"ଲକ୍ଷ୍ମଣ ନାୟକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
No edit summary
ଟ୍ୟାଗସବୁ: Reverted ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ଟ୍ୟାଗସବୁ: Reverted ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୪୫ କ ଧାଡ଼ି: ୪୫ କ ଧାଡ଼ି:
[[ଶ୍ରେଣୀ:ଓଡ଼ିଶାର ସ୍ୱାଧୀନତା ସଂଗ୍ରାମୀ]]
[[ଶ୍ରେଣୀ:ଓଡ଼ିଶାର ସ୍ୱାଧୀନତା ସଂଗ୍ରାମୀ]]
[[ଶ୍ରେଣୀ:କୋରାପୁଟ ଜିଲ୍ଲାର ଲୋକ]]
[[ଶ୍ରେଣୀ:କୋରାପୁଟ ଜିଲ୍ଲାର ଲୋକ]]
ସଦାଶିବ ନାୟକ: ମାଲକାନଗିରି
ସଦାଶିବ ନାୟକ : ମାଲକାନଗିରି

୦୭:୪୧, ୨୦ ନଭେମ୍ବର ୨୦୨୦ ଅନୁସାରେ କରାଯାଇଥିବା ବଦଳ

ସହୀଦ ଲକ୍ଷ୍ମଣ ନାୟକ (୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩) ଓଡ଼ିଶାର ଜଣେ ଅଗ୍ରଣି ସ୍ୱାଧୀନତା ସଂଗ୍ରାମୀ । ଆଦିବାସୀଙ୍କ ଇଲାକା ହୋଇଥିବାରୁ ଆଦିବାସୀ ପାଇଁ ସେ ମାଲକାନାଗିରିର ଗାନ୍ଧି ଭାବେ ପ୍ରସିଦ୍ଧ ଥିଲେ । ସହୀଦ ଲକ୍ଷ୍ମଣ ନାୟକ ୧୮୯୯ ମସିହା ନଭେମ୍ବର ୨୨ ତାରିଖରେ ଅବିଭକ୍ତ କୋରାପୁଟ ଜିଲ୍ଲାର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ ।

ପିତା ପଦଲାମ ନାୟକ ଓ ମାତା ସମାରି ନାୟକ ଥିଲେ । ସହୀଦ ଲକ୍ଷ୍ମଣ ନାୟକ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ନାୟକ ଓ ସାନଭାଇ ଧନ ନାୟକ । ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ କୋରାପୁଟ ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା, ସାନଗୁମ୍ମା, ବେଜୁଣୀଗୁଡା, ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ କରିବା ।

ସଂକ୍ଷିପ୍ତ ବ୍ୟକ୍ତିଗତ ଜୀବନ:

ନିକଟରେ କୌଣସି ବିଦ୍ୟାଳୟ ନ ଥିବାରୁ କୋଲାବ ନଦୀ କୁଳର ବାଲିପଠାକୁ ସିଲଟ ଭାବରେ ବ୍ୟବହାର କରି ପିତା ପଦଲାମଙ୍କ ଠାରୁ ଅକ୍ଷର ଶିକ୍ଷା କରିଥିଲେ ସହୀଦ ଲକ୍ଷ୍ମଣ ନାୟକ । ତେନ୍ତୁଲିଗୁମ୍ମାର ଲୋକମାନେ ଓଡ଼ିଆ, ପରଜା, ଗାଦବା ଭାଷା ମିଶାମିଶି ଦେଶୀୟ ଭାଷା କହୁଥିଲେ । ଲକ୍ଷ୍ମଣ ନାୟକ ଉଭୟ ଦେଶୀୟ ଓ ଓଡ଼ିଆ ଭାଷା କହିପାରୁଥିଲେ । ୧୯ ବର୍ଷ ବୟସରେ ସାନଗୁମ୍ମାର ଘାସି ଭୁମିୟାନଙ୍କ କନ୍ୟା ମଙ୍ଗୁଳି ଭୁମିଆଙ୍କୁ ବିବାହ କରିଥିଲେ । ସେ ଆଦିବାସୀମାନଙ୍କ ମଧ୍ୟରେ ପ୍ରଚଳିତ ଗୁଣିଆ ଓ ତିଶାରି ବୃତ୍ତିରେ ପାରଙ୍ଗମ ଥିଲେ । ଗୁଣିଆ ବୃତ୍ତି ହେଉଛି ଆଦିବାସୀ ମାନଙ୍କ ମଧ୍ୟରେ ଡାକ୍ତରୀ ବିଦ୍ୟା । ଜଣେ ଗୁଣିଆକୁ ବଣଜଙ୍ଗଲରୁ ଔଷଧୀୟ ସାମଗ୍ରୀ ସଂଗ୍ରହ କରିବା ସହ ଝାଡଣ, ଫୁଙ୍କଣ ଆଦି କରିବାକୁ ପଡେ । ତିଶାରି ବୃତ୍ତି ହେଉଚି ଦେବାରଧନା ବା ପୂଜକର ଦାୟିତ୍ୱ ।

୧୯୩୦ ମସିହାରେ ପିତା ପଦଲାମ ବୟସାଧିକ୍ୟ କାରଣରୁ ଅବସର ନେବାପରେ ଲକ୍ଷ୍ମଣ ନାୟକଙ୍କୁ ଜୟପୁର ରାଜାଙ୍କ ନିକଟେରେ ମୁସ୍ତାଦାର୍ ଭାବରେ ନିୟୁକ୍ତି କରାଯାଇଥିଲା । ଏହାପରେ ସେ ଲକ୍ଷ୍ମଣ ଭୁମିୟାରୁ ଲକ୍ଷ୍ମଣ ନାୟକ ଭାବରେ ପରିଚିତ ହୋଇଥିଲେ ।

ସମୟସାମୟିକ ଆଦିବାସୀ ବିପ୍ଲବ

୧୯୨୧ ମସିହାରେ ମହାତ୍ମାଗାନ୍ଧିଙ୍କ ଡାକରାରେ ଅସହଯୋଗ ଆନ୍ଦୋଳନ ଆରମ୍ଭ ହୋଇଥିଲା ଓ ଏହାର ଦମନ ସ୍ୱରୂପ ବ୍ରିଟିଶ ସରକାର ନାନାଦି ଅତ୍ୟାଚାର ସହ ନୂତନ ଟିକସ ମାନ ଲାଗୁ କରିଥିଲେ । ଏହି ସମୟରେ ବିଭିନ୍ନ ସଶସ୍ତ୍ର ଆଦିବାସୀ ବିଦ୍ରୋହ ଦେଖାଯାଇଥିଲା । କୋରାପୁଟ ଜିଲ୍ଲାର ଗୁଣୁପୁର ,ରାୟଗଡାରେ “ଗୁମ୍ମା ଗରବା ମେଳି” ବା “ଗାଇବା ପିଲା ମେଳି” ସଂଘଟିତ ହେଇଥଲା । ପାରଳାଖେମୁଣ୍ଡି ଅଞ୍ଚଳର ମୁଠାଦାର ମାନେ ସରକାରଙ୍କ ବିରୁଦ୍ଧରେ ମେଳି କରିଥିଲେ । କୋରପୁଟକୁ ଲାଗି ମଧ୍ୟପ୍ରଦେଶ ( ବର୍ତମାନର ଛତିଶଗଡ଼ )ରେ “ବସ୍ତର ମେଳି” ନାମରେ ବିପ୍ଲବ ହେଇଥିଲା । ଏହି ସମୟରେ ଆନ୍ଧ୍ରପ୍ରଦେଶରେ ଆଲୁରୀ ସୀତାରାମ ରାଜୁଙ୍କ ନେତୃତ୍ୱରେ ରମ୍ଫା ଫିତୁରୀ ବା ମେଳି ଅନ୍ୟତମ ମୁଖ୍ୟ ଘଟଣା । ଏହି ମେଳି ଆଦିବାସୀମାନଙ୍କ ମଧ୍ୟରେ ବହୁଳ ଭାବରେ ବନ୍ଧୁକର ବ୍ୟବହାର ପ୍ରସାର କରିଥିଲା । ଏହା ଲକ୍ଷ୍ମଣ ନାୟକଙ୍କ ସ୍ଥାନ ମାଲକାନିଗିରି ଓ ଆନ୍ଧ୍ରର ପର୍ବତ୍ୟାଞ୍ଚଳରେ ସଂଘଟିତ ହେଇଥିଲା । ଏହି ମେଳିରେ ଯୋଗଦାନ କରିଥିବା କକୁର୍କୋଣ୍ଡଆ ଗ୍ରାମର କୋୟା ୟୁବକ ଚନ୍ଦ୍ର କୁଟିୟାଙ୍କ ସଂସ୍ପର୍ଶରେ ଲକ୍ଷ୍ମଣ ଆସି ତାଙ୍କଠୁ ବନ୍ଧୁକ ଚାଳନା ଶିକ୍ଷା କରିବା ସହ ନିଜ ଅଞ୍ଚଳରେ ସଶସ୍ତ୍ର ବିପ୍ଲବ ନିମନ୍ତେ ପରିକଳ୍ପନା କରିଥିଲେ । ମାତ୍ର ପରବର୍ତ୍ତୀ ସମୟରେ ପରାସ୍ତ ସୀତାରାମ ରାଜୁଙ୍କ ଆତ୍ମସମର୍ପଣ ସହ ଏହି ବିପ୍ଲବ ଓ ଯୋଜନାର ଅବସାନ ଘଟିଥିଲା ।

ସ୍ୱାଧିନତା ସଂଗ୍ରାମ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଓଡ଼ିଶା ଏକ ସ୍ୱତନ୍ତ୍ର ପ୍ରଦେଶ ରୂପରେ ଆତ୍ମପ୍ରକାଶ କରିଥିଲା । ସାର ଜନ ଅଷ୍ଟିନ ହବାକ ହେଲେ ଓଡ଼ିଶାର ପ୍ରଥମ ଗଭର୍ଣ୍ଣର। ଏକଦା ତାଙ୍କ କୋରାପୁଟ ଗସ୍ତ ସମୟରେ ତାଙ୍କ ପ୍ରତିନିଧି ଭାବରେ ତତ୍କାଳିନ ଜୟପୁର ରାଜା ସମସ୍ତ ସୁଖସୁବିଧାର ଆୟୋଜନ କରିଥିଲେ । ମାତ୍ର ଏଥି ନିମନ୍ତେ ଆଦିବାସୀଙ୍କୁ ବହୁମୂଲ୍ୟ ଦେବାକୁ ପଡ଼ିଥିଲା । ସମସ୍ତ ପ୍ରକାରର ଉପଲବ୍ଧ ଉତ୍ତମ ଖାଦ୍ୟଦ୍ରବ୍ୟ ବିନାମୂଲ୍ୟରେ ସରକାରଙ୍କୁ ଦେବାସହ ସାହେବଙ୍କ ସେବାନିମନ୍ତେ ବେଠି ଖଟିବାକୁ ପଡ଼ିଥିଲା । ପ୍ରତିବାଦର ପରିଣାମ ଥିଲା ରାଜଦଣ୍ଡ । ସାହେବ ଓ ତାଙ୍କ ଅମଲାମାନଙ୍କର ଏ ଅତ୍ୟାଚରରେ ବିଚଳିତ ଲକ୍ଷ୍ମଣ ନାୟକ ନିଜ ଲୋକଙ୍କ ଦୂରବସ୍ଥା ବିଷୟରେ ତତ୍କାଲିନ ଘୁମର ଗ୍ରାମ ପଞ୍ଚାୟତର କଂଗ୍ରେସ ସଭାପତି ନିଳକଣ୍ଠ ପାତ୍ରଙ୍କୁ ଜଣାଇଥିଲେ । ନିଳକଣ୍ଠ ପାତ୍ର ଆଦିବାସୀମାନେ ହରାଇଥିବା ସମସ୍ତ ସମ୍ପତିର ତାଲିକା ପ୍ରସ୍ତୁତ କରି ଜୟପୁରର ରାଧାକୃଷ୍ଣ ବିଶ୍ୱାସରାୟଙ୍କ ନିକଟକୁ ଯାଇଥିଲେ ଓ ସେ ଏ ସମ୍ବାଦକୁ ଖବର କାଗଜରେ ପ୍ରକାଶ କରିବା ପରେ ତୀବ୍ର ପ୍ରତିକିୟା ପ୍ରକାଶ ପାଇଥିଲା । ପରିଣାମ ସ୍ୱରୂପ ଇଂରେଜ ସରକାର ଲୋକମାନଙ୍କ ଠାରୁ ନିଆଯାଇଥିବା ଜିନିଷର ମୂଲ୍ୟ ଫେରାଇଥିଲେ । ଏହି ଘଟଣା ଫଳରେ ଲକ୍ଷ୍ମଣ ନାୟକଙ୍କ ମନରେ ଅହିଂସା ଓ ତତ୍କାଲିନ କଂଗ୍ରେସ ଉପରେ ବିଶ୍ୱାସ ଜନ୍ମିଥିଲା । ୧୯୩୭-୩୮ରେ ରାଧାକୃଷ୍ଣ ବିଶ୍ୱାସରାୟ ଜୟପୁର ନିକଟସ୍ଥ ନୂଆପୁଟରେ ଖୋଲିଥିବା ତାଲିମ ଶିବିରରେ ଯୋଗଦାନ କରି ମହାତ୍ମାଗାନ୍ଧିଙ୍କ ଦର୍ଶିତ ଆଦର୍ଶ ନୀତି ଓ ଶୃଙ୍ଖଳିତ ଜୀବନଯାପନ ବିଷୟରେ ଶିକ୍ଷା ଲାଭ କରିଥିଲେ ।

ସଂଗ୍ରାମୀ ଜୀବନ

ତାଲିମ ଶିବିରରୁ ଫେରି ଲକ୍ଷ୍ମଣ କୋରାପୁଟରେ ଖଦୀ ଓ ଅହିଂସାର ପ୍ରଚାର ଓ ପ୍ରସାରରେ ଯୋଗ ଦେଇଥିଲେ । ପଶୁବଳିକୁ ବିରୋଧ କରିବା ସହ ନିଜର ତିଶାରି ବୃତ୍ତିରେ ଆଉ ପଶୁବଳି ଦେଇନଥିଲେ । ଲକ୍ଷ୍ମଣ ଗାଁକୁ ଗାଁ ବୁଲି ଲୋକଙ୍କୁ ନିର୍ଭିକ ହେବା ସହ ସରକାରଙ୍କୁ ଟିକସ ନ ଦେବା ଅହିଂସା ମାର୍ଗରେ ପରିଚାଳିତ ହେବା ମଦ୍ୟ ତ୍ୟାଗ କରିବା ସହ ଏକ ଶୃଙ୍ଖଳିତ ଜୀବନ ଧାରଣ ନିମନ୍ତେ ବାର୍ତ୍ତା ପ୍ରଚାର କରୁଥିଲେ । ତାଙ୍କର ପ୍ରଧାନ ସହାୟକ ମଧ୍ୟରେ ବଲରାମ ସିଂ ପୁଜାରୀ,ମୋତିରାମ ସିଂ ପୁଜାରୀ ,ବନସିଂ ପୁଜାରୀ,କୃଷ୍ଣଚନ୍ଦ୍ର ବିଶୋଇ ପ୍ରମୁଖ ଥିଲେ । କୃଷ୍ଣଚନ୍ଦ୍ର ସାକ୍ଷରତା ଅଭିଯାନରେ ସାହାଯ୍ୟ କରି କୋରାପୁଟର ଉଦୟଗିରିଠାରେ ଏକ ସ୍କୁଲ ଖୋଲିଥିଲେ । ଏକ ମୁସ୍ତାଦାର ହୋଇ ମଧ୍ୟ ଲୋକଙ୍କୁ କର ନ ଦେବା ପାଇ କହିବାର ପରିଣାମ ସ୍ୱରୂପ ଲକ୍ଷ୍ମଣଙ୍କୁ ରାଜଦ୍ରୋହୀ ବା ଫିତୁରିଦାର୍ (ଅର୍ଥାତ ରାଜାଙ୍କୁ ବିରୁଦ୍ଧ କରୁଥିବା ମେଳିର ସର୍ଦ୍ଦାର ) ଘୋଷଣା କରି ତାଙ୍କ ଠାରୁ ସରକାରଙ୍କ ତରଫରୁ ଦିଆଯାଇଥିବା ପଦବୀ ଓ ଚାଷ ଜମି ଛଡାଇ ନିଆଯାଇଥିଲା ।

ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ମହାତ୍ମାଗାନ୍ଧିଙ୍କ ଆହ୍ୱାନରେ ବ୍ୟକ୍ତିଗତ ସତ୍ୟାଗ୍ରହରେ ଅଂଶଗ୍ରହଣ କରି ଜେଲଦଣ୍ଡ ପାଇଥିଲେ । ୧୯୪୨ ମସିହା ଅଗଷ୍ଟ ୯ ବମ୍ବେ ଅଧିବେଶନରେ କଂଗ୍ରେସ ବ୍ରିଟିଶ ସରକାର ଭାରତ ଛାଡ ପ୍ରସ୍ତାବ ପାଶ କରିଥିଲା । ଏହା ପରେ ବ୍ରିଟିଶ ସରକାର କଂଗ୍ରେସକୁ ବେଆଇନ ଘୋଷଣା କରିଥିଲା । ଗୁପ୍ତରେ ଏହି ସମ୍ବାଦ ପାଇବା ପରେ ଲକ୍ଷ୍ମଣ ନାୟକ ବଲରାମ ପୁଜାରୀଙ୍କଦ୍ୱାରା ଜୟପୁରରୁ ଆସିଥିବା ନିର୍ଦ୍ଦେଶଗୁଡିକୁ ଆଦିବାସୀ ଭାଷାରେ ଅନୁବାଦ କରାଇ ( “କର ବା ମର”କୁ “ତୋର୍ ବୁତା ତୁଇ କର୍ , ନ ପାରିଲେ ମର୍”) ଗାଁ ଗାଁ ବୁଲି ଲୋକମାନଙ୍କୁ ସତ୍ୟାଗ୍ରହ ଓ ସ୍ୱାଧିନତା ନିମନ୍ତେ ଅହିଂସା ଲଢେଇର ବାର୍ତ୍ତା ପ୍ରଚାର କରିଥିଲେ ।


ସ୍ବତନ୍ତ୍ର ମାଥିଲି ଥାନା ଗୁଳିକାଣ୍ଡ:

୧୯୪୨ ମସିହା ଅଗଷ୍ଟ ୨୧ ତାରିଖ ଶୁକ୍ରବାର ଦିନ ଲକ୍ଷ୍ମଣ ନାୟକଙ୍କ ନେତୃତ୍ୱରେ ସଂଗ୍ରାମୀମାନେ ମାତିଲି ଥାନା ଘେରାଉ କରିଥିଲେ । ଲକ୍ଷ୍ୟ ଅହିଂସାପୂର୍ଣ୍ଣ ଭାବରେଥାନା ଉପରେ ତ୍ରିରଙ୍ଗା ପତାକା ଉଡାଇବା ପାଇଁ ଏହି ଆନ୍ଦୋଳନର ଦମନ ନିମନ୍ତେ ପୋଲିସ କର୍ମୀମାନଙ୍କ ଉପରେ ଲାଠିମାଡ ସହ ଲକ୍ଷ୍ମଣ ନାୟକଙ୍କୁ ଅଲଗା ସମସ୍ତଙ୍କର ଦେଖିଲା ପରି ସ୍ଥାନକୁ ନେଇ ନିସ୍ତୁକ ମାଡ ମାରିବା ସହ ତାଙ୍କର ବୀରକେଶ (ନିଶ)କୁ ଓପାଡି ସେଥିରେ ନିଆଁ ଲଗାଇ ଦେଇଥିଲେ । ବନ୍ଧୁକର ବୟୋନେଟ ମାଡରେ ବେହୋସ ହୋଇପଡ଼ିଥିଲେ ଲକ୍ଷ୍ମଣ ନାୟକ । ଲକ୍ଷ୍ମଣଙ୍କ ଉପରେ ଏତାଦୃଶ୍ୟ ଅତ୍ୟାଚାର ପରେ ମଧ୍ୟ କର୍ମୀ ମାନେ ଆଗକୁ ବଢିଚାଲିବାରୁ ସେମାନଙ୍କ ଉପରେ ପୁଲିସ ଗୁଳିଚାଳନା ଆରମ୍ଭ କରିଦେଇଥିଲା । ମୃତାହତମାନଙ୍କ ମଧ୍ୟରେ ଥିଲେ ଥାନା ଉପରେ ପତାକା ଧରି ଉଡେଇବାକୁ ଚଢ଼ିଥିବା ଟିମସଗୁଡାର ଲିଂଗ ଭୁମିଆ ଓ ସରଗିଗୁଡାର ନକୁଳ ମାଡକାମୀ । ଏ ଗୁଳିକାଣ୍ଡରେ ମାତାଲ ଅବସ୍ଥାରେ ଥିବା ଫରେଷ୍ଟଗାର୍ଡ ଜି.ରାମୟାର ମୃତ୍ୟୁ ହେଇଥିଲା । ଆନ୍ଦୋଳନକୁ ଦମନ କରିବା ପରେ ପୁଲିସ ଲକ୍ଷ୍ମଣ ନାୟକଙ୍କ ଅଚେତ ଶରୀରକୁ ମୃତ ମନେକରି ନିକଟସ୍ଥ ନାଳରେ ଫୋପାଡି ଦେଇଥିଲା । ଚେତା ଫେରିପାଇବା ପରେ ଲକ୍ଷ୍ମଣ ପରିସ୍ଥିତି ବୁଝିପରିଥିଲେ ଓ ଦୁର୍ଗମ ବଣରାସ୍ତା ମଧ୍ୟଦେଇ ଜୟପୁରରେ ପରବର୍ତ୍ତୀ ନିର୍ଦ୍ଦେଶ ପାଇଁ ପହଞ୍ଚିଥିଲେ । ତତପରଦିନ ଲକ୍ଷ୍ମଣ ନାୟକଙ୍କ ଶବ ଦେଖିବାକୁ ନପାଇ ପୁଲିସ ତାଙ୍କୁ ଫେରାର ଘୋଷିତ କରି ଫରେଷ୍ଟଗାର୍ଡ ଜି.ରମାୟାର ହତ୍ୟା ଅଭିଯୋଗରେ ବନ୍ଦୀ କରିବାକୁ ନିର୍ଦ୍ଦେଶନାମା ଜାରି କରିଥିଲା । ପୋଲିସର ଗିରଫ ପରୱାନ ପରେ ଲକ୍ଷ୍ମଣ ଆତ୍ମଗୋପନ କରିଥିଲେ ମଧ୍ୟ ଲୋକଙ୍କ ଉପରେ ଅତ୍ୟାଚାରର କାହାଣୀ ଶୁଣି ପୁଣି ନିଜ ଗ୍ରାମ ତେନ୍ତୁଲିଗୁମାକୁ ଫେରି ଆସିଥିଲେ । (ସଂଗ୍ରହ ସଦାଶିବ ନାୟକ)

ଗିରଫ ଓ ବିଚାର ୧୯୪୨ ମସିହା ସେପ୍ଟେମ୍ବର୨ ତାରିଖରେ ତେନ୍ତୁଲିଗୁମାରୁ ଲକ୍ଷ୍ମଣ ନାୟକ ଓ ତାଙ୍କ ପୁତ୍ର ରଘୁନାଥ , ସନଗୁମ୍ମାରୁ ବନସିଂ ପୁଜାରୀଙ୍କୁ ପୋଲିସ୍ ଗିରଫ କରାଯାଇଥିଲା । କୋରାପୁଟର ଅତିରିକ୍ତ ସେସନ୍ସ ଜଜ ଭି.ରାମନାଥଙ୍କ କୋର୍ଟରେ ବିଚାର କରାଯାଇ ଜି.ରାମୟାର ହତ୍ୟା ଅଭିଯୋଗରେ ଲକ୍ଷ୍ମଣଙ୍କୁ ମୃତ୍ୟୁ ଦଣ୍ଡାଦେଶ ହୋଇଥିଲା ।

ପରବର୍ତ୍ତୀ ସମୟରେ ସତ୍ଯାସତ୍ଯ ସାମ୍ନାକୁ ଆସିଥିଲା ଯେ ସହୀଦ ଲକ୍ଷ୍ମଣ ନାୟକ କାହାକୁ ହତ୍ଯା କରି ନ ଥିଲେ । ବିନା ଦୋଷରେ ଦୋଷାରୋପଣ କରି ମୃତ୍ୟୁ ଦଣ୍ଡାଦେଶ ହୋଇଥିଲା ।

ଶେଷଜୀବନ

ବିଚାର ପରେ ତାଙ୍କୁ କୋରାପୁଟ ଜେଲରୁ ବ୍ରହ୍ମପୁର ଜେଲକୁ ସ୍ଥାନାନ୍ତରିତ କରାଯାଇଥିଲା । ସେଠାରେ ଥିବା ଅନ୍ୟ ପ୍ରମୁଖ ସ୍ୱାଧିନତା ସଂଗ୍ରାମୀଙ୍କ ପ୍ରଚେଷ୍ଟାରେ ପାଟନା ହାଇକୋର୍ଟରେ ଅପିଲ କରାଯାଇଥିଲେ ମଧ୍ୟ ତାହା ଖାରଜ ହେଇଯାଇଥିଲା । ୧୯୪୩ ମସିହା ମାର୍ଚ୍ଚ ୨୯ ତାରିଖରେ ତାଙ୍କୁ ଫାଶୀ ଦିଆଯାଇଥିଲା ।

ଆଧାର

ସଦାଶିବ ନାୟକ : ମାଲକାନଗିରି