ପେରିଟୋନାଇଟିସ
ପେରିଟୋନାଇଟିସ (Peritonitis) | |
---|---|
ସର୍ଜିକାଲ ଆବଡୋମେନ (Surgical abdomen), ଆକ୍ୟୁଟ ଆବଡୋମେନ (acute abdomen)[୧] | |
ଉଚ୍ଚାରଣ | |
ବିଭାଗ | ଆଶୁ ଚିକିତ୍ସା (Emergency medicine), ସାଧାରଣ ଶଲ୍ୟ ଚିକିତ୍ସା (general surgery) |
ଲକ୍ଷଣ | ଅତ୍ୟଧିକ ଯନ୍ତ୍ରଣା, ପେଟ ଫୁଲା ଓ ଜ୍ୱର [୨][୩] |
ଆକ୍ରାନ୍ତ ସମୟ | ହଠାତ୍[୧] |
କାରଣ | ଜଠରାନ୍ତ୍ର ଛିଦ୍ର, ଅଗ୍ନାଶୟ ପ୍ରଦାହ, ପେଲଭିସ ପ୍ରଦାହ ରୋଗ, ସିରୋସିସ୍, ଆପେଣ୍ଡିସାଇଟିସ[୩] |
ବିପଦ କାରକ | ଆସାଇଟିସ, ପେରିଟୋନିଆଲ ଡିଆଲିସିସ[୪] |
ରୋଗ ନିର୍ଣ୍ଣୟ ପଦ୍ଧତି | ଶାରୀରିକ ପରୀକ୍ଷା (Examination), ରକ୍ତ ପରୀକ୍ଷା (blood tests), ମେଡିକାଲ ଇମେଜିଙ୍ଗ (medical imaging)[୫] |
ଚିକିତ୍ସା | ଆଣ୍ଟିବାୟୋଟିକ (Antibiotics), ଶିରାଭ୍ୟନ୍ତର ତରଳ ପଦାର୍ଥ (intravenous fluids), ଯନ୍ତ୍ରଣା ନିମନ୍ତେ ଔଷଧ (pain medication), ଅପରେଶନ[୩][୪] |
ପୁନଃପୌନିକ | ଅପେକ୍ଷାକୃତ ସାଧାରଣ [୧] |
ପେରିଟୋନାଇଟିସ (Peritonitis) ନାମ ଦିଆଯାଏ ଯେତେବେଳେ ପେରିଟୋନିଅମ (peritoneum) ବା ଉଦରର (abdomen) ଭିତର କାନ୍ଥ ତଥା ଉଦରରେ ଥିବା ଅଙ୍ଗମାନଙ୍କର (abdominal organ) ଘୋଡ଼ଣୀରେ ପ୍ରଦାହ ହୁଏ ।[୨] ଏହି ରୋଗରେ ଅତ୍ୟଧିକ ଯନ୍ତ୍ରଣା, ପେଟ ଫୁଲା, ଜ୍ୱର ଓ ଓଜନ ହ୍ରାସ ଆଦି ଲକ୍ଷଣ ଦେଖାଯାଏ ।[୨][୩] ଉଦରର ଏକ ଅଂଶ ବା ସମୁଦାୟ ଉଦର ଦରଜ ହୋଇପାରେ ।[୧] ରୋଗ ଜଟିଳ ହେଲେ ଶକ୍ (Shock), ଆକ୍ୟୁଟ ରେସ୍ପିରେଟରି ଡିସ୍ଟ୍ରେସ ସିଣ୍ଡ୍ରୋମ (acute respiratory distress syndrome) ଆଦି ଲକ୍ଷଣ ଦେଖାଯାଇପାରେ ।[୪][୬]
ଜଠରାନ୍ତ୍ର ଛିଦ୍ର, ଅଗ୍ନାଶୟ ପ୍ରଦାହ, ପେଲଭିସ ପ୍ରଦାହ ରୋଗ, ସିରୋସିସ୍, ଆପେଣ୍ଡିସାଇଟିସ, ପାକସ୍ଥଳୀ ଘାଆ (stomach ulcer) ଇତ୍ୟାଦି ରୋଗର ଉପଯୁକ୍ତ ଚିକିତ୍ସା ନହେଲେ ଏହି ପେରିଟୋନାଇଟିସ ରୋଗ ହୁଏ ।[୩] ଆସାଇଟିସ ଥିଲେ ଓ ପେରିଟୋନିଆଲ ଡିଆଲିସିସ କରାଯାଉଥିଲେ ଏହି ରୋଗ ସଙ୍କଟ ରହେ ।[୪] ଶାରୀରିକ ପରୀକ୍ଷା (Examination), ରକ୍ତ ପରୀକ୍ଷା (blood tests), ମେଡିକାଲ ଇମେଜିଙ୍ଗ (medical imaging) ସାହାଯ୍ୟରେ ରୋଗ ନିର୍ଣ୍ଣୟ କରାଯାଏ ।[୫]
ଆଣ୍ଟିବାୟୋଟିକ (Antibiotics), ଶିରାଭ୍ୟନ୍ତର ତରଳ ପଦାର୍ଥ (intravenous fluids), ଯନ୍ତ୍ରଣା ନିମନ୍ତେ ଔଷଧ (pain medication), ଅପରେଶନ ସାହାଯ୍ୟରେ ଚିକିତ୍ସା କରାଯାଏ ।[୩][୪] ନାସପାକସ୍ଥଳୀ ନଳୀ (nasogastric tube) ଓ ରକ୍ତ ଟ୍ରାନ୍ସଫ୍ୟୁଜନ (blood transfusion) ମଧ୍ୟ ଆବଶ୍ୟକ ହୋଇପାରେ ।[୪] ଚିକିତ୍ସା ନପାଇଲେ ଅଳ୍ପ କିଛି ଦିନ ମଧ୍ୟରେ ମୃତ୍ୟୁ ହୋଇଯାଏ ।[୪] ପ୍ରାୟ ୭.୫% ଲୋକ ଆପେଣ୍ଡିସାଇଟିସ ରୋଗର ଶିକାର ହୁଅନ୍ତି ।[୧] ସିରୋସିସ୍ ରୋଗୀଙ୍କ ମଧ୍ୟରୁ ପ୍ରାୟ ୨୦% ଲୋକଙ୍କର ପେରିଟୋନାଇଟିସ ହୁଏ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ ୧.୪ ୧.୫ ଆଧାର ଭୁଲ: ଅଚଳ
<ref>
ଚିହ୍ନ;Fer2018
ନାମରେ ଥିବା ଆଧାର ଭିତରେ କିଛି ଲେଖା ନାହିଁ । - ↑ ୨.୦ ୨.୧ ୨.୨ "Peritonitis - National Library of Medicine". PubMed Health. Retrieved 22 December 2017.
- ↑ ୩.୦ ୩.୧ ୩.୨ ୩.୩ ୩.୪ ୩.୫ "Peritonitis". NHS. 28 September 2017. Retrieved 31 December 2017.
- ↑ ୪.୦ ୪.୧ ୪.୨ ୪.୩ ୪.୪ ୪.୫ ୪.୬ "Acute Abdominal Pain". Merck Manuals Professional Edition. Retrieved 31 December 2017.
- ↑ ୫.୦ ୫.୧ "Encyclopaedia : Peritonitis". NHS Direct Wales. 25 April 2015. Retrieved 31 December 2017.
- ↑ "Acute Abdominal Pain". Merck Manuals Consumer Version. Retrieved 31 December 2017.
ବାହ୍ୟ ଲିଙ୍କ
[ସମ୍ପାଦନା]ଶ୍ରେଣୀବିଭାଗ | |
---|---|
ବାହାର ଉତ୍ସ |
- openabdomen.org - Peritonitis, Medical and Surgical Therapy Reviewed