"ଚନ୍ଦନ ଯାତ୍ରା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେ ଅଲଗା ଭାଷାର ଉଇକିପିଡ଼ିଆରେ ଏହି ପ୍ରସଙ୍ଗ
ଟିକେ →‎ବାହାର ଚନ୍ଦନଯାତ୍ରା: ପରେ ସଜାଇବି
୧୦ କ ଧାଡ଼ି: ୧୦ କ ଧାଡ଼ି:
===ବାହାର ଚନ୍ଦନଯାତ୍ରା===
===ବାହାର ଚନ୍ଦନଯାତ୍ରା===
ବାହାର ଚନ୍ଦନ ଯାତ୍ରା ସମୟରେ ଶ୍ରୀଜୀଉଙ୍କର ଚଳନ୍ତିପ୍ରତିମା [[ମଦନମୋହନ]]ଙ୍କୁ ସୁସଜ୍ଜିତ ବୋଇତରେ ଚନ୍ଦନ ପୋଖରୀରେ ନୌକାବିହାର କରାଯାଏ । ଏହାକୁ ଚନ୍ଦନ ଚାପ ବୋଲି କହିଥାନ୍ତି । ସଙ୍ଗୀତ ଓ ନୃତ୍ୟସହିତ ଏହି ଯାତ୍ରା ଅତି ମନୋରମ ହୋଇଥାଏ । ଏହି ଯାତ୍ରାର ଶେଷଦିନ ଭଉଁରୀ ଯାତ୍ରା ପାଳନ କରାଯାଏ।
ବାହାର ଚନ୍ଦନ ଯାତ୍ରା ସମୟରେ ଶ୍ରୀଜୀଉଙ୍କର ଚଳନ୍ତିପ୍ରତିମା [[ମଦନମୋହନ]]ଙ୍କୁ ସୁସଜ୍ଜିତ ବୋଇତରେ ଚନ୍ଦନ ପୋଖରୀରେ ନୌକାବିହାର କରାଯାଏ । ଏହାକୁ ଚନ୍ଦନ ଚାପ ବୋଲି କହିଥାନ୍ତି । ସଙ୍ଗୀତ ଓ ନୃତ୍ୟସହିତ ଏହି ଯାତ୍ରା ଅତି ମନୋରମ ହୋଇଥାଏ । ଏହି ଯାତ୍ରାର ଶେଷଦିନ ଭଉଁରୀ ଯାତ୍ରା ପାଳନ କରାଯାଏ।
<!-- ବୈଶାଖ ଶୁକ୍ଳ ତୃତୀୟାରେ ଆରମ୍ଭ ହେଉଥିବା ଚନ୍ଦନ ଯାତ୍ରା ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ ) ପର୍ଯ୍ୟନ୍ତ ଚାଲିଥାଏ ୤


ଦକ୍ଷିଣଘରୁ (ଅଣସର ଘରର ଦକ୍ଷିଣରେ ଥିବା ବେହରଣ ଦ୍ବାର ମୁହଁରେ ଥିବା ଘର) ଅଷ୍ଟଧାତୁ ନିର୍ମିତ ତିନୋଟି ଚଳନ୍ତି ପ୍ରତିମା ମଦନମୋହନ, କୃଷ୍ଣ, ରାମ (ବଳରାମ) ଓ ରତ୍ନସିଂହାସନ ଉପରୁ ଦୁଇଟି ଚଳନ୍ତି ପ୍ରତିମା ଲକ୍ଷ୍ମୀଙ୍କର ସୁବର୍ଣ୍ଣ ପ୍ରତିମା ଓ ସରସ୍ଵତୀଙ୍କର ରୌପ୍ୟ ପ୍ରତିମା ବାହାର ଚନ୍ଦନରେ ଭାଗ ନିଅନ୍ତି ୤
ଚନ୍ଦନ ଯାତ୍ରା ପଟୁଆରରେ ସମୁଦାୟ ଦଶଗୋଟି ଚଳନ୍ତି ପ୍ରତିମା ବିମାନ ଓ ପାଲିଙ୍କିରେ ବିଜେ କରିଥାନ୍ତି ୤ ସବୁଟୁ ସୁଦୃଶ୍ୟ ବିମାନରେ ବିଜେ କରିଥାନ୍ତି ଲକ୍ଷ୍ମୀ, ସରସ୍ବତୀ ଓ ମଦନ ମୋହନ ୤ ବିମାନ ପଛ ପାଲିଙ୍କିଟିରେ ବଳରାମ ଓ କୃଷ୍ଣ ଆରୋହଣ କରିଥାନ୍ତି ପୁଣି ଅନ୍ୟ ପାଞ୍ଚଗୋଟି ବିମାନରେ ପଞ୍ଚୁପାଣ୍ଡବ ରୂପେ ପରିଚିତ ପଞ୍ଚ ମହାଦେବ ବିଜେ କରିଥାନ୍ତ୍ ୤

ନରେନ୍ଦ୍ର ପୁଷ୍କରିଣୀ କୁଳରେ ଏକ ଛାମୁଣ୍ଡିଆ ତିଆରି ହୋଇଥାଏ ୤ ସେଥି ଛାମୁଣ୍ଡିଆ ତଳେ ଦଶଟି ଯାକ ଚଳନ୍ତି ପ୍ରତିମାଙ୍କୁ ଅବସ୍ଥାପିତ କରାଯାଇ ରୁପା ପିଙ୍ଗଣରେ ଥିବା ସୁବାଷିତ ଜଳରେ ପଦଧୌତ କରାଯାଏ ୤

ଯୋଡ଼ିଏ ଲେଖାଁଏ ନୌକା ଯୁକ୍ତ ହୋଇ ଦୁଇ ଗୋଟି ଚାପ ପ୍ରସ୍ତୁତ ହୋଇ ଥାଏ ୤ ଚାପ ଗୁଡ଼ିକୁ ଜରିକାମ ହୋଇଥିବା ମଣ୍ଡଣି ଦ୍ବାରା ସୁଶୋଭିତ କରାଯାଇଥାଏ ୤ ଗୋଟିଏ ଚାପରେ ଥିବା ରୁପା କାରୁକାର୍ଯ୍ୟ ସମ୍ପନ୍ନ ସିଂହାସନରେ ମଦନମୋହନ, ଲକ୍ଷ୍ମୀ, ସରସ୍ଵତୀ, ବଳରାମ ଓ କୃଷ୍ଣ ଉପବେଶନ କରନ୍ତି ୤ ଅନ୍ୟ ଚାପଟିରେ ବସନ୍ତି ପଞ୍ଚୁପାଣ୍ଡବ ରୂପେ ପରିଚିତ ମହାଦେବମାନେ ୤ ପ୍ରତିମାମାନଙ୍କ ସହ ଚାପଦ୍ବୟରେ ପୂଜାପଣ୍ଡା, ସିଂହାରୀ, ଗରାବଡୁ, ସୁଆରବଡୁ, ପତ୍ରୀବଡୁ, ହଡ଼ପ, ଖୁଣ୍ଟିଆ ପ୍ରଭୃତି ସେବକ ରହିଥାଆନ୍ତି ୤ ଚାପ ଦ୍ବୟ ନରେନ୍ଦ୍ର ଜଳରେ ଘେରାଏ ଘେରାଏ ବୁଲି ଆସନ୍ତି ୤

ସ୍ନାନରୀତି ନିମନ୍ତେ ତିନିଗୋଟି କୁଣ୍ଡରେ ଚନ୍ଦନ, କର୍ପୁର, କସ୍ତୁରୀ, ଜାଇଫଳ, ମଲ୍ଲୀ, ଚମ୍ପା, ଜୁଇ, ସୁଗନ୍ଧରାଜ, ଗୋଲାପ ପ୍ରଭୃତି ବ୍ୟବହାର କରି ସୁବାସିତ ଜଳ ପ୍ରସ୍ତୁତ କରାଯାଏ୤ ସେହି କୁଣ୍ଡରେ ବୁଡ଼ ପକାନ୍ତି ଚଳନ୍ତି ପ୍ରତିମାମାନେ ୤ ପାଣିରେ ଅବଗାହନ ପରେ ବେଶ କରାଯାଏ ଦେବ ଦେବୀ ମାନଙ୍କୁ ୤ ୨୧ ଦିନରେ ୨୦ ପ୍ରକାର ବେଶର ପରମ୍ପରା ରହିଛି (୧୯ଶ ଦିନ ବେଶ କରାଯାଏ ନାହିଁ) ୤
<ref>ଗୁରୁବାର, ୩ ମଇ ୨୦୧୨, ପୃଷ୍ଠା: ୮</ref>
କ୍ରମାନୁଯାୟୀ ବେଶଗୁଡ଼ିକ ହେଲା:
# ନଟବର ବେଶ
# ହରିଜନ୍ମ ବେଶ
# ଖଟଦୋଳି ବେଶ
# ରାଜାଧିରାଜ ବେଶ
# ବତ୍ସାହରଣ ବେଶ
# ଗୋମତୀ କୃଷ୍ଣ ବେଶ
# ଅର୍ଘାସୁର ବଧ ବେଶ
# ଚକ୍ର ନାରାୟଣ ବେଶ
# ନାବକେଳି ବେଶ
# ରାସମଣ୍ଡଳି ବେଶ
# ନୃସିଂହ ବେଶ
# କନ୍ଦର୍ପ ରଥ ବେଶ
# ଷଡ଼ଭୂଜ ଗୌରାଙ୍ଗ ବେଶ
# ରଘୁନାଥ ବେଶ
# ବସ୍ତ୍ରହରଣ ବେଶ
# ଗିରିପୂଜା ବେଶ
# ଗଜ ଉଦ୍ଧାରଣ ବେଶ
# କୁଞ୍ଜଦୋଳି ବେଶ
ବେଶ ପରେ ରାତ୍ର ଚାପ ରୀତି ସମ୍ପନ୍ନ କରାଯାଏ ୤ ରାତ୍ରୀ ଚାପରେ ଦୁଇ ଚାପ ସହ ଗୋଟିଏ ବଜନ୍ତ୍ରୀ ନୌକା ଏହି ବିହରଣରେ ବ୍ୟବହୃତ ହୋଇଥାଏ ୤ ବଜନ୍ତ୍ରୀ ନୌକାରେ ଜଣେ ଘଣ୍ଟୁଆ, ଜଣେ କାହାଳିଆ, ଜଣେ ତେଲିଙ୍ଗି ବାଜା ବାଦକ ରହିଥାନ୍ତି ୤ ସେମାନଙ୍କ ସହ ଜଣେ ସେବାୟତ ପୋଲାଙ୍ଗ ତେଲର ଦିହୁଡ଼ୀ ଧରିଥାଏ ୤ ରାତ୍ରୀ ଚାପରେ କେବଳ ଗୋଟିଏ ଘେରା ବୁଲାଯାଏ ୤ ଯାତ୍ରାର ଅନ୍ତିମ ଦିନ (୨୧ତମ ଦିନ) ପୋଖରୀର ଦୀପଦାଣ୍ଡି ଚାରିପଟେ ୨୧ ଘେରା ବୁଲାଯାଇଥାଏ ୤

===ଚନ୍ଦନ ବେଶ===
ସକାଳ ଧୂପର ପରବର୍ତ୍ତୀ ଧୂପ ଅର୍ଥାତ ଛତ୍ର ଭୋଗ ଅର୍ପଣ ପରେ ଜୟ ବିଜୟ ଦ୍ବାର ବନ୍ଦ କରି ଦିଆଯାଏ ୤ ଦିଅଁମାନଙ୍କ ଆଗରେ ଗୋଟିଏ କାଠ ଘଡ଼ା ପକାଇ, ତା’ଉପରୁ ତିନି ଜଣ ସେବାୟତ ଦିଅଁମାନଙ୍କୁ ଚାମରରେ ବିଞ୍ଚନ୍ତି ୤ କିଛି ସମୟ ପରେ ଚାମର ଆଲଟ ବନ୍ଦ ହୋଇ ଆଡ଼ମ୍ବର ସହକାରେ ଚନ୍ଦନ, କର୍ପୁର, କେଶର, ଚୁଆ ପ୍ରଭୃତିର ମିଶ୍ରଣ ଦିଅଁମାନଙ୍କ ଶ୍ରୀଅଙ୍ଗରେ ଲେପନ କରାଯାଏ ୤ ପୁଷ୍ପାଳକ ସେବକ ମାନେ ଏହା ଲାଗି କରନ୍ତି ୤
ନିତିଦିନିଆ ତିନି ସାଧାରଣ ଆଭୂଷଣ ଚିତା, ଗୁଣା ଏବଂ ଅଧରମାଳା (ଯଥାକ୍ରମେ କପାଳ, ନାସାଓ ମୁଖତଳର ଆଭୁଷଣ) ସହ ସ୍ବତନ୍ତ୍ର ପୁଷ୍ପ ଆଭୁଷଣ ଚନ୍ଦନ ବେଶରେ ଉପଯୋଗ କରାଯାଏ ୤
ଅଳକା (କପାଳ ଉପରେ ସଜ୍ଜିତ ହେଉଥିବା ଫୁଲ ମାଳ) ମାଳ ଗ୍ଡ଼ିକ ମନ୍ଦିରର ଫୁଲଦାସୀ ମାନେ ଗୁନ୍ଥି ପ୍ରସ୍ତୁତ କରିଥାନ୍ତି ୤
ବିଗ୍ରହ ତ୍ରୟର ଉଭୟ ପଟର ରାହୁରେଖା (ମସ୍ତକର ଦୁଇ ପାର୍ଶ୍ଵ) ବେଷ୍ଟନ କରି ଗୋଟିଏ ଫୁଲମାଳ ସମଗ୍ର କଳେବରର ଉଭୟପଟେ ଲମ୍ବି ଯାଇଥାଏ ୤ ଏହି ଚଉସରି (ଚାରିଗୋଟି ସରୁ ସରୁ ମାଳ ଏକତ୍ର ଗୁନ୍ଥା ଯାଇଥାଏ) ମାଳଗୁଡ଼ିକ ପ୍ରାୟ ୨୦ଫୁଟ ଯାଏଁ ଲମ୍ବା ହୋଇଥାଏ ୤ ଏହି ହାରଗୁଡ଼ିକୁ ରାଘବ ଦାସ ମଠ ଯୋଗାଇଥାନ୍ତି ୤-->


====ଭଉଁରୀ====
====ଭଉଁରୀ====

୦୯:୩୫, ୧୩ ମଇ ୨୦୧୨ ଅନୁସାରେ କରାଯାଇଥିବା ବଦଳ

ଚନ୍ଦନଯାତ୍ରା ଶ୍ରୀମନ୍ଦିରର ସବୁଠାରୁ ଦୀର୍ଘାତ୍ମକ ପର୍ବ ୤ ଏହା ମହାପ୍ରଭୁ ଜଗନ୍ନାଥଙ୍କର ଗ୍ରୀଷ୍ମ ପର୍ବ।

ମାସ/ତିଥି

ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା) ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ୪୨ ଦିନ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଚନ୍ଦନଯାତ୍ରା ଅନୁଷ୍ଠିତ ହୋଇଥାଏ ୤

ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ୤

ବାହାର ଚନ୍ଦନଯାତ୍ରା

ବାହାର ଚନ୍ଦନ ଯାତ୍ରା ସମୟରେ ଶ୍ରୀଜୀଉଙ୍କର ଚଳନ୍ତିପ୍ରତିମା ମଦନମୋହନଙ୍କୁ ସୁସଜ୍ଜିତ ବୋଇତରେ ଚନ୍ଦନ ପୋଖରୀରେ ନୌକାବିହାର କରାଯାଏ । ଏହାକୁ ଚନ୍ଦନ ଚାପ ବୋଲି କହିଥାନ୍ତି । ସଙ୍ଗୀତ ଓ ନୃତ୍ୟସହିତ ଏହି ଯାତ୍ରା ଅତି ମନୋରମ ହୋଇଥାଏ । ଏହି ଯାତ୍ରାର ଶେଷଦିନ ଭଉଁରୀ ଯାତ୍ରା ପାଳନ କରାଯାଏ।

ଭଉଁରୀ

ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ୨୧ଦିନ ବ୍ୟାପି ଚନ୍ଦନଯାତ୍ରାର ଅନ୍ତିମ ଦିବସରେ ଭଉଁରୀଯାତ୍ରା ଅନୁଷ୍ଠିତ ହୋଇଥାଏ ୤ ପରମ୍ପରା ଅନୁଯାୟୀ ମଦନମୋହନ, ରାମକୃଷ୍ଣ, ଭୂଦେବୀ ଓ ଶ୍ରୀଦେବୀଙ୍କ ସମେତ ଶ୍ରୀଲୋକନାଥ, ଶ୍ରୀମାର୍କଣ୍ଡେଶ୍ଵର, ଶ୍ରୀନୀଳକଣ୍ଠେଶ୍ଵର, ଶ୍ରୀଜମ୍ବେଶ୍ଵର ଏବଂ ଶ୍ରୀକପାଳମୋଚନଙ୍କୁ ଏକ ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ ନରେନ୍ଦ୍ର ପୁଷ୍କରିଣୀକୁ ବିଜେ କରାଯାଏ ୤ ଠାକୁରମାନେ ନରେନ୍ଦ୍ର ପୁଷ୍କରିଣୀରେ ୨୧ଘେରା ଚାପ ଖେଳିବା ପରେ ଶ୍ରୀମନ୍ଦିରକୁ ବାହୁଡ଼ାବିଜେ କରିଥାନ୍ତି ୤

ପରମ୍ପରା ଅନୁଯାୟୀ ଭଉଁରୀଦିନ ସକାଳଧୂପ ହେବାପରେ ପୂଜାପଣ୍ଡାମାନେ ଶ୍ରୀଜୀଉମାନଙ୍କ ଆଜ୍ଞାମାଳଧରି ରଥଖଳାକୁ ଯାଇଥାନ୍ତି ୤ ସେଠାରେ ଶ୍ରୀଅଙ୍ଗଲାଗି ଏହି ଆଜ୍ଞାମାଳଗୁଡ଼ିକୁ ମହାରଣା ସେବକମାନେ ପାଇବାପରେ ନିର୍ମାଣାଧିନ ତିନିରଥର ତିନୋଟି ଅଖରେ ଦୁଇଟି ଲେଖାଏଁ ଚକ ସଂଯୋଗ କରିଥାନ୍ତି ୤

ଭଉଁରୀଯାତ୍ରା ପରଦିନ ଶ୍ରୀଜୀଉମାନଙ୍କର ହଳଦୀପାଣି ନୀତି ଅନୁଷ୍ଠିତ ହୋଇଥାଏ ୤ ଏଥିରେ ଆଜ୍ଞାମାଳ ପାଇବାପରେ ବିମାନ ବିଜେକରି ଠାକୁରମାନେ ନରେନ୍ଦ୍ରପୁଷ୍କରିଣୀରେ ପହଞ୍ଚିବାପରେ କେବଳ ମଦନମୋହନ, ଶ୍ରୀଦେବୀ ଓ ଭୂଦେବୀ ଚାପଡଙ୍ଗାକୁ ବିଜେକରି ହଳଦୀପାଣୀ ପିଚକାରୀ ଖେଳିଥାନ୍ତି୤

ଭିତର ଚନ୍ଦନଯାତ୍ରା

ଏଥିରେ ଶ୍ରୀମଦନମୋହନ, ଭୂଦେବୀ ଓ ଶ୍ରୀଦେବୀ ରୋହିଣୀକୁଣ୍ଡ ନିକଟସ୍ଥ ଜଳକ୍ରୀଡ଼ା ମଣ୍ଡପକୁ ଯାଇ ସେଠାରେ ସୁବାଷିତ ଜଳକୁଣ୍ଡରେ ବିହାର କରିଥାନ୍ତି ୤

ଚନ୍ଦନପ୍ରିୟ ଜଗନ୍ନାଥ

ଶ୍ରୀମନ୍ଦିର ମୁକ୍ତିମଣ୍ଡପ ନିକଟରେ ୮ଫୁଟ ପ୍ରସ୍ଥ ଓ ୧୨ଫୁଟ ଦୈର୍ଘ୍ୟ ବିଶିଷ୍ଟ ‘ଚନ୍ଦନ ଘର’ ଅଛି | ସେଠାରେ ପ୍ରତ୍ୟେକ ଦିନ ଶ୍ରୀଜୀଉମାନଙ୍କ ଲାଗି ଚନ୍ଦନ ଘୋରାଯାଇଥାଏ ୤ ଚନ୍ଦନ ଘୋରିବା ପାଇଁ ଚନ୍ଦନ ଘରେ ଥିବା ତିନୋଟି ଶିଳକୁ ଘୋଟୁଆରୀ ସେବକମାନେ ବ୍ୟବହାର କରିଥାନ୍ତି ୤ ସମୁଦାୟ ସାତଜଣ ଘୋଟୁଆରୀ ଚନ୍ଦନ ଘୋରିଥାନ୍ତି ୤ ସାଧାରଣ ଦିନମାନଙ୍କରେ ଘୋଟୁଆରୀ ସେବକମାନେ ପ୍ରାୟ ୪୪୨ଗ୍ରାମ ଓଜନର ଚନ୍ଦନକାଠ ଘୋରିଥାନ୍ତି[୧], ତେବେ ଚନ୍ଦନ ଯାତ୍ରା ବେଳେ ପ୍ରାୟ ୧କିଲୋ ଓଜନର ଚନ୍ଦନ କାଠ ଘୋରିଥାନ୍ତି୤ ସନ୍ଧ୍ୟାଧୂପର ଅନ୍ନଭୋଗ ଅର୍ପଣ ପରେ ଠାକୁରମାନଙ୍କ ବେଶ ଓହ୍ଲାଇ ଦିଆଯାଇ ତିନିଠାକୁରଙ୍କ ବାହୁ ଓ ସନ୍ନିକଟ ଅଙ୍ଗଦେଶରେ ଚନ୍ଦନ ପ୍ରଲେପ କରାଯାଏ ୤ ସିଂହାରୀ ସେବକ ମାନେ ଠାକୁରଙ୍କ ଏହି ସେବା କରିଥାନ୍ତି ୤

ଆଧାର

  1. ରବିବାର ସମାଜ, ତା: ୦୩.୧୨.୨୦୦୬, ପୃଷ୍ଠା:୦୪

ବାହାର ଲିଙ୍କ