଧ୍ୟ ଗଣେଶଙ୍କ ପତ୍ନୀ ବୋଲି କହିଥାନ୍ତି) ଦକ୍ଷିଣ ଭାରତୀୟ ପରମ୍ପରାରେ ଗଣେଶଙ୍କୁ ବ୍ରହ୍ମଚାରୀ ରୂପରେ ଚିତ୍ରିତ କରାଯାଇଛି।
  • ବାହନ : ମୂଷିକ
  • ପିତା : ଭଗବାନ ଶିବ
  • ମାତା : ଭଗବତୀ ପାର୍ବତୀ
  • ଭାଇ : ଶ୍ରୀ କାର୍ତ୍ତିକେୟ
  • ପୁରାଣ : ଗଣେଶ ପୁରାଣ, ମୁଦ୍ଗଲ ପୁରାଣ
  • ତୀର୍ଥକ୍ଷେତ୍ର : ଅଷ୍ଟବିନାୟକ

ପୌରାଣିକ

[ସମ୍ପାଦନା]

ଶିବ ପୁରାଣ ଅନୁଯାୟୀ ଦେବୀ ପାର୍ବତୀ ନିଜଦେହରୁ ନିର୍ଗତ ମଇଳାରୁ ଏକ ମୂର୍ତ୍ତି ଗଠନ କଲେ ଏବଂ ତାକୁ ଜୀବନ ଦାନ ଦେଲେ। ପାର୍ବତୀ ଏହାଙ୍କୁ ଦ୍ୱାର ଜଗାଇ ଏବଂ ଭିତରକୁ କାହାକୁ ପ୍ରବେଶ ନ କରେଇବା ପାଇ ଆଦେଶ ଦେଇ ସ୍ନାନ କରିବାକୁ ଗଲେ । ଠିକ ସେହି ସମୟରେ ମହାଦେବ ଘରକୁ ଫେରି ଭିତରକୁ ପ୍ରବେଶ କରନ୍ତେ, ବାଳକ ଗଣେଶ ଆପଣା ପିତାଙ୍କୁ ଚିହ୍ନି ନ ପାରି ବାଟ ଛାଡ଼ିଲେ ନାହିଁ । ମହାଦେବ ଯେତେ ବୁଝାଇବାକୁ ଚେଷ୍ଟା କରି ବିଫଳ ହେବା ପରେ କ୍ରୋଧ ଜର୍ଜରିତ ହୋଇ ଶିର ଚ୍ଛେଦନ କଲେ । ପରେ ପାର୍ବତୀଙ୍କ ନିକଟରୁ ଏହାଙ୍କର ପରିଚୟ ପାଇ ଫେରି ଆସି ଦେଖିଲା ବେଳକୁ ମୁଣ୍ଡହୀନ ଗଣ୍ଡିଟି ପଡ଼ିଅଛି । ମହାଦେବ ମୁଣ୍ଡ ଖୋଜି ନ ପାଇ ଉତ୍ତରଦିଗକୁ ମୁଣ୍ଡକରି ଶୋଇଥିବା ଗୋଟିଏ ହାତୀର ମୁଣ୍ଡକୁ କାଟି ଆଣି ଏହାଙ୍କ ଗଣ୍ଡିରେ ଯୋଡ଼ି ଜୀବନ ଦାନ କଲେ । ଏ ମହାଦେବଙ୍କ ପ୍ରମଥ ଗଣର ସେନାପତି। ପୌରାଣିକ ମତେ ଗଣେଶ ବ୍ୟାସୋକ୍ତ ମହାଭାରତର ଲେଖକ। ଭାଦ୍ରବ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ଦିନ ଗଣେଶଙ୍କର ସ୍ୱତନ୍ତ୍ର ପୂଜା ହୁଏ । ରକ୍ତ ଚନ୍ଦ୍ର, ରକ୍ତ ପୁଷ୍ପରେ ଏହାଙ୍କୁ ପୂଜା କରାଯାଏ । ଏହାଙ୍କର ଗଜମସ୍ତକ, ଏକଦନ୍ତ, ଥନ୍ତଲ ପେଟ ଓ ସାପ ପଇତା । ଏହାଙ୍କର ବାହନ ମୂଷା ।

ଗଣେଶଙ୍କ ନାମ

[ସମ୍ପାଦନା]

ଗଣେଶ ଗଜାନନ ରୂପରେ ହିଁ ସର୍ବତ୍ର ପରିଚିତ। [୧୧] ବିଘ୍ନହନ୍ତା ରୂପରେ ମଧ୍ୟ ତାଙ୍କୁ ପୂଜା କରାଯାଏ।[୧୨] ଆଉମଧ୍ୟ ସେ ଆଦ୍ୟପୂଜିତ ଓ ବିଘ୍ନେଶ। [୧୩] ତା ସହିତ ସେ ହେଉଛନ୍ତି ବୁଦ୍ଧି, ବିଦ୍ୟା ବା ଜ୍ଞାନର ଦେବତା, ବିଦ୍ୟାଦାତା। [୧୪] ସେ ପ୍ରତ୍ୟେକ ପୂଜାର ପ୍ରାରମ୍ଭରେ ପୂଜିତ ହୁଅନ୍ତି ଓ ବିଦ୍ୟାରମ୍ଭରେ ମଧ୍ୟ ତାଙ୍କରି ଆବାହନ କରାଯାଇଥାଏ। [୧୫] ଗଣେଶଙ୍କ ଅନ୍ୟ କେତେକ ନାମ ହେଲା : ସୁମୂଖ, ବିଘ୍ନହର୍ତ୍ତା, ବିଘ୍ନହର, ଧୂମ୍ରକେତୁ, ଗଣାଧ୍ୟକ୍ଷ, ବ୍ରହ୍ମଣସ୍ପତୀ, ମୟୂରେଶ୍ୱର, ବିଘ୍ନେଶ୍ୱର ଓ ଶୂର୍ପକର୍ଣ ଇତ୍ୟାଦି ।
ଶାସ୍ତ୍ର ମତେ ଗଣେଶଙ୍କ ଦ୍ୱାଦଶନାମ: [୧୬]

  1. ଏକଦନ୍ତ
  2. କୃଷ୍ଣପିଙ୍ଗାକ୍ଷ
  3. ଗଣପତି: ଗଣ ବା ଲୋକଙ୍କର ଦେବତା ବା ଗଣଦେବତା ।
  4. ଗଜବକ୍ର:
  5. ଗଜାନନ: ଗଜ ବା ହାତୀ ମୁଣ୍ଡ ଥିବା ଦେବତା ଗଜାନନ । ଶରୀର ମଣିଷର ମସ୍ତକ ହାତୀର । ଶାସ୍ତ୍ରରେ କୁହାଯାଇଛି ଉଭୟ ମଣିଷ ଓ ହାତୀର ଆୟୁ ୧୨୦ ବର୍ଷ । ଉଭୟର ଗୁଣକୁ ଏକାଠି ହେଲେ ମଣିଷ ସଫଳ ହେବ । ତେଣୁ ଗଣେଶ ନିଜେ ଏହି ରୂପ ଧାରଣ କରିଛନ୍ତି । 'ଗ'ର ଅର୍ଥ ମୋକ୍ଷ ପ୍ରାପ୍ତି ପାଇଁ ସମାଧିରେ ଥିବା ଯୋଗୀ । 'ଜ'ର ଅର୍ଥ ଜୀବନ ପ୍ରତି ସାଂସାରିକ ଦୃଷ୍ଟିକୋଣ । ଅର୍ଥାତ୍ ସଂସାର ଭିତରେ ମୋକ୍ଷ ପ୍ରାପ୍ତ ସମ୍ଭବ କରାଇପାରନ୍ତି ଗଜାନନ ।
  6. ବକ୍ରତୁଣ୍ଡ:
  7. ବିକଟ:
  8. ବିଘ୍ନରାଜେନ୍ଦ୍ର:
  9. ବିନାୟକ: ଗଣେଶଙ୍କର ଏହିନାମର ଅର୍ଥ ବିଶେଷ ନାୟକ । ଏହାର ଅନ୍ତର୍ନିହିତ ଅର୍ଥ ହେଉଛି ଯେତେବେଳେ ପ୍ରିୟବଚନ ବା ପ୍ରାର୍ଥନାଦ୍ୱାରା ଗଣେଶଙ୍କୁ ସନ୍ତୁଷ୍ଟ କରାଯାଏ ତେବେ ସେ ଭକ୍ତର ରାସ୍ତାରେ ଥିବା ସବୁ ବାଧା ଦୂର କରନ୍ତି । ଅର୍ଥାତ୍ ଭକ୍ତର ଜୀବନରେ ଥିବା ବିପର୍ଯ୍ୟୟ, ସବୁ ଅମଙ୍ଗଳ, ସବୁ ବାଧା ଦୂରେଇ ଦିଅନ୍ତି ।
  10. ଧୂମ୍ରବର୍ଣ୍ଣ
  11. ଭାଲଚନ୍ଦ୍ର
  12. ଲମ୍ବୋଦର: ଲମ୍ବା ଉଦର ବା ବଡ଼ ପେଟ ଥିବାରୁ ତାଙ୍କୁ ଲମ୍ବୋଦର ବୋଲି କୁହାଯାଇଥାଏ । କିନ୍ତୁ ପ୍ରକୃତ ଅର୍ଥରେ ଲମ୍ବୋଦର ତାଙ୍କୁ ହିଁ କୁହାଯାଏ ଯିଏ ସବୁକିଛି ଭଲ ବିଦ୍ୟା ଗ୍ରହଣ କରିପାରନ୍ତି ଏବଂ ସାଇତି ପାରନ୍ତି । ଗଣେଶ ପାର୍ବତୀଙ୍କ ନୁପୂରର ଶବ୍ଦଶୁଣି ସଙ୍ଗୀତ ଶିଖୁଥିଲେ । ପିତା ଶିବଙ୍କ ଡମ୍ବରୁର ଶବ୍ଦଶୁଣି ଚାରିବେଦ ଆୟତ କରିଥିଲେ । ତାଙ୍କର ଏହି ବିଶାଳ ବିଦ୍ୟାର ଭଣ୍ଡାର ହେଉଛି ତାଙ୍କର ପେଟ । ଏହି କାରଣରୁ ତାଙ୍କ ପେଟ ଖୁବ୍ ବଡ଼ ।

ଅବତାର

[ସମ୍ପାଦନା]

ଗଣେଶ ଆଦିଦେବ ଭାବରେ ପରିଚିତ।ସେ ସବୁଯୁଗରେ ଅବତାର ନେଇଥିବାର କୁହାଯାଏ।

  1. ସତ୍ୟ ଯୁଗରେ ଋଷି କଶ୍ୟପ ଓ ଅଦିତିଙ୍କ ଘରେ ମହଙ୍କତ ବିନାୟକ ରୂପରେ ଜନ୍ମ ନେଇ ଦେବାନ୍ତକ ଓ ନରାନ୍ତକ ନାମକ ରାକ୍ଷସଙ୍କୁ ବଧ କରିଥିଲେ।
  2. ତ୍ରେତୟା ଯୁଗରେ ଭାଦ୍ରବ ଶୁକ୍ଳପକ୍ଷ ଚତୁର୍ଥୀରେ ଉମାଙ୍କ ଘରେ ଜନ୍ମି,ଗଣେଶ ରୂପରେ ଜନ୍ମିସିନ୍ଧୁ ନାମକ ରାକ୍ଷସକୁ ବଧ କରିବା ସହ ବ୍ରହ୍ମାଙ୍କ ପୁତ୍ରି ଦ୍ୱୟ ରିଦ୍ଧି ଓ ସିଦ୍ଧିଙ୍କୁ ବିବାହ କରିଥିବାର ପୁରାଣରେ ବର୍ଣ୍ଣିତ।
  3. ଦ୍ୱାପର ଯୁଗରେ ଗଣେଶ ରୂପରେ ପାର୍ବତୀଙ୍କ ପୁତ୍ର ଭାବରେ ପୁରାଣରେ ବର୍ଣ୍ଣିତ।
  4. କଳି ଯୁଗରେ ଭବିଷ୍ୟ ପୁରାଣ ଅନୁସାରେ ଧୁମ୍ରକେତୁ ରୂପରେ ଅବତାର କଥାବର୍ଣ୍ଣିତ ଅଛି।

ବାସ୍ତୁଶାସ୍ତ୍ରରେ ଗଣେଶ

[ସମ୍ପାଦନା]

ପ୍ରଥମ ପୂଜ୍ୟ ଶ୍ରୀଗଣେଶ । ନୂତନ ଘରେ ପ୍ରବେଶ ହେଉ ଅବା ଶୁଭ କାର୍ଯ୍ୟ , ସର୍ବ ପ୍ରଥମେ ଲୋଡା ହୁଅନ୍ତି ସେ। କାରଣ ତାଙ୍କୁ ପୂଜା କଲେ ସବୁକିଛି ମଙ୍ଗଳ ହୋଇଥାଏ। ବାସ୍ତୁଶାସ୍ତ୍ରରେ ମଧ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ସ୍ଥାନ ଖୁବ ଗୁରୁତ୍ୱପୂର୍ଣ୍ଣ। ଏହାକୁ ଅନୁସରଣ କରି ପ୍ରଭୁଙ୍କ ପ୍ରତିମାର ଠିକ ସ୍ଥାପନ କରି ପାରିଲେ ଘରକୁ ସୁଖସମୃଦ୍ଧି ଆସିଥାଏ।

  • ଯଦି ଘରର ମୂଖ୍ୟ ଦ୍ୱାର ଦକ୍ଷିଣ ଦିଗକୁ ଖୋଲୁଥାଏ, ତେବେ ସେହି ଦ୍ୱାରର ଉପରେ (ତାହା ଘର ଭିତରେ ହେଉ ଅବା ବାହାରେ) ଗଣେଶଙ୍କର ଛୋଟିଆ ପ୍ରତିମା ଲଗାଇଲେ ଘରର ଦକ୍ଷିଣମୁଖୀ ଦୋଷ କଟିଯାଏ।
  • ଘରେ ପ୍ରବେଶ କରିବା ମାତ୍ରେ ଯଦି କିଛି ଅଜଣା ନକାରାତ୍ମକ ଭାବ ଉତ୍ପନ ହେଇଥିବା ମନେହୁଏ ତେବେ ଘରଭିତରେ ପ୍ରବେଶ ଦ୍ୱାରକୁ ମୁହଁ କରି ଅନାଇବା ଭଳି ୯ ଇଞ୍ଚର ଏକ ଗଣେଶ ପ୍ରତିମା ସ୍ଥାପନା କରିବା ଭଲ।
  • ଘରର ଯେ କୈଣସି ଦିଗରେ ଭଗବାନ ଗଣେଶଙ୍କ ପ୍ରତିମା ସ୍ଥାପନା କରିବା ଉଚିତ ନୁହେଁ। ବରଂ ଗଣେଶଙ୍କ ଫୋଟ ଓ ପ୍ରତିମାକୁ ଏଭଳି ରଖିବା ଜରୁରୀ ଯେମିତିକି ତାଙ୍କୁ ପ୍ରଣାମ କରିବା ବେଳେ ଆମର ମୁହଁ ପୂର୍ବ କିମ୍ବା ଉତ୍ତର ଦିଗକୁ ରହିବ। ଅର୍ଥାର ଶ୍ରୀଗଣେଶଙ୍କ ମୁଖ ସର୍ବଦା ଦକ୍ଷିଣ କିମ୍ବା ପଶ୍ଚିମାଭିମୁଖୀ ରହିବା ଉଚିତ।
  • ଘରର ମଧ୍ୟଭାଗ ଅର୍ଥାତ ବ୍ରହ୍ମାସ୍ଥଳରେ ତୁଳସୀ ଗଛ ସହିତ ଶ୍ରୀଗଣେଶଙ୍କ ପୂଜା କଲେ ସମ୍ପୁର୍ଣ୍ଣ ଘରକୁ ସକାରାତ୍ମକ ଊର୍ଜା ମିଳିଥାଏ।
  • ଘରେ ଶ୍ରୀଗଣେଶଙ୍କର ବସିଥିବା ତଥା ଆଶୀର୍ବାଦ ଦେଉଥିବା ପ୍ରତିମା ପୂଜା କରିବାବେଳେ ବ୍ୟବସାୟିକ ପରିସରରେ ଭଗବାନଙ୍କର ଅନ୍ୟ ମୁଦ୍ରାର ପ୍ରତିମା ତଥା ଫୋଟ ରଖିବା ଭଲ।
  • ଶ୍ରୀଗଣେଶଙ୍କର ଫୋଟ କିମ୍ବା ମୂର୍ତ୍ତି ଏପରି ସ୍ଥାନରେ ରଖନ୍ତୁ ନାହିଁ ଯାହାର ପଛପଟେ କିମ୍ବା ଆଗରେ ଶୌଚାଳୟ ଥିବ।

ମୂଖ୍ୟ ପର୍ବ

[ସମ୍ପାଦନା]

ଗଣେଶ ଚତୁର୍ଥୀ, ବିକ୍ରମ ସଂବତର ଭାଦ୍ରବ ଶୁକ୍ଳ ଚତୁର୍ଥୀରେ ପାଳନ କରାଯାଏ । ଏହି ଶୁଭଦିନକୁ ହିନ୍ଦୁଧର୍ମରେ ଗଣେଶଙ୍କ ଜନ୍ମ ଦିନ ଭାବେ ପାଳନ କରାଯାଏ । ଏହି ପର୍ବ ଦଶଦିନ ଧରି ଚାଲେ ଓ ଅନନ୍ତ ଚତୁର୍ଦ୍ଦଶୀରେ ସମାପ୍ତ ହେଇଥାଏ ।

ଓଡ଼ିଆ ବ୍ରତରେ ଗଣେଶ

[ସମ୍ପାଦନା]

ଭାଦ୍ରବ ମାସର ଶୁକ୍ଳ ଚତୁର୍ଥୀ ଦିନ ବିନାୟକ ବ୍ରତ ପାଳିତ ହୁଏ। ବିନାୟକ ବ୍ରତକଥାରେ ଉଲ୍ଲେଖ ରହିଛି ଯେ ଏହି ବ୍ରତର ମାହାତ୍ମ୍ୟ ସ୍କନ୍ଧ ପୁରାଣରେ ବର୍ଣିତ।[୧୭] ଗୋମତୀ ନଦୀ କୂଳରେ ସୂତ ମୁନି ଅନ୍ୟ ଋଷିମାନଙ୍କର ଜିଜ୍ଞାସାକୁ ପ୍ରଶମନ କରି ବିନାୟକ ବ୍ରତ ପାଳନ କଲେ ମନୁଷ୍ୟମାନେ କାର୍ଯ୍ୟସିଦ୍ଧି, ଅର୍ଥପ୍ରାପ୍ତି, ସୁତ-ସୌଭାଗ୍ୟ-ସଂପଦ ଲାଭ କରି ପାରିବେ ବୋଲି ବୟାନ କରିଛନ୍ତି। ଏହି ବ୍ରତର ବିଧିବିଧାନ ସ୍ୱୟଂ ଶ୍ରୀକୃଷ୍ଣ ଯୁଧିଷ୍ଠିରଙ୍କୁ କହିଛନ୍ତି। ଏହି ବ୍ରତ ପାଳନ କରି ଯୁଧିଷ୍ଠିର ରାଜ୍ୟ ଫେରି ପାଇଥିଲେ। ସେଥିପାଇଁ ଗଣପତିଙ୍କର ନାମ ସିଦ୍ଧି ବିନାୟକ।[୧୮]

ଅଷ୍ଟ ବିନାୟକ

[ସମ୍ପାଦନା]

ମହାରାଷ୍ଟ୍ରରେ ଗଣେଶଙ୍କର ପୂଜା ବଡ଼ ଧୂମଧାମରେ ପାଳନ କରାଯାଏ। ମହାରାଷ୍ଟ୍ରରେ ହିନ୍ଦୁମାନେ ଅଷ୍ଟବିନାୟକଙ୍କର ଦର୍ଶନ କରିଥାନ୍ତି। ଏହି ଅଷ୍ଟବିନାୟକ ମନ୍ଦିର ଗୁଡ଼ିକ ମହାରାଷ୍ଟ୍ରର ନିମ୍ନ ସ୍ଥାନରେ ଦେଖିବାକୁ ମିଳେ। ଏହି ସମସ୍ତ ମନ୍ଦିର ପୁଣେ ସହରର ନିକଟବର୍ତୀ ଇଲାକାରେ ଅବସ୍ଥିତ।[୧୯]

ଅଷ୍ଟବିନାୟକ ମନ୍ଦିର
# ମନ୍ଦିର ଜାଗା
ମୋରେଶ୍ୱର ମନ୍ଦିର, ମୋରେଗାଁ ମୋରେଗାଁ, ଜିଲ୍ଲା ପୁଣେ
ସିଦ୍ଧି ବିନାୟକ ମନ୍ଦିର ସିଦ୍ଧଟେକ ଜିଲ୍ଲା ଅହମ୍ମଦ ନଗର
ବଲ୍ଲଳେଶ୍ୱର ମନ୍ଦିର ପାଳି, ଜିଲ୍ଲା ରାଇଗଡ
ବରଦା ବିନାୟକ ମନ୍ଦିର ମହାଡ, ଜିଲ୍ଲା ରାଇଗଡ଼
ଚିନ୍ତାମଣି ମନ୍ଦିର ଥେଉର, ଜିଲ୍ଲା ପୁଣେ
ଗିରିଜାତମାଜ ମନ୍ଦିର ଲେଣ୍ୟାଡ୍ରି, ଜିଲ୍ଲା ପୁଣେ
ବିଘ୍ନେଶ୍ୱର ମନ୍ଦିର ଓଜାର, ଜିଲ୍ଲା ପୁଣେ
ରଞ୍ଜନଗାଁ ଗଣପତି, ମହା ଗଣପତି ରଞ୍ଜନଗାଁ, ଜିଲ୍ଲା ପୁଣେ

ଶାସ୍ତ୍ର ମତରେ ପ୍ରଥମେ ମୋରେଗାଁର ମୋରେଶ୍ୱରଙ୍କୁ ଦର୍ଶନ କରି ସିଦ୍ଧଟେକ, ପାଳି, ମହାଡ଼, ଥେଉର, ଲେଣ୍ୟାଣ୍ଡ୍ରି, ଓଝାର, ରଞ୍ଜନଗାଁ ଓ ପୁଣିଥରେ ମୋରେଗାଁ ଗଣପତିଙ୍କର ଦର୍ଶନ କଲେ ଅଷ୍ଟବିନାୟକ ଯାତ୍ରା ସଂପୂର୍ଣ ହୁଏ।

ଆଉରି ଦେଖନ୍ତୁ

[ସମ୍ପାଦନା]
  1. Rao, p. 1.
    • Brown, p. 1. "Gaṇeśa is often said to be the most worshipped god in India."
    • Getty, p. 1. "Gaṇeśa, Lord of the Gaṇas, although among the latest deities to be admitted to the Brahmanic pantheon, was, and still is, the most universally adored of all the Hindu gods and his image is found in practically every part of India."
    • Rao, p. 1.
    • Martin-Dubost, pp. 2–4.
    • Brown, p. 1.
  2. * Chapter XVII, "The Travels Abroad", in: Nagar (1992), pp. 175–187. For a review of Ganesha's geographic spread and popularity outside of India.
    • Getty, pp. 37–88, For discussion of the spread of Ganesha worship to Nepal, Chinese Turkestan, Tibet, Burma, Siam, Indo-China, Java, Bali, Borneo, China, and Japan
    • Martin-Dubost, pp. 311–320.
    • Thapan, p. 13.
    • Pal, p. x.
  3. ଜୁଲାଇ-୨୦୧୩, ପୌରୁଷ (6 June 2016). ଶ୍ରୀମନ୍ଦିରରେ ଭଣ୍ଡଗଣେଶ ଠାକୁର. Bhubaneswar: Bijaya Kumar Patnaik, Eastern Media Limited. p. ୪୧. ISSN 2321-1199.{{cite book}}: CS1 maint: numeric names: authors list (link)
  4. Martin-Dubost, p. 2.
  5. For Ganesha's role as an eliminator of obstacles, see commentary on Gaṇapati Upaniṣad, verse 12 in Saraswati 2004, p. 80
  6. Heras 1972, p. 58
  7. ଏହି ଭାବନା ଏତେ ସାଧାରଣ ଯେ କୋର୍ଟରାଇଟ ତାଙ୍କର ବ‌ହିର ନାମକରଣ ଗଣେଶ: ଲର୍ଡ ଅଫ ଅବସ୍ଟାକଲ, ଲର୍ଡ ଅଫ ବିଗିନିଙ୍ଗ (Ganesha: Lord of Obstacles, Lord of Beginnings) ନାମ କରଣ କରିଥିଲେ ।
  8. Getty, p. 5.
  9. Martin-Dubost, p. 2.
    • Thapan, p. 254.
    • Commentary on Gaṇapati Upaniṣad, verse 12 in Saraswati 2004, p. 80 for Ganesha's role as an eliminator of obstacles
  10. These ideas are so common that Courtright uses them in the title of his book, Ganesha: Lord of Obstacles, Lord of Beginnings. For the name Vighnesha, see: Courtright 1985, pp. 156, 213
  11. Heras 1972, p. 58
  12. Getty, p. 5.
  13. ଦେବୀ, ଅରୁନ୍ଧତୀ. "ଗଣେଶଙ୍କ ଦ୍ୱାଦଶ ନାମର କାହାଣୀ". ପ୍ରଜାତନ୍ତ୍ର. Retrieved 9 September 2016.[permanent dead link]
  14. ଅଧ୍ୟାପକ ଅରବିନ୍ଦ ପଟ୍ଟନାୟକ. "ବ୍ରତ ସାହିତ୍ୟ". ଓଡ଼ିଶା ସାହିତ୍ୟ ଏକାଡେମୀ. Retrieved 1 October 2012.
  15. ବ୍ରତ ସାହିତ୍ୟ, ଅଧ୍ୟାପକ ଅରବିନ୍ଦ ପଟ୍ଟନାୟକ
  16. "ଆର୍କାଇଭ୍ କପି". Archived from the original on 2012-09-10. Retrieved 2012-09-01. {{cite web}}: Cite has empty unknown parameter: |1= (help)

ଅଧିକ ତଥ୍ୟ

[ସମ୍ପାଦନା]