ଜୟକୃଷ୍ଣ ମହାନ୍ତି
ଜୟକୃଷ୍ଣ ମହାନ୍ତି | |
---|---|
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା (ସ୍ୱାଧୀନତା ପୂର୍ବରୁ) | |
କାର୍ଯ୍ୟକାଳ ୧୯୪୬ – ୧୯୫୨ | |
ନିର୍ବାଚନ ମଣ୍ଡଳୀ | ପୂର୍ବ ପୁରୀ ସଦର |
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପର ଅଧିକାରୀ | ରାମଚନ୍ଦ୍ର ପଟ୍ଟନାୟକ, ଗୋପୀନାଥ ଭୋଇ |
ନିର୍ବାଚନ ମଣ୍ଡଳୀ | ପିପିଲି |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ସେପ୍ଟେମ୍ବର ୩, ୧୯୧୬ |
ମୃତ୍ୟୁ | ୨୫ ଅଗଷ୍ଟ ୨୦୦୮ | (ବୟସ ୯୧)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | କିରଣଲେଖା ମହାନ୍ତି |
ବୃତ୍ତି | ରାଜନୀତିଜ୍ଞ |
ଜୟକୃଷ୍ଣ ମହାନ୍ତି (୩ ସେପ୍ଟେମ୍ବର ୧୯୧୬ - ୨୫ ଅଗଷ୍ଟ ୨୦୦୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଜୟକୃଷ୍ଣ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଓ ପରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ସେ ୨ୟ ଓଡ଼ିଶା ବିଧାନ ସଭାରେ ପୂର୍ବ ପୁରୀ ସଦରରୁ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।[୧] ସ୍ୱାଧୀନତା ପରେ ୧୯୫୨ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ପିପିଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଜୟକୃଷ୍ଣ ମହାନ୍ତି ୧୯୧୬ ମସିହାର ସେପ୍ଟେମ୍ବର ମାସ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ପତ୍ନୀଙ୍କ ନାମ କିରଣଲେଖା ମହାନ୍ତି ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଜୟକୃଷ୍ଣ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଓ ପରେ ଥରେ ଲେଖାଏଁ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ଜୟକୃଷ୍ଣ ମହାନ୍ତି ୨୦୦୮ ମସିହାର ଅଗଷ୍ଟ ମାସ ୨୫ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା ।