"କାର୍ତ୍ତିକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେ ରୋବଟ୍‌: ପ୍ରସାଧନ ବଦଳ
ଟିକେ r2.5.4) (Robot: Adding af:Kaartika, nl:Kaartika
୩୧ କ ଧାଡ଼ି: ୩୧ କ ଧାଡ଼ି:
[[ଶ୍ରେଣୀ:ମାସ]]
[[ଶ୍ରେଣୀ:ମାସ]]


[[af:Kaartika]]
[[bn:কার্তিক]]
[[bn:কার্তিক]]
[[de:Kartik]]
[[de:Kartik]]
୩୮ କ ଧାଡ଼ି: ୩୯ କ ଧାଡ଼ି:
[[mr:कार्तिक]]
[[mr:कार्तिक]]
[[ne:कात्तिक]]
[[ne:कात्तिक]]
[[nl:Kaartika]]
[[pnb:کاتک]]
[[pnb:کاتک]]
[[ru:Картика]]
[[ru:Картика]]

୧୭:୩୬, ୧୪ ଫେବୃଆରୀ ୨୦୧୩ ଅନୁସାରେ କରାଯାଇଥିବା ବଦଳ

କୃତ୍ତିକା ନକ୍ଷତ୍ର ଯୁକ୍ତ ପୂର୍ଣ୍ଣିମା ପଡ଼ୁଥିବା ଚାନ୍ଦ୍ରମାସକୁ 'କାର୍ତ୍ତିକ' ମାସ କୁହାଯାଏ । ଏହାର ପୂର୍ବବର୍ତ୍ତୀ ମାସ ଆଶ୍ୱିନ ଓ ପରବର୍ତ୍ତୀ ମାସ ମାର୍ଗଶୀର । ନାରଦୀୟ ପୁରାଣ ମତେ ମାସ ମଧ୍ୟରେ କାର୍ତ୍ତିକ ମାସ ହେଉଛି ଶ୍ରେଷ୍ଠ ମାସ, ଯେପରି ଯୁଗ ମଧ୍ୟରେ ଶ୍ରେଷ୍ଠ ସତ୍ୟଯୁଗ । ଏହା ଧର୍ମ ମାସ ହୋଇଥିବାରୁ ଗାଁ ରୁ ସହର ପର୍ଯ୍ୟନ୍ତ ଜନଗଣ ଏ ମାସଟିକୁ ନିଷ୍ଠା ସହକାରେ ପାଳନ କରନ୍ତି । ମାସସାରା ପାଳି ନ ପାରିଲେ ପଞ୍ଚୁକ ପାଞ୍ଚଦିନ ପାଳନ୍ତି । ଏହି ସମୟରେ ଦୀପାବଳି ଦୀପଦାନ, ବୋଇତ ବନ୍ଦାଣ, ରାଧା ଦାମୋଦର ପୂଜା, ବଡ଼ଓଷା, ବାଲୁଙ୍କା ପୂଜା ଇତ୍ୟାଦି କରନ୍ତି ।

ପୌରାଣିକ ମତେ ପରମପିତା ବ୍ରହ୍ମା ଦେବର୍ଷି ନାରଦଙ୍କୁ କାର୍ତ୍ତିକ ମାସ ମହାତ୍ମ୍ୟ ବୁଝାଇ କହୁଛନ୍ତି – ମାସମାନଙ୍କ ମଧ୍ୟରେ କାର୍ତ୍ତିକ, ଦେବତାମାନଙ୍କ ମଧ୍ୟରେ ଭଗବାନ ବିଷ୍ଣୁ ଏବଂ ତୀର୍ଥମାନଙ୍କ ମଧ୍ୟରେ ନାରାୟଣ ତୀର୍ଥ ବଦରିକାଶ୍ରମ ଶ୍ରେଷ୍ଠ ଅଟେ I ଏ ତିନି କଳିଯୁଗରେ ଅତ୍ୟନ୍ତ ଦୁର୍ଲଭ I
“ ନା କାର୍ତ୍ତିକ ସମୋ ମାସୋ ନ କୃତେନ ସମଂ ଯୁଗମ୍ବ
ନ ବେଦ ସଦୃଶଂ ଶାସ୍ତ୍ରଂ ନ ତୀର୍ଥଂ ଗଙ୍ଗାୟା ସମମ୍ I ”
ଅର୍ଥାତ କାର୍ତ୍ତିକ ପରି ମାସ ନାହିଁ, ସତ୍ୟଯୁଗ ପରି ଯୁଗ ନାହିଁ, ବେଦସଦୃଶ ଶାସ୍ତ୍ର ନାହିଁ ଏବଂ ଗଙ୍ଗା ପରି ତୀର୍ଥ ନାହିଁ I କାର୍ତ୍ତିକ ମାସ ଭଗବାନ ବିଷ୍ଣୁଙ୍କର ଅତିପ୍ରିୟ ମାସ । ତନ୍ମଧ୍ୟରୁ ଶେଷ ପାଞ୍ଚଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ପରମ ପବିତ୍ର ଦିବସ । ଏହି ପାଞ୍ଚଦିନକୁ ଭୀଷ୍ମ ପଞ୍ଚକ, ବକ ପଞ୍ଚକ, ମହାପଞ୍ଚକ ଇତ୍ୟାଦି କୁହାଯାଏ । ଏହି ପଞ୍ଚକରେ ତେତିଶ କୋଟି ଦେବତା ମନୁଷ୍ୟମାନଙ୍କର ସନ୍ନିକଟ ହୋଇଯାନ୍ତି । ଏହି ସମୟରେ ଏକଲକ୍ଷ ତୁଳସୀପତ୍ର ଚଢାଇ ବିଷ୍ଣୁଙ୍କୁ ପୂଜାକଲେ , ସମସ୍ତ ଦେବତା ପ୍ରସନ୍ନହୋଇ ବର ପ୍ରଦାନକରନ୍ତି ।

ପର୍ବପର୍ବାଣୀ

କାର୍ତ୍ତିକ ମାସରେ ପାଳନ କରାଯାଉଥିବା ପର୍ବ ପର୍ବାଣୀ ଗୁଡିକ ହେଲା:

ଆଧାର