ଗୌତମବୁଦ୍ଧ ଦାସ
ଗୌତମବୁଦ୍ଧ ଦାସ | |
---|---|
ବିଧାୟକ: ୧୭ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୫ ଜୁନ ୨୦୨୪ – ଏବେଯାଏଁ | |
ପୂର୍ବ ଅଧିକାରୀ | ଅନନ୍ତ ଦାସ |
ନିର୍ବାଚନ ମଣ୍ଡଳୀ | ଭୋଗରାଇ |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ବାପା/ବୋଉ | ଦୁର୍ଗା ଶଙ୍କର ଦାସ (ବାପା) ଭିତିକା ଦାସ (ମାଆ) |
ବୃତ୍ତି | ରାଜନୀତିଜ୍ଞ |
ଗୌତମବୁଦ୍ଧ ଦାସ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ସେ ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ଦୁର୍ଗା ଶଙ୍କର ଦାସ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ ଏବଂ ଜଣେ ବିଧାୟକ ଭାବରେ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧] ତାଙ୍କ ମାଆଙ୍କ ନାମ ଭିତିକା ଦାସ ।
ରାଜନୈତିକ ଜୀବନ
[ସମ୍ପାଦନା]ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ ସକ୍ରିୟ ଅଛନ୍ତି । ୨୦୨୪ ଓଡ଼ିଶା ବିଧାନସଭା ନିର୍ବାଚନରେ, ସେ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୭୦,୧୯୮ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପାର୍ଥୀ ସତ୍ୟଶିବ ଦାସଙ୍କୁ ୬,୫୬୪ ଖଣ୍ଡ ଭୋଟ୍ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨]
ଆଧାର
[ସମ୍ପାଦନା]- ↑ Bureau, OdishaLIVE (2019-02-13). "ନିର୍ବାଚନମଣ୍ଡଳୀ 'ଭୋଗରାଇ' - ଭୋଟର ଚାହୁଁଛନ୍ତି ଯୁବ ନେତୃତ୍ୱ". OdishaLIVE (in ଆମେରିକୀୟ ଇଂରାଜୀ). Retrieved 2024-06-18.
- ↑ "General Election to Assembly Constituencies 2024: Bhadrak (Odisha)". Election Commission of India. Retrieved 11 June 2024.