ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ
ଦେଖଣା
ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ | |
---|---|
ବିଧାୟକ: ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୨୪ | |
ପୂର୍ବ ଅଧିକାରୀ | କିଶୋର ଚନ୍ଦ୍ର ସିଂହ ଦେଓ |
ପର ଅଧିକାରୀ | ନୀଳମଣି ବିଷୋୟୀ |
ନିର୍ବାଚନ ମଣ୍ଡଳୀ | ସୋରଡ଼ା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨ ଅକ୍ଟୋବର ୧୯୭୨ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ସଂଘମିତ୍ରା ସ୍ୱାଇଁ |
ବାପା/ବୋଉ | ମହାଦେବ ସ୍ୱାଇଁ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ (ଜନ୍ମ: ୨ ଅକ୍ଟୋବର ୧୯୭୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି । ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସୋରଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ ୧୯୭୨ ମସିହାର ଅକ୍ଟୋବର ୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମହାଦେବ ସ୍ୱାଇଁ ଓ ପତ୍ନୀଙ୍କ ନାମ ସଂଘମିତ୍ରା ସ୍ୱାଇଁ ।[୧] ତାଙ୍କ ପତ୍ନୀ ୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ବିଜେଡିର ପ୍ରାର୍ଥୀ ଭାବରେ ସୋରଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ, ମାତ୍ର ପରାସ୍ତ ହୋଇଥିଲେ ।[୨]
ରାଜନୈତିକ ଜୀବନ
[ସମ୍ପାଦନା]ପୂର୍ଣ୍ଣଚନ୍ଦ୍ର ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।[୧]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୨୦୦୯ | ୨୦୧୪ | ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା | ସୋରଡ଼ା | ବିଜୁ ଜନତା ଦଳ |
୨୦୧୪ | ୨୦୧୯ | ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା | ସୋରଡ଼ା | ବିଜୁ ଜନତା ଦଳ |
୨୦୧୯ | ୨୦୨୪ | ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା | ସୋରଡ଼ା | ବିଜୁ ଜନତା ଦଳ |
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Purna Chandra Swain". odishaassembly.nic.in. Odisha Assembly. Retrieved 13 February 2021.
- ↑ "General Election to Assembly Constituencies 2024: Surada (Odisha)". Election Commission of India. Retrieved 27 June 2024.
ବାହାର ଆଧାର
[ସମ୍ପାଦନା]- ଉଇକିମିଡ଼ିଆ କମନ୍ସରେ Purna Chandra Swain-ସମ୍ପର୍କିତ ମିଡ଼ିଆ