"ବିଦ୍ୟୁତ୍-ଚୁମ୍ବକୀୟ ପ୍ରଭାବ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେNo edit summary
ଟିକେNo edit summary
୩୨ କ ଧାଡ଼ି: ୩୨ କ ଧାଡ଼ି:

ଇଲେକ୍ଟ୍ରନ୍ ମାନେ ଯେତେବେଳେ ପରସ୍ପରର ପ୍ରଭାବ କ୍ଷେତ୍ରରେ ଥିବା ପରମାଣୁମାନଙ୍କ ମଧ୍ୟରେ ଅଦଳ ବଦଳ ହୁଅନ୍ତି, ସେତେବେଳେ ସେମାନଙ୍କଠାରେ ସଂବେଗର ସୃଷ୍ଟି ହୁଏ । ଇଲେକ୍ଟ୍ରନ୍ ମାନଙ୍କ ଗତି ଯୋଗୁଁ ଜାତ ହେଉଥିବା ସଂବେଗ ପାରମାଣବିକ ଓ ଆଣବିକ ବଳର ଉତ୍ସ । ପଲିଙ୍କ ବହିଷ୍କରଣ ସିଦ୍ଧାନ୍ତ (ଈଂରାଜୀରେ Pauli’s Exclusion Principle) ଅନୁଯାୟୀ ଏକ ସୀମିତ ସ୍ଥାନରେ ଏକତ୍ରିତ ଇଲେକ୍ଟ୍ରନ୍ ମାନଙ୍କ ସଂବେଗରେ ବୃଦ୍ଧି ଘଟିଥାଏ ।  ଏପରିକି ବସ୍ତୁର ଘନତ୍ଵ ମଧ୍ୟ ଇଲେକ୍ଟ୍ରନ୍ ମାନଙ୍କ ସଂବେଗର ଅଦଳବଦଳରେ ସୃଷ୍ଟ ବଳ ଓ ସେମାନଙ୍କ ମଧ୍ୟରେ ଥିବା ବିଦ୍ୟୁତ୍-ଚୁମ୍ଵକୀୟ ବଳର ସନ୍ତୁଳନ ଉପରେ ନିର୍ଭର କରେ ।

== ପାରମ୍ପରିକ ପରିଭାଷା ==
୧୬୦୦ ମସିହାରେ ୱିଲିୟମ୍ ଗିଲବର୍ଟ୍ ପ୍ରଥମେ ପ୍ରସ୍ତାବ ଦେଇଥିଲେ ଯେ ଉଭୟ ବୈଦୁତିକ ଶକ୍ତି ଓ ଚୁମ୍ଵକୀୟ ଶକ୍ତି ଯୋଗୁଁ ପଦାର୍ଥମାନଙ୍କ ମଧ୍ୟରେ ଆକର୍ଷଣ ଓ ବିକର୍ଷଣ ହୋଇଥାଏ । କିନ୍ତୁ ଦୁହେଁ ଭିନ୍ନ ଭିନ୍ନ ବଳ । ସେ କାଳରେ ସମୁଦ୍ରରେ ଯାତ୍ରା କରୁଥିବା ନାବିକମାନେ ଅନୁଧ୍ୟାନ କରିଥିଲେ ଯେ ବଜ୍ରପାତ ସମୟରେ ଦିଗବାରେଣୀ ଯନ୍ତ୍ରର ସୂଚୀ ବିକ୍ଷେପିତ ହୋଇଥାଏ । କିନ୍ତୁ ଏହାର କାରଣ କେହି ଜାଣି ନଥିଲେ । ୧୭୫୨ ମସିହାରେ ବେଞ୍ଜାମିନ୍ ଫ୍ରାଙ୍କଲିନ୍ ଙ୍କ ପରୀକ୍ଷାପରେ ଜଣା ପଡ଼ିଲା ଯେ ବଜ୍ରପାତ ସମୟରେ ବିଦ୍ୟୁତ୍-ପ୍ରବାହ ହୋଇଥାଏ।  ୧୮୦୨ରେ ରୋମାଗ୍ନୋସି ପ୍ରଥମେ ଏହାର କାରଣ ଆକସ୍ମିକ ଭାବେ ଜାଣିପାରି ତାହା ପ୍ରକାଶ କଲେ । କିନ୍ତୁ ୧୮୨୦ରେ ଓରଷ୍ଟେଡ୍ ନିଜ ବୈଜ୍ଞାନିକ ପରୀକ୍ଷାଦ୍ଵାରା ସର୍ବବିଦିତ କରାଇଲେ । ତାଙ୍କ ଗବେଷଣାକୁ ବ୍ୟବହାର କରି ଆମ୍ପିୟର୍ ବିଦ୍ୟୁତ୍ ପରିବାହକ ଓ ଚୁମ୍ଵକୀୟ ବଳ ମଧ୍ୟରେ ଗାଣିତିକ ସୂତ୍ରର ନିରୂପଣ କରିଥିଲେ ।

୧୮୨୦ ରୁ ୧୮୭୩ ମସିହା ମଧ୍ୟରେ ଏହି ତତ୍ତ୍ଵର ବିକାଶରେ ଅନେକ ବୈଜ୍ଞାନିକ ଭାଗୀ ହେଲେ । ସେହି ସମୟରେ ଜେମସ୍ କ୍ଲାର୍କ୍ ମାକ୍ସୱେଲ ସମସ୍ତ ଗବେଷଣାକୁ ଏକ ସୂତ୍ରରେ ବାନ୍ଧିବାରେ ସମର୍ଥ ହେଲେ ଓ ଆଲୋକର ବିଦ୍ୟୁତ୍-ଚୁମ୍ବକୀୟ ପ୍ରକୃତିର ଆବିଷ୍କାର କରିଥିଲେ । ପାରମ୍ପରିକ ବିଦ୍ୟୁତ୍-ଚୁମ୍ବକତ୍ଵରେ ବିଦ୍ୟୁତ୍-ଚୁମ୍ଵକୀୟ କ୍ଷେତ୍ରର ଗୁଣ ମାକ୍ସୱେଲଙ୍କ ସମୀକରଣ ଦ୍ଵାରା ଓ ବିଦ୍ୟୁତ୍-ଚୁମ୍ଵକୀୟ ବଳର ମାପ ଲୋରେଞ୍ଜ୍ ବଳ ନିୟମ ଦ୍ଵାରା ନିରୂପିତ ହୋଇଥାନ୍ତି । 

ପାରମ୍ପରିକ ବିଦ୍ୟୁତ୍-ଚୁମ୍ବକତ୍ଵର ପାରମ୍ପରିକ ଯାନ୍ତିକ ବିଜ୍ଞାନ ସହିତ ମତାନ୍ତର ରହିଛି । କିନ୍ତୁ ପାରମ୍ପରିକ ବିଦ୍ୟୁତ୍-ଚୁମ୍ବକତ୍ଵ ବିଶେଷ ଆପେକ୍ଷିକ ତତ୍ତ୍ଵକୁ ସମର୍ଥନ କରେ । ମାକ୍ସୱେଲଙ୍କ ସମୀକରଣ ଅନୁସାରେ ଶୂନ୍ୟରେ ଆଲୋକର ବେଗ ସ୍ଥିର ଓ ଅପରିବର୍ତ୍ତନୀୟ । ଏହା କେବଳ ଶୂନ୍ୟର ବୈଦୁତିକ ଅନୁଜ୍ଞତା ଓ ବିଶିଷ୍ଟ ଚୁମ୍ଵକଶୀଳତା ଉପରେ ନିର୍ଭରଶୀଳ । କିନ୍ତୁ ସେ ସମୟରେ ଅନେକ ଦିନରୁ ଭୌତିକ ବିଜ୍ଞାନର ଭିତ୍ତିଭୂମି ସାଜିଥିବା ଗାଲିଲିଓଙ୍କ ନିଶ୍ଚରତା ନିୟମକୁ ଏହା ବିରୋଧ କରୁଥିଲା ।  ଉଦାହରଣ ସ୍ଵରୂପ: ପାରମ୍ପରିକ ବିଜ୍ଞାନ ଅନୁସାରେ ଏକ ସ୍ଥିର ବା ଗତିଶୀଳ ଉତ୍ସରୁ ବାହାରୁଥିବା ଆଲୋକର ବେଗ ସମାନ ହୋଇପାରିବ ନାହିଁ । ତେଣୁ ପାରମ୍ପରିକ ବିଜ୍ଞାନର ସହମତି ପାଇଁ ଶୂନ୍ୟରେ ଇଥର୍ ନାମକ ଏକ ମାଧ୍ୟମ ରହିଛି ଏବଂ ଆଲୋକ ଇଥର୍ ମାଧ୍ୟମରେ ଗତି କରେ ବୋଲି କୁହାଗଲା । କିନ୍ତୁ ସେତେବେଳେ ହୋଇଥିବା ସମସ୍ତ ପରୀକ୍ଷାରୁ ଏହା ସତ୍ୟ ବୋଲି ପ୍ରମାଣିତ ହୋଇପାରିଲା ନାହିଁ । ହେନ୍ଡେରିକ୍ ଲୋରେଞ୍ଜ୍ ଓ ହେନେରି ପୋଇନକେର୍ ଙ୍କ ସହାୟତାରେ ୧୯୦୫ ମସିହାରେ ଆଇନ୍ ଷ୍ଟାଇନ୍ ବିଶେଷ ଆପେକ୍ଷିକ ତତ୍ତ୍ଵର ଆବିଷ୍କାର କଲେ ଓ ଏହି କାଳ୍ପନିକ ମାଧ୍ୟମର ପ୍ରହେଳିକାର ଅନ୍ତ ହେଲା । ପାରମ୍ପରିକ ବିଦ୍ୟୁତ୍-ଚୁମ୍ବକତ୍ଵ ପାରମ୍ପରିକ ଯାନ୍ତ୍ରିକ ବିଜ୍ଞାନର ସମର୍ଥନ କଲାନାହିଁ କିନ୍ତୁ ବିଶେଷ ଆପେକ୍ଷିକ ତତ୍ତ୍ଵର ପରିଧୀରେ ଗୃହିତ ହେଲା ।  

== ବିଦ୍ୟୁତ୍-ଚୁମ୍ବକୀୟ ମାତ୍ରକ ==
== ବିଦ୍ୟୁତ୍-ଚୁମ୍ବକୀୟ ମାତ୍ରକ ==

୦୧:୫୧, ୧୦ ଅଗଷ୍ଟ ୨୦୧୭ ଅନୁସାରେ କରାଯାଇଥିବା ବଦଳ

ବିଦ୍ୟୁତ୍-ଚୁମ୍ଵକତ୍ଵ ବା ବିଦ୍ୟୁତ୍-ଚୁମ୍ଵକୀୟ ପ୍ରଭାବ ଭୌତିକ ବିଜ୍ଞାନର ଏକ ପ୍ରମୁଖ ଶାଖା । ବିଦ୍ୟୁତ୍-ଚୁମ୍ଵକୀୟ ବଳ ଓ ତାହାର ପ୍ରଭାବର ଅନୁଶୀଳନ ଏହି ଶାଖାର ଭିତ୍ତିଭୂମି । ବୈଦୁତିକ ଚାର୍ଜ୍ ବହନ କରୁଥିବା ବସ୍ତୁମାନଙ୍କ ମଧ୍ୟରେ ବଳ ସୃଷ୍ଟି ହୁଏ, ତାହାକୁ ବିଦ୍ୟୁତ୍-ଚୁମ୍ଵକୀୟ ବଳ ବୋଲି କୁହାଯାଏ । ବିଦ୍ୟୁତ୍-ଚୁମ୍ଵକୀୟ ବଳ, ବିଦ୍ୟୁତ୍-ଚୁମ୍ଵକୀୟ କ୍ଷେତ୍ର (ବୈଦୁତିକ କ୍ଷେତ୍ର, ଚୁମ୍ଵକୀୟ କ୍ଷେତ୍ର, ଆଲୋକ) ସହିତ ଓତଃପ୍ରୋତ ଭାବେ ଜଡ଼ିତ । ଆଧୁନିକ ଭୌତିକ ବିଜ୍ଞାନରେ ବିଦ୍ୟୁତ୍-ଚୁମ୍ଵକୀୟ ବଳକୁ ପାରମାଣବିକ ବସ୍ତୁ (ଈଂରାଜୀରେ Atomic Particles)ଙ୍କ ମଧ୍ୟରେ ଥିବା ଏକ ମୌଳିକ ପାରସ୍ପରିକ ବଳ ଭାବେ ଗଣନା କରାଯାଏ । ସାଧାରଣତଃ ପାରମାଣବିକ ବସ୍ତୁମାନଙ୍କ ମଧ୍ୟରେ ଥିବା ୪ଟି ମୌଳିକ ପାରସ୍ପରିକ ବଳ ହେଲା: ଶକ୍ତିଶାଳୀ ବଳ (ଈଂରାଜୀରେ Strong Force), ଶକ୍ତିହୀନ ବଳ (ଈଂରାଜୀରେ Weak Force), ମହାକର୍ଷଣୀୟ (ଈଂରାଜୀରେ Gravitational) ଏବଂ ବିଦ୍ୟୁତ୍-ଚୁମ୍ଵକତ୍ଵ (ଈଂରାଜୀରେ Electro-Magnetic) । ବିଦ୍ୟୁତ୍-ଚୁମ୍ଵକତ୍ଵକୁ ବିଦ୍ୟୁତ୍-ଚୁମ୍ଵକୀୟ ବଳ (ଲୋରେଞ୍ଜ୍ ବଳ)ର ପ୍ରଭାବ ଦ୍ଵାରା ପରିପ୍ରକାଶ କରାଯାଏ । ବିଦ୍ୟୁତ୍-ଚୁମ୍ଵକୀୟ ବଳରେ ବୈଦୁତିକ ବଳ ଓ ଚୁମ୍ଵକତ୍ଵ ସମାହିତ ।

ପାରମ୍ପରିକ ଭୌତିକ ବିଜ୍ଞାନର ଅନୁସାରେ ବିଦ୍ୟୁତ୍ ଚାର୍ଜ୍ ଓ ବିଦ୍ୟୁତ୍ ବିଭବ ଯୋଗୁଁ ବୈଦ୍ୟୁତିକ କ୍ଷେତ୍ର ସୃଷ୍ଟି ହୋଇଥାଏ । ମାଇକେଲ୍ ଫାରାଡ଼େଙ୍କ ନିୟମାନୁସାରେ ଚୁମ୍ଵକୀୟ କ୍ଷେତ୍ର, ବିଦ୍ୟୁତ୍-ଚୁମ୍ଵକୀୟ ଉପପାଦନ (ଈଂରାଜୀରେ Electromagnetic Induction) ଓ ଚୁମ୍ଵକତ୍ଵ ସହିତ ସମ୍ପୃକ୍ତ । ବୈଦୁତିକ କ୍ଷେତ୍ରରେ ଚାର୍ଜ୍ ଓ ପ୍ରବାହ, ଚୁମ୍ଵକୀୟ କ୍ଷେତ୍ର ପରସ୍ପରକୁ କିପରି ଭାବେ ପ୍ରଭାବିତ କରନ୍ତି ମାକ୍ସୱେଲଙ୍କ ସମୀକରଣରେ ଦର୍ଶିତ ହୋଇଛି ।  ବିଦ୍ୟୁତ୍-ଚୁମ୍ଵକତ୍ଵର ପରୀକ୍ଷଣ ଦ୍ଵାରା ଶୂନ୍ୟରେ ଆଲୋକର ବେଗ ନିରୂପିତ ହୋଇପାରିଲା ଓ ଏହା ଆଇନ୍ ଷ୍ଟାଇନଙ୍କ ବିଶେଷ ଆପେକ୍ଷିକ ତତ୍ତ୍ଵର ଭିତ୍ତିଭୂମି । 

ଇତିହାସ

ପୂର୍ବେ ବିଜ୍ଞାନ ଜଗତରେ ବୈଦୁତିକ ପ୍ରଭାବ ଓ ଚୁମ୍ବକତ୍ଵ ଭିନ୍ନ ଭିନ୍ନ ବଳ ବୋଲି ଧାରଣା ଥିଲା । ୧୮୭୩ ମସିହାରେ ଜେମ୍ସ୍ କ୍ଲାର୍କ ମାକ୍ସୱେଲଙ୍କ ବିଦ୍ୟୁତ୍ ଓ ଚୁମ୍ଵକତ୍ଵ ସମ୍ଵନ୍ଧୀୟ ଲେଖ ପରେ ଏହି ଧାରଣା ବଦଳିଲା । ଯେତେବେଳେ ଯୁକ୍ତ ଚାର୍ଜ୍ ଓ ବିଯୁକ୍ତ ଚାର୍ଜ୍ ପରସ୍ପରର ପ୍ରଭାବରେ ଆସନ୍ତି ସେତେବେଳେ׃

୧. ବୈଦ୍ୟୁତିକ ଚାର୍ଜ୍ ପରସ୍ପରକୁ ଯେଉଁ ବଳ ଦ୍ଵାରା ଆକର୍ଷଣ ବା ବିକର୍ଷଣ କରନ୍ତି, ତାହା ସେମାନଙ୍କ ମଧ୍ୟବର୍ତ୍ତୀ ଦୂରତାର ବର୍ଗ ସହ ବିପରୀତତଃ ଅନୁପାତୀ ।  ସମଚାର୍ଜ୍ ପରସ୍ପରକୁ ବିକର୍ଷଣ ଓ ଅସମଚାର୍ଜ୍ ପରସ୍ପରକୁ ଆକର୍ଷଣ କରିଥାନ୍ତି । 

୨. ବୈଦ୍ୟୁତିକ ଚାର୍ଜ୍ ଦ୍ଵାରା ସୃଷ୍ଟ ଚୁମ୍ଵକୀୟ ମେରୁ ପରସ୍ପରକୁ ଯେଉଁ ବଳ ଦ୍ଵାରା ଆକର୍ଷଣ ବା ବିକର୍ଷଣ କରନ୍ତି, ତାହା ସେମାନଙ୍କ ମଧ୍ୟବର୍ତ୍ତୀ ଦୂରତାର ବର୍ଗ ସହ ବିପରୀତତଃ ଅନୁପାତୀ ।

୩. ଏକ ତାରରେ ପ୍ରବାହିତ ବିଦ୍ୟୁତ୍ ସ୍ରୋତ ନିଜ ଚାରିପଟେ ଏକ ଚୁମ୍ଵକୀୟ କ୍ଷେତ୍ର ସୃଷ୍ଟି କରିଥାଏ । ବିଦ୍ୟୁତ୍ ପ୍ରବାହର ଦିଗ ଚୁମ୍ବକୀୟ କ୍ଷେତ୍ରର ଦିଗ ନିରୂପଣ କରିଥାଏ (ଏହାକୁ “ଡାହାଣ ହାତ ପାପୁଲି ନିୟମ” ମଧ୍ୟ କୁହନ୍ତି । ଡାହାଣ ହାତର ପାପୁଲିକୁ ଖୋଲାକରି ରଖାଯାଉ ଯେପରିକି ବୁଢ଼ା ଆଙ୍ଗୁଠି ଓ ଅନ୍ୟ ଚାରି ଆଙ୍ଗୁଠି ପରସ୍ପର ପ୍ରତି ୯୦ ଡିଗ୍ରୀରେ ରହିବେ । ଯଦି ବୁଢ଼ା ଆଙ୍ଗୁଠି ତାରରେ ବିଦ୍ୟୁତ୍ ପ୍ରବାହର ଦିଗ ଦର୍ଶାଏ, ତେବେ ବାକି ଚାରି ଆଙ୍ଗୁଠି ମୁଠେଇ ଆଣିଲେ ଯେଉଁ ଦିଗ ନିରୂପଣ ହୁଏ ତାହା ଚୁମ୍ଵକୀୟ କ୍ଷେତ୍ରର ଦିଗ) ।

୪. ଏକ ତାର କୁଣ୍ଡଳୀକୁ ଚୁମ୍ଵକୀୟ କ୍ଷେତ୍ର ପାଖକୁ ବା ତା’ଠାରୁ ଦୂରକୁ ନେଲେ ସେଥିରେ ବିଦ୍ୟୁତ୍ ପ୍ରବାହ ହୋଇଥାଏ । ବିଦ୍ୟୁତ୍ ପ୍ରବାହର ଦିଗ ଚୁମ୍ବକ ଆଡକୁ ବା ତାହାଠାରୁ ଦୂରକୁ ଯାଉଥିବା ତାର କୁଣ୍ଡଳୀର ଗତିର ଦିଗ ଉପରେ ନିର୍ଭର କରେ । 

୧୮୨୦ ମସିହାରେ ହାନ୍ସ୍ ଖ୍ରୀଷ୍ଟିୟାନ୍ ଓରଷ୍ଟେଡ୍ ପରୀକ୍ଷା କରି ଦେଖିଥିଲେ ଯେ ସ୍ଵିଚ୍ ଖୋଲି ବା ବନ୍ଦ କରି, ଏକ ତାରରେ ବିଦ୍ୟୁତ୍ ପ୍ରବାହ ହେଲେ ତାହା ପାଖରେ ଥିବା ଏକ ଦିଗବାରେଣୀ ଯନ୍ତ୍ରର ସୂଚୀ ବିକ୍ଷେପିତ ହୋଇଥାଏ । ବିଦ୍ୟୁତ୍ ପ୍ରବାହ ହେଲେ ତା’ ଚାରିପଟେ ସୃଷ୍ଟି ହୋଇଥିବା ଚୁମ୍ଵକୀୟ କ୍ଷେତ୍ରର ପ୍ରଭାବରେ ଏପରି ହୋଇଥାଏ କିନ୍ତୁ ସେ ଏହି ବିକ୍ଷୟରେ ଆଉ ଅଧିକ ବିବରଣୀ ଦେଇପାରିଲେ ନାହିଁ । ପରେ ଅଧିକ ପରୀକ୍ଷା କରି ସେ ବୈଦ୍ୟୁତିକ କ୍ଷେତ୍ର ଓ ଚୁମ୍ଵକୀୟ କ୍ଷେତ୍ର ମଧ୍ୟରେ ଘନିଷ୍ଠ ସମ୍ପର୍କ ରହିଥିବା କଥା ପ୍ରକାଶ କରିଥିଲେ । ବିଦ୍ୟୁତ୍-ଚୁମ୍ଵକତ୍ଵ କ୍ଷେତ୍ରରେ ଅବଦାନ ପାଇଁ ତାଙ୍କରି ନାମରେ ବିଦ୍ୟୁତ୍-ଚୁମ୍ଵକୀୟ ଉପପାଦନର ମାତ୍ରକକୁ ନାମିତ କରାଯାଇଛି । ଆହୁରି ମଧ୍ୟ ତାଙ୍କ ଗବେଷଣାକୁ ବ୍ୟବହାର କରି ଆଣ୍ଡ୍ରେ ମେରି ଆମ୍ପିୟର୍ ବିଦ୍ୟୁତ୍ ପରିବାହକ ଓ ଚୁମ୍ଵକୀୟ ବଳ ମଧ୍ୟରେ ଗାଣିତିକ ସୂତ୍ରର ନିରୂପଣ କରିଥିଲେ । ଆମ୍ପିୟରଙ୍କ ନାମରେ ବିଦ୍ୟୁତ୍ ସ୍ରୋତର ମାତ୍ରକ ନାମିତ ହୋଇଅଛି ।

ଓରଷ୍ଟେଡଙ୍କ ଗବେଷଣା ଯୋଗୁଁ ପରବର୍ତ୍ତୀ ସମୟରେ ଏକକ ଶକ୍ତି ତତ୍ତ୍ଵ (ଈଂରାଜୀରେ Unified Concept of Energy)ର ସଂକଳ୍ପନା ସମ୍ଭବପର ହୋଇପାରିଲା । ପ୍ରଥମେ ମାଇକେଲ୍ ଫାରାଡ଼େ, ତା’ପରେ ମାକ୍ସୱେଲ୍, ପରବର୍ତ୍ତୀ ସମୟରେ ଓଲିଭର୍ ହିଭିସାଇଡ୍ ଓ ହାଇନରିଖ୍ ହର୍ଜ୍ ଙ୍କ ଗବେଷଣା ଯୋଗୁଁ ଏକକ ଶକ୍ତି ତତ୍ତ୍ଵ ସମ୍ପୂର୍ଣ୍ଣ ଭାବେ ବିକଶିତ ହେଲା । ଏହାକୁ ଉନବିଂଶ ଶତାବ୍ଦୀରେ ଗାଣିତିକ ଭୌତିକ ବିଜ୍ଞାନର ଏକ ବୃହତ୍ ଉପଲବ୍ଧି ବୋଲି କୁହାଯାଇପାରେ ।  ଆଲୋକର ପ୍ରକୃତି କଣ ତାହା ଜାଣିବାରେ ଏହି ତତ୍ତ୍ଵ ସହାୟକ ହେଲା । ସେହି ସମୟରେ ପ୍ରସ୍ତାବିତ ବିଦ୍ୟୁତ୍-ଚୁମ୍ଵକତ୍ଵଠାରୁ ଏହା ଏକପଦ ଅଗ୍ରଗାମୀ ହୋଇ ଏକ ସାଧାରଣ ତତ୍ତ୍ଵର ବିକାଶ ହେଲା । ଆଲୋକ ଏବଂ ଅନ୍ୟ ବିଦ୍ୟୁତ୍-ଚୁମ୍ଵକୀୟ ତରଙ୍ଗ ପ୍ରମାତ୍ରିକ ରୂପ (ଈଂରାଜୀରେ Quantised Form) ଧାରଣ କରି ଫୋଟୋନ୍ (ଈଂରାଜୀରେ Photon) ନାମରେ ଅଭିହିତ ହୁଅନ୍ତି । ଏହି ଫୋଟୋନ୍ ଦୋଳାୟମାନ ବିଦ୍ୟୁତ୍-ଚୁମ୍ଵକୀୟ କ୍ଷେତ୍ରର ଏକ ଅବ୍ୟବସ୍ଥା ଓ ଏହା ଯେ କୌଣସି ମାଧ୍ୟମରେ ସ୍ଵତଃ ପ୍ରସାରିତ ହୋଇଥାଏ । ଏହି ଦୋଳନର ଆବୃତ୍ତି ବିଭିନ୍ନ ପ୍ରକାରର ବିଦ୍ୟୁତ୍-ଚୁମ୍ଵକୀୟ ବିକୀରଣର ସୂଚକ । ନିମ୍ନ ଆବୃତ୍ତିରେ ଏହା ରେଡିଓ ତରଙ୍ଗ, ମଧ୍ୟମ ଆବୃତ୍ତିରେ ଏହା ଆଲୋକ ଓ ଉଚ୍ଚ ଆବୃତ୍ତିରେ ଏହା ଗାମା କିରଣର ରୂପ ନେଇଥାଏ। 

୧୮୦୨ ମସିହାରେ ଜିଆନ୍ ଡୋମେନିକୋ ରୋମାଗ୍ନୋସି ନାମକ ଜଣେ ଈଟାଲୀୟ ନ୍ୟାୟଶାସ୍ତ୍ରବିତ୍ ଓରଷ୍ଟେଡଙ୍କ ଭଳି ପରୀକ୍ଷଣ କରି  ଦିଗବାରେଣୀ ଯନ୍ତ୍ରର ସୂଚୀ ବିକ୍ଷେପିତ ହେବା କଥା ପ୍ରକାଶ କରିଥିଲେ ଓ ଏକ ଈଟାଲୀୟ ସମ୍ବାଦ ପତ୍ର ଏହାକୁ ପ୍ରକାଶ କରିଥିଲା । କିନ୍ତୁ ରୋମାଗ୍ନୋସି ବିଜ୍ଞାନ ସହ ଜଡିତ ନ ଥିବାରୁ ତାଙ୍କର ଏହି ପରୀକ୍ଷା ପ୍ରତି କେହି ବିଶେଷ ଧ୍ୟାନ ଦେଇନଥିଲେ । 

ମୌଳିକ ବଳସମୂହ

ଆଧୁନିକ ଭୌତିକ ବିଜ୍ଞାନରେ ପାରମାଣବିକ ବସ୍ତୁମାନଙ୍କ ପ୍ରକୃତି ନିରୂପଣ କରିବା ପାଇଁ ଆଦର୍ଶ ମାନଦଣ୍ଡ (ଈଂରାଜୀରେ Standard Model) ଗଠନ କରାଯାଇଛି । ଏହି ମାନଦଣ୍ଡ ଅନୁସାରେ ବିଦ୍ୟୁତ୍-ଚୁମ୍ଵକୀୟ ବଳ ଚାରୋଟି ମୌଳିକ ବଳମାନଙ୍କ ମଧ୍ୟରୁ ଏକ । ଅନ୍ୟ ସବୁ ପ୍ରକାରର ବଳ ଏହି ବଳମାନଙ୍କଠାରୁ ହିଁ ଜାତ । ଏହି ଚାରି ପ୍ରକାରର ମୌଳିକ ବଳ ହେଲା: 

୧. ଶକ୍ତିହୀନ ନାଭିକୀୟ ବଳ (ଈଂରାଜୀରେ Weak Nuclear Forces): ଏହି ବଳ ସମସ୍ତ ପରମାଣୁ ମଧ୍ୟରେ ଥିବା ସମସ୍ତ ଅତିକ୍ଷୁଦ୍ର ବସ୍ତୁମାନଙ୍କୁ ବାନ୍ଧି ରଖିଥାଏ । ଅତିକ୍ଷୁଦ୍ର ବସ୍ତୁବିଜ୍ଞାନରେ ଏହି ବଳ ଓ ବିଦ୍ୟୁତ୍-ଚୁମ୍ଵକୀୟ ବଳର ଏକକ ସ୍ଵରୂପ ଶକ୍ତିହୀନ-ବିଦ୍ୟୁତ୍ ବଳ (ଈଂରାଜୀରେ Electroweak Interaction) ଭାବେ ଜଣାଯାଏ । 

୨. ଶକ୍ତିଶାଳୀ ନାଭିକୀୟ ବଳ (ଈଂରାଜୀରେ Strong Nuclear Forces): ଏହି ବଳର ପ୍ରଭାବରେ କ୍ଵାର୍କ୍ (ଈଂରାଜୀରେ Quark)ମାନେ ସମ୍ମିଳିତ ହୋଇ ନ୍ୟୁକ୍ଳିୟନ୍ (ଈଂରାଜୀରେ Nucleon) ଗଠିତ ହୁଏ ଓ ପୁଣି ନ୍ୟୁକ୍ଳିୟନ୍ ସମ୍ମିଳିତ ହୋଇ ପାରମାଣବିକ ନାଭି (ଈଂରାଜୀରେ Nucleus)ର ଗଠନ ହୁଏ ।  

୩. ମହାକର୍ଷଣୀୟ ବଳ (ଈଂରାଜୀରେ gravitational force)

୪. ବିଦ୍ୟୁତ୍-ଚୁମ୍ଵକୀୟ ବଳ: ଦୈନନ୍ଦିନ ଜୀବନର ଅନେକ ଘଟଣା ପାଇଁ ଏହି ବଳର ଭୂମିକା ରହିଛି । ସରଳ ଭାଷାରେ କହିବାକୁ ଗଲେ, ପାରମାଣବିକ ନାଭିର ଯୁକ୍ତ ଚାର୍ଜ୍ ଓ ଇଲେକ୍ଟ୍ରନ୍ ମାନଙ୍କ ବିଯୁକ୍ତ ଚାର୍ଜ୍ ଯୋଗୁଁ ଯେଉଁ ବିଦ୍ୟୁତ୍-ଚୁମ୍ଵକୀୟ ବଳ ସୃଷ୍ଟି ହୁଏ, ତାହା ଅଣୁମାନଙ୍କ ମଧ୍ୟରେ ଦେଖାଯାଉଥିବା ପରସ୍ପର କ୍ରିୟା ପାଇଁ ଦାୟୀ । ଏହି ବଳ ଅତିକ୍ଷୁଦ୍ର ବସ୍ତୁମାନଙ୍କର ସଂବେଗର କାରଣ ମଧ୍ୟ ଦର୍ଶାଇଥାଆନ୍ତି । ଆମ ଦେହର ଅଣୁ ଓ କୌଣସି ପଦାର୍ଥର ଅଣୁମାନଙ୍କ ମଧ୍ୟରେ କ୍ରିୟା-ପ୍ରତିକ୍ରିୟା ଯୋଗୁଁ ଆମେ ସେମାନଙ୍କ ପ୍ରକୃତ ସ୍ଵରୂପ ଅନୁଭବ କରିପାରୁ । ସମସ୍ତ ରାସାୟନିକ କ୍ରିୟା ପଛରେ ମଧ୍ୟ ଏହି ବଳର ଭୂମିକା ରହିଛି । 

ଇଲେକ୍ଟ୍ରନ୍ ମାନେ ଯେତେବେଳେ ପରସ୍ପରର ପ୍ରଭାବ କ୍ଷେତ୍ରରେ ଥିବା ପରମାଣୁମାନଙ୍କ ମଧ୍ୟରେ ଅଦଳ ବଦଳ ହୁଅନ୍ତି, ସେତେବେଳେ ସେମାନଙ୍କଠାରେ ସଂବେଗର ସୃଷ୍ଟି ହୁଏ । ଇଲେକ୍ଟ୍ରନ୍ ମାନଙ୍କ ଗତି ଯୋଗୁଁ ଜାତ ହେଉଥିବା ସଂବେଗ ପାରମାଣବିକ ଓ ଆଣବିକ ବଳର ଉତ୍ସ । ପଲିଙ୍କ ବହିଷ୍କରଣ ସିଦ୍ଧାନ୍ତ (ଈଂରାଜୀରେ Pauli’s Exclusion Principle) ଅନୁଯାୟୀ ଏକ ସୀମିତ ସ୍ଥାନରେ ଏକତ୍ରିତ ଇଲେକ୍ଟ୍ରନ୍ ମାନଙ୍କ ସଂବେଗରେ ବୃଦ୍ଧି ଘଟିଥାଏ ।  ଏପରିକି ବସ୍ତୁର ଘନତ୍ଵ ମଧ୍ୟ ଇଲେକ୍ଟ୍ରନ୍ ମାନଙ୍କ ସଂବେଗର ଅଦଳବଦଳରେ ସୃଷ୍ଟ ବଳ ଓ ସେମାନଙ୍କ ମଧ୍ୟରେ ଥିବା ବିଦ୍ୟୁତ୍-ଚୁମ୍ଵକୀୟ ବଳର ସନ୍ତୁଳନ ଉପରେ ନିର୍ଭର କରେ ।

ପାରମ୍ପରିକ ପରିଭାଷା

୧୬୦୦ ମସିହାରେ ୱିଲିୟମ୍ ଗିଲବର୍ଟ୍ ପ୍ରଥମେ ପ୍ରସ୍ତାବ ଦେଇଥିଲେ ଯେ ଉଭୟ ବୈଦୁତିକ ଶକ୍ତି ଓ ଚୁମ୍ଵକୀୟ ଶକ୍ତି ଯୋଗୁଁ ପଦାର୍ଥମାନଙ୍କ ମଧ୍ୟରେ ଆକର୍ଷଣ ଓ ବିକର୍ଷଣ ହୋଇଥାଏ । କିନ୍ତୁ ଦୁହେଁ ଭିନ୍ନ ଭିନ୍ନ ବଳ । ସେ କାଳରେ ସମୁଦ୍ରରେ ଯାତ୍ରା କରୁଥିବା ନାବିକମାନେ ଅନୁଧ୍ୟାନ କରିଥିଲେ ଯେ ବଜ୍ରପାତ ସମୟରେ ଦିଗବାରେଣୀ ଯନ୍ତ୍ରର ସୂଚୀ ବିକ୍ଷେପିତ ହୋଇଥାଏ । କିନ୍ତୁ ଏହାର କାରଣ କେହି ଜାଣି ନଥିଲେ । ୧୭୫୨ ମସିହାରେ ବେଞ୍ଜାମିନ୍ ଫ୍ରାଙ୍କଲିନ୍ ଙ୍କ ପରୀକ୍ଷାପରେ ଜଣା ପଡ଼ିଲା ଯେ ବଜ୍ରପାତ ସମୟରେ ବିଦ୍ୟୁତ୍-ପ୍ରବାହ ହୋଇଥାଏ।  ୧୮୦୨ରେ ରୋମାଗ୍ନୋସି ପ୍ରଥମେ ଏହାର କାରଣ ଆକସ୍ମିକ ଭାବେ ଜାଣିପାରି ତାହା ପ୍ରକାଶ କଲେ । କିନ୍ତୁ ୧୮୨୦ରେ ଓରଷ୍ଟେଡ୍ ନିଜ ବୈଜ୍ଞାନିକ ପରୀକ୍ଷାଦ୍ଵାରା ସର୍ବବିଦିତ କରାଇଲେ । ତାଙ୍କ ଗବେଷଣାକୁ ବ୍ୟବହାର କରି ଆମ୍ପିୟର୍ ବିଦ୍ୟୁତ୍ ପରିବାହକ ଓ ଚୁମ୍ଵକୀୟ ବଳ ମଧ୍ୟରେ ଗାଣିତିକ ସୂତ୍ରର ନିରୂପଣ କରିଥିଲେ ।

୧୮୨୦ ରୁ ୧୮୭୩ ମସିହା ମଧ୍ୟରେ ଏହି ତତ୍ତ୍ଵର ବିକାଶରେ ଅନେକ ବୈଜ୍ଞାନିକ ଭାଗୀ ହେଲେ । ସେହି ସମୟରେ ଜେମସ୍ କ୍ଲାର୍କ୍ ମାକ୍ସୱେଲ ସମସ୍ତ ଗବେଷଣାକୁ ଏକ ସୂତ୍ରରେ ବାନ୍ଧିବାରେ ସମର୍ଥ ହେଲେ ଓ ଆଲୋକର ବିଦ୍ୟୁତ୍-ଚୁମ୍ବକୀୟ ପ୍ରକୃତିର ଆବିଷ୍କାର କରିଥିଲେ । ପାରମ୍ପରିକ ବିଦ୍ୟୁତ୍-ଚୁମ୍ବକତ୍ଵରେ ବିଦ୍ୟୁତ୍-ଚୁମ୍ଵକୀୟ କ୍ଷେତ୍ରର ଗୁଣ ମାକ୍ସୱେଲଙ୍କ ସମୀକରଣ ଦ୍ଵାରା ଓ ବିଦ୍ୟୁତ୍-ଚୁମ୍ଵକୀୟ ବଳର ମାପ ଲୋରେଞ୍ଜ୍ ବଳ ନିୟମ ଦ୍ଵାରା ନିରୂପିତ ହୋଇଥାନ୍ତି । 

ପାରମ୍ପରିକ ବିଦ୍ୟୁତ୍-ଚୁମ୍ବକତ୍ଵର ପାରମ୍ପରିକ ଯାନ୍ତିକ ବିଜ୍ଞାନ ସହିତ ମତାନ୍ତର ରହିଛି । କିନ୍ତୁ ପାରମ୍ପରିକ ବିଦ୍ୟୁତ୍-ଚୁମ୍ବକତ୍ଵ ବିଶେଷ ଆପେକ୍ଷିକ ତତ୍ତ୍ଵକୁ ସମର୍ଥନ କରେ । ମାକ୍ସୱେଲଙ୍କ ସମୀକରଣ ଅନୁସାରେ ଶୂନ୍ୟରେ ଆଲୋକର ବେଗ ସ୍ଥିର ଓ ଅପରିବର୍ତ୍ତନୀୟ । ଏହା କେବଳ ଶୂନ୍ୟର ବୈଦୁତିକ ଅନୁଜ୍ଞତା ଓ ବିଶିଷ୍ଟ ଚୁମ୍ଵକଶୀଳତା ଉପରେ ନିର୍ଭରଶୀଳ । କିନ୍ତୁ ସେ ସମୟରେ ଅନେକ ଦିନରୁ ଭୌତିକ ବିଜ୍ଞାନର ଭିତ୍ତିଭୂମି ସାଜିଥିବା ଗାଲିଲିଓଙ୍କ ନିଶ୍ଚରତା ନିୟମକୁ ଏହା ବିରୋଧ କରୁଥିଲା ।  ଉଦାହରଣ ସ୍ଵରୂପ: ପାରମ୍ପରିକ ବିଜ୍ଞାନ ଅନୁସାରେ ଏକ ସ୍ଥିର ବା ଗତିଶୀଳ ଉତ୍ସରୁ ବାହାରୁଥିବା ଆଲୋକର ବେଗ ସମାନ ହୋଇପାରିବ ନାହିଁ । ତେଣୁ ପାରମ୍ପରିକ ବିଜ୍ଞାନର ସହମତି ପାଇଁ ଶୂନ୍ୟରେ ଇଥର୍ ନାମକ ଏକ ମାଧ୍ୟମ ରହିଛି ଏବଂ ଆଲୋକ ଇଥର୍ ମାଧ୍ୟମରେ ଗତି କରେ ବୋଲି କୁହାଗଲା । କିନ୍ତୁ ସେତେବେଳେ ହୋଇଥିବା ସମସ୍ତ ପରୀକ୍ଷାରୁ ଏହା ସତ୍ୟ ବୋଲି ପ୍ରମାଣିତ ହୋଇପାରିଲା ନାହିଁ । ହେନ୍ଡେରିକ୍ ଲୋରେଞ୍ଜ୍ ଓ ହେନେରି ପୋଇନକେର୍ ଙ୍କ ସହାୟତାରେ ୧୯୦୫ ମସିହାରେ ଆଇନ୍ ଷ୍ଟାଇନ୍ ବିଶେଷ ଆପେକ୍ଷିକ ତତ୍ତ୍ଵର ଆବିଷ୍କାର କଲେ ଓ ଏହି କାଳ୍ପନିକ ମାଧ୍ୟମର ପ୍ରହେଳିକାର ଅନ୍ତ ହେଲା । ପାରମ୍ପରିକ ବିଦ୍ୟୁତ୍-ଚୁମ୍ବକତ୍ଵ ପାରମ୍ପରିକ ଯାନ୍ତ୍ରିକ ବିଜ୍ଞାନର ସମର୍ଥନ କଲାନାହିଁ କିନ୍ତୁ ବିଶେଷ ଆପେକ୍ଷିକ ତତ୍ତ୍ଵର ପରିଧୀରେ ଗୃହିତ ହେଲା ।  

ବିଦ୍ୟୁତ୍-ଚୁମ୍ବକୀୟ ମାତ୍ରକ

ବିଦ୍ୟୁତ୍-ଚୁମ୍ବକତ୍ଵ କ୍ଷେତ୍ରରେ ବ୍ୟବହୃତ କେତେକ ସତ୍ତ୍ଵର ମାତ୍ରକମାନେ ହେଲେ

ବିଦ୍ୟୁତ୍-ଚୁମ୍ବକୀୟ ସତ୍ତ୍ଵ ମାତ୍ରକ
ବିଦ୍ୟୁତ୍ ସ୍ରୋତ ଆମ୍ପିୟର୍
ବିଦ୍ୟୁତିକ ଚାର୍ଜ୍ କୁଲମ୍
ଚୁମ୍ଵକୀୟ ପ୍ରବାହ ୱେବର୍
ଚୁମ୍ଵକୀୟ ପ୍ରବାହର ଘନତ୍ଵ ଟେସଲା
ବିଦ୍ୟୁତ୍ ବିଭବ ଭୋଲଟ୍