Jump to content

ଦଶହରା

ଉଇକିପିଡ଼ିଆ‌ରୁ
ଦଶହରା
ଅସ୍ତ୍ର ପୂଜା ବା ଆୟୁଧ ପୂଜାରେ ଗାଡ଼ି ପୂଜା
ଅନ୍ୟ ନାମଦକ୍ଷିଣ ଭାରତରେ ଆୟୁଧ ପୂଜା/ଅସ୍ତ୍ର ପୂଜା ସରସ୍ୱତୀ ପୂଜା ଭାବରେ ମଧ୍ୟ ଜଣା
ପାଳନକାରୀହିନ୍ଦୁ
ପର୍ବ ପାଳନହଳଲଙ୍ଗଳ ଲୁହା, କରଣୀ, ଖଣ୍ଡା
ଆରମ୍ଭଦୁର୍ଗା ପୂଜାର ଦଶମ ଦିନ
ତାରିଖAshvin Shukla Dashamiଛାଞ୍ଚ:Infobox holiday/wd
୨୦୨୪ ତାରିଖdate missing (please add)
ପୁନଃପୌନିକତାବାର୍ଷିକ
ସମ୍ପର୍କିତଦୁର୍ଗା ପୂଜା କିମ୍ବା ନବରାତ୍ରି

ଦଶହରା ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଓଡ଼ିଶା ଭଳି ବିଭିନ୍ନ ଭାରତୀୟ ରାଜ୍ୟରେ ଏହା ଦଶେରା, ନବରାତ୍ରି, ଦୁର୍ଗା ପୂଜା ନାମରେ ସମାନ ସମୟରେ ପାଳିତ । ଏହା ଆୟୁଧ ପୂଜା ବା ଅସ୍ତ୍ରପୂଜା ନାମରେ ଓଡ଼ିଶାରେ ଆଗରୁ ପାଳିତ ହେଉଥିଲା ଯାହା ପରେ ବଙ୍ଗରୁ ଆରମ୍ଭ ମାଟି ମୂର୍ତ୍ତି ନିର୍ମାଣ କରି ଦୁର୍ଗା ପୂଜା ଅଥବା ଉତ୍ତର ଭାରତରେ ପାଳିତ "ନବରାତ୍ରି" ସହିତ ପାଳିତ ହୋଇଆସୁଛି । ଦଶହରା ଅବସରରେ ଖଣ୍ଡା, ଢାଲ, ଲଙ୍ଗଳ ଲୁହା, କରଣୀ ଆଦି ବିଭିନ୍ନ ପାରମ୍ପାରିକ ଯନ୍ତ୍ର ଓ ଉପକରଣ ଆଦି ଏହି ଦିନ ପୂଜା କରାଯାଇଥାଏ । ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ହୋଇଥିବାରୁ କୃଷିଭିତ୍ତିକ ଉପକରଣ ହଳ-ଲଙ୍ଗଳ, ଐତିହାସିକ ଯୁଦ୍ଧରେ ଅରି ପରାହତ ନିମନ୍ତେ ବ୍ୟବହାର ହୋଇଥିବାରୁ ଖଣ୍ଡା, ଢାଲ ଆଦି ଉପକରଣ ତଥା ନଥିକରଣରେ ମୁଖ୍ୟ ଭୂମିକା ନିଭାଇଥିବାରୁ କରଣୀ ଆଦି ଉପକରଣକୁ ଏହି ଦିନ ପୂଜା କରାଯାଇଥାଏ । ଏହା ଓଡ଼ିଶାର ବିଭିନ୍ନ ଜାତିର ଲୋକଙ୍କ କୌଳିକ ପେଷାର ଉପକରଣମାନଙ୍କ ପ୍ରତି ଅଙ୍ଗୀକାରବଦ୍ଧତାକୁ ଦର୍ଶାଇବା ନିମନ୍ତେ ପାଳିତ ହୋଇଥାଏ ।[]

  1. କାନୁନ୍‌ଗୋ, ପଞ୍ଚାନନ (୨୦୧୪). ସଂସ୍କୃତି ବୈଭବ.