ବିଜୟଶ୍ରୀ ରାଉତରାୟ
ବିଜୟଶ୍ରୀ ରାଉତରାୟ | |
---|---|
ବିଧାୟକ: ୧୦ମ, ୧୧ଶ, ୧୨ଶ, ୧୩ଶ, ୧୪ଶ, ୧୫ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୦ – ୨୦୧୯ | |
ପୂର୍ବ ଅଧିକାରୀ | ମଧୁସୂଦନ ପାଣିଗ୍ରାହୀ |
ପର ଅଧିକାରୀ | ବିଷ୍ଣୁବ୍ରତ ରାଉତରାୟ |
ନିର୍ବାଚନ ମଣ୍ଡଳୀ | ବାସୁଦେବପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୮ ଜୁଲାଇ ୧୯୫୩ |
ମୃତ୍ୟୁ | ୨ ଜୁନ ୨୦୨୧ | (ବୟସ ୬୭)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଜନତା ଦଳ |
ଜୀବନ ସାଥୀ | ଜ୍ୟୋତି ରାଉତରାୟ |
ସନ୍ତାନ | ବିଷ୍ଣୁବ୍ରତ ରାଉତରାୟ |
ବାପା/ବୋଉ | ନୀଳମଣି ରାଉତରାୟ (ବାପା) ନଳିନୀଦେବୀ ରାଉତରାୟ (ମାଆ) |
ବୃତ୍ତି | ରାଜନୀତିଜ୍ଞ |
ବିଜୟଶ୍ରୀ ରାଉତରାୟ (୨୮ ଜୁଲାଇ ୧୯୫୩ - ୨ ଜୁନ ୨୦୨୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ବିଜୟଶ୍ରୀ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ଶେଷ ସମୟ ପର୍ଯ୍ୟନ୍ତ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୧୯୯୦, ୧୯୯୫, ୨୦୦୦, ୨୦୦୪, ୨୦୦୯ ଓ ୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାସୁଦେବପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ, ୧୧ଶ, ୧୨ଶ, ୧୩ଶ, ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ବ୍ୟକ୍ତିଗତ ଜୀବନ
[ସମ୍ପାଦନା]ବିଜୟଶ୍ରୀ ରାଉତରାୟ ୧୯୫୩ ମସିହାର ଜୁଲାଇ ୨୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନୀଳମଣି ରାଉତରାୟ ଓ ମାଆଙ୍କ ନାମ ନଳିନୀଦେବୀ ରାଉତରାୟ ଏବଂ ପତ୍ନୀଙ୍କ ନାମ ଜ୍ୟୋତି ରାଉତରାୟ । ବିଜୟଶ୍ରୀଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକୋତ୍ତର ଏବଂ ପରେ ସେ ଓକିଲାତି ପଢ଼ିଥିଲେ ।[୧] ବିଜୟଶ୍ରୀଙ୍କ ବାପା ନୀଳମଣି ରାଉତରାୟ ଜଣେ ରାଜନେତା ଥିଲେ, ଯିଏକି ଓଡ଼ିଶା ବିଧାନ ସଭାରେ ଦୁଇଥର ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ଏବଂ ତାଙ୍କ ପୁଅ ବିଷ୍ଣୁବ୍ରତ ରାଉତରାୟ ଏବେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ବିଜୟଶ୍ରୀ ରାଉତରାୟ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଏହା ପୂର୍ବରୁ ସେ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୬ ଥର ଏବଂ ମନ୍ତ୍ରୀ ଭାବରେ ୨୦୦୨ରୁ ୨୦୦୬ ଯାଏଁ, ୨୦୧୨ରୁ ୨୦୧୭ ଯାଏଁ ଏବଂ ୨୦୧୭ରୁ ୨୦୧୯ ଯାଏଁ କାର୍ଯ୍ୟ କରିଥିଲେ ।[୧]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୯୦ | ୧୯୯୫ | ସଭ୍ୟ, ୧୦ମ ଓଡ଼ିଶା ବିଧାନ ସଭା | ବାସୁଦେବପୁର | ଜନତା ଦଳ |
୧୯୯୫ | ୨୦୦୦ | ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା | ବାସୁଦେବପୁର | ଜନତା ଦଳ |
୨୦୦୦ | ୨୦୦୪ | ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା | ବାସୁଦେବପୁର | ବିଜୁ ଜନତା ଦଳ |
୨୦୦୪ | ୨୦୦୯ | ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା | ବାସୁଦେବପୁର | ବିଜୁ ଜନତା ଦଳ |
୨୦୦୯ | ୨୦୧୪ | ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା | ବାସୁଦେବପୁର | ବିଜୁ ଜନତା ଦଳ |
୨୦୧୪ | ୨୦୧୯ | ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା | ବାସୁଦେବପୁର | ବିଜୁ ଜନତା ଦଳ |
ମୃତ୍ୟୁ
[ସମ୍ପାଦନା]ସେଫ୍ଟିସିମିଆ ରୋଗରେ ପୀଡ଼ିତ ହୋଇ ୨୦୨୧ ମସିହା ଜୁନ ୨ ତାରିଖରେ ଭୁବନେଶ୍ୱରରେ ତାଙ୍କର ପରଲୋକ ଘଟିଥିଲା ।[୨] ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Bijayshree Routray". odishaassembly.nic.in. Odisha Assembly. Retrieved 16 January 2020.
- ↑ Bhuyan, Sunil. "ପରଲୋକରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ । ୬ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ବିଜୟଶ୍ରୀ". www.kanaknews.com. ଇଷ୍ଟର୍ଣ୍ଣ ମିଡ଼ିଆ. Archived from the original on 2 June 2021. Retrieved 2 June 2021.