ଚନ୍ଦ୍ର ସାରଥୀ ବେହେରା
ଚନ୍ଦ୍ର ସାରଥୀ ବେହେରା | |
---|---|
ବିଧାୟକ: ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୪ – ୨୦୨୪ | |
ପୂର୍ବ ଅଧିକାରୀ | କାଳୀନ୍ଦି ବେହେରା |
ପର ଅଧିକାରୀ | ପ୍ରକାଶ ଚନ୍ଦ୍ର ସେଠୀ |
ନିର୍ବାଚନ ମଣ୍ଡଳୀ | କଟକ ସଦର |
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୪ | |
ପୂର୍ବ ଅଧିକାରୀ | କାଳନ୍ଦୀ ଚରଣ ବେହେରା |
ପର ଅଧିକାରୀ | ପ୍ରକାଶ ଚନ୍ଦ୍ର ବେହେରା |
ନିର୍ବାଚନ ମଣ୍ଡଳୀ | ସାଲେପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୯ ଜୁଲାଇ ୧୯୭୫ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ବାପା/ବୋଉ | କାଳନ୍ଦୀ ବେହେରା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଚନ୍ଦ୍ର ସାରଥୀ ବେହେରା (ଜନ୍ମ: ୧୯ ଜୁଲାଇ ୧୯୭୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ଚନ୍ଦ୍ର ସାରଥୀ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରିଛନ୍ତି । ୨୦୦୯, ୨୦୧୪ ଓ ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସାଲେପୁର ଓ କଟକ ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଚନ୍ଦ୍ର ସାରଥୀ ବେହେରା ୧୯୭୫ ମସିହାର ଜୁଲାଇ ମାସ ୧୯ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଥିଲା କାଳନ୍ଦୀ ବେହେରା ।[୧] ଚନ୍ଦ୍ର ସାରଥୀଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଚନ୍ଦ୍ର ସାରଥୀ ବେହେରା ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରିଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ପୂର୍ବରୁ ସେ ଜଣେ ମନ୍ତ୍ରୀ ଭାବରେ ୨୦୧୭ରୁ ୨୦୧୯ ମସିହାଯାଏଁ କାର୍ଯ୍ୟ କରିଛନ୍ତି ।[୧]
୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେଡିର ପ୍ରାର୍ଥୀ ଭାବରେ କଟକ ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୭୫,୭୩୩ ଖଣ୍ଡ ଭୋଟ୍ ପାଇ ୨ୟ ସ୍ଥାନରେ ଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପାର୍ଥୀ ପ୍ରକାଶ ଚନ୍ଦ୍ର ସେଠୀଙ୍କ ଠାରୁ ୩,୮୦୯ ଖଣ୍ଡ ଭୋଟ୍ରେ ପରାସ୍ତ ହୋଇଥିଲେ ।[୨]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୨୦୦୯ | ୨୦୧୪ | ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା | ସାଲେପୁର | ବିଜୁ ଜନତା ଦଳ |
୨୦୧୪ | ୨୦୧୯ | ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା | କଟକ ସଦର | ବିଜୁ ଜନତା ଦଳ |
୨୦୧୯ | ୨୦୨୪ | ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା | କଟକ ସଦର | ବିଜୁ ଜନତା ଦଳ |
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ "Shri Chandra Sarathi Behera". odishaassembly.nic.in. Odisha Assembly. Retrieved 18 January 2020.
- ↑ "General Election to Assembly Constituencies 2024: Cuttack Sadar (Odisha)". Election Commission of India. Retrieved 27 June 2024.