ମହାଳୟା

ଉଇକିପିଡ଼ିଆ‌ରୁ
ମହାଳୟା
ଅନ୍ୟ ନାମମହାଳୟା
ପାଳନକାରୀସନ୍ତାନମାନଙ୍କ ଦ୍ୱାରା
ପ୍ରକାରଧାର୍ମିକ
ପାଳନପିତୃପୁରୁଷଙ୍କୁ ପିଣ୍ଡଦାନ
ତାରିଖଆଶ୍ୱିନ ପ୍ରଥମ ଅମାବାସ୍ୟା
୨୦୨୪ ତାରିଖ୨ ଅକ୍ଟୋବର (ବୁଧବାର)
ପୁନଃପୌନିକତାବାର୍ଷିକ

ମହାଳୟା (ଇଂରାଜୀ: Mahalaya, ମହାଳୟା ଅମାବାସ୍ୟା ନାମରେ ମଧ୍ୟ ଜଣା) ଭାରତର ରାଜ୍ୟ ଓଡ଼ିିିଶାର ଏକ ଧର୍ମଭିତ୍ତିକ ପର୍ବ । ଏହା ହିନ୍ଦୁମାନଙ୍କଦ୍ୱାରା ପିତୃପୁରୁଷଙ୍କ ସନ୍ତୁଷ୍ଟି ପାଇଁ ଏକ ଶ୍ରାଦ୍ଧ କର୍ମ । ମହାଳୟା ଅମାବାସ୍ୟାରେ ଅନୁଷ୍ଠିତ ଶ୍ରାଦ୍ଧକୁ '''ମହାଳୟା ଶ୍ରାଦ୍ଧ''', '''ସାମ୍ବତ୍ସରିକ ଶ୍ରାଦ୍ଧ''' ବା '''ପାର୍ବଣ ଶ୍ରାଦ୍ଧ''' ବା '''ମଉଳା ଶ୍ରାଦ୍ଧ''' କୁହାଯାଏ ।

ଆଶ୍ୱିନ ମାସର ପ୍ରଥମ ପକ୍ଷ "ପିତୃ ପକ୍ଷ" ନାମରେ ଜଣା । ଏହି ପକ୍ଷର ଅମାବାସ୍ୟା "ମହାଳୟା ଅମାବାସ୍ୟା" ନାମରେ ପାଳିତ ।[୧] ପିତୃଗଣଙ୍କ ଉଦ୍ଦେଶ୍ୟରେ ଦାନ ଓ ଉତ୍ସର୍ଗ ଆଦି ପାଳନ କରାଯାଉଥିବାରୁ ଏହାକୁ "ପିତୃପର୍ବ" ମଧ୍ୟ କୁହାଯାଏ । ଆଶ୍ୱିନ ମାସ କୃଷ୍ଣ ପକ୍ଷ ପ୍ରତିପଦାଠାରୁ ଅମାବସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ କୁହାଯାଏ । ଚତୁର୍ଦ୍ଦଶୀ ଯାଏଁ ତର୍ପଣ କଲାପରେ ଅମାବସ୍ୟା ଦିନ ପିଣ୍ଡ ଦାନ କରାଯାଏ । ସୂର୍ଯ୍ୟ କନ୍ୟା ରାଶିରେ ଥିବାବେଳେ ଯେଉଁ ଅମାବାସ୍ୟା ପଡ଼େ ତାହା ମହାଳୟା ଅମାବାସ୍ୟା । ମହଳୟା ଶ୍ରାଦ୍ଧର ତର୍ପଣରେ ବ୍ରହ୍ମା, ବିଷ୍ଣୁ, ରୁଦ୍ର, ପ୍ରଜାପତି, ଅଚାର୍ଯ୍ୟ, ବେଦ, ଛନ୍ଦ, ଗନ୍ଧର୍ବଗଣ, ଦେବଗଣ, ପୁରୁଣାଚାର୍ଯ୍ୟ, ସମ୍ବତ୍ସର, ଶାବୟବ, ନାଗଗଣ, ଯକ୍ଷ, ଭକ୍ଷ, ପିଶାଚ, ବନସ୍ପତି, ଔଷଧ, ଭୂତଗ୍ରାମ, ଚତୁଷ୍ଟୟ ଏବଂ ପୃଥିବୀ ଇତ୍ୟାଦି କୋଡ଼ିଏ ଦେବଗଣଙ୍କୁ ଗୋଟିଏ ଥର ତର୍ପଣ; ସନତ, ସନନ୍ଦ, ସନତନ, କପିଳ, ଆସୁରୀ, ଡୋବୁ, ଏବଂ ପଞ୍ଚଶିଖ ଇତ୍ୟାଦି ସାତ ଋଷିଙ୍କୁ ଦୁଇ ଥର ତର୍ପଣ ଏବଂ ପିତୃପୁରୁଷଗଣଙ୍କୁ ତିନିଥର ତର୍ପଣରେ ଅପ୍ୟାୟିତ କରାଯାଏ । ପିତୃ ତର୍ପଣରେ ପିତାଙ୍କୁ ରୁଦ୍ର ରୂପେ, ପିତାମହଙ୍କୁ ବସୁରୂପେ ଓ ପ୍ରପିତାମହଙ୍କୁ ଆଦିତ୍ୟରୂପେ କଳ୍ପିତ କରାଯାଏ । ପିଣ୍ଡଦାତାଙ୍କ ଆଳୟରେ ସର୍ବଦେବ, ଋଷି, ଏବଂ ପିତୃପୁରୁଷଙ୍କ ଉପସ୍ଥିତ ହେତୁ ଏହାଙ୍କୁ ମହାଳୟା ଶ୍ରଦ୍ଧ କୁହାଯାଏ । ଭାଦ୍ରବ ମାସ କୃଷ୍ଣ ପକ୍ଷ ପ୍ରତିପଦାଠାରୁ ଅମାବାସ୍ୟା, ଏହି ୧୫ ଦିନ ମଧ୍ୟରେ ଜଣେ ଯେକୌଣସି ଦିନ ଶ୍ରାଦ୍ଧ ଦେଇପାରେ, ଏଥିପାଇଁ ଏହାକୁ ପିତୃପକ୍ଷ କୁହଯାଏ । ମହାଳୟା ତିଥିରେ ଓଡ଼ିଶାର ଢେଙ୍କାନାଳ ଜିଲ୍ଲା ଅନ୍ତର୍ଗତ ଭୁବନଠାରେ "ଦଶହରା ବଳଦ ଯାତ୍ରା"ର ଆରମ୍ଭ ହୋଇଥାଏ ।[୨] ଏହି ଦିନ ସମ୍ବଲପୁରର ସମଲେଶ୍ୱରୀଙ୍କ "ଧବଳମୁଖୀ ବେଶ" ହୋଇଥାଏ ।[୩]

ହିନ୍ଦୁ ଧାର୍ମିକ ପରଂପରାରେ ପିତୃପୁରୁଷଙ୍କ ପାଇଁ ପାଳନ କରାଯାଉଥିବା ବିଭିନ୍ନ ଶ୍ରାଦ୍ଧ କର୍ମ ମଧ୍ୟରେ ମହାଳୟା ଶ୍ରେଷ୍ଠତମ । ଏହି ଅବସରରେ ପିତୃ ପକ୍ଷରେ ଯେକୌଣସି ଦିନ ନିଜର ସାଧ୍ୟ ମତେ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଓ ବ୍ରାହ୍ମଣ ଭୋଜନ ଦିଆଯାଏ । ଏହାଦ୍ୱାରା ପୁଣ୍ୟ ଲାଭ ଏବଂ ବଂଶର ଉତ୍ତର ପିଢ଼ିର ସକଳ ଉନ୍ନତି ହେଉଥିବା ବିଶ୍ୱାସ କରାଯାଏ । କିମ୍ବଦନ୍ତି କହେ, ମହାଦାନୀ କର୍ଣ୍ଣଙ୍କର ଦାତାପଣିଆର ପୁରସ୍କାର ସ୍ୱରୂପ ଯମପୁରରେ ତାଙ୍କୁ ସୁନା, ରୁପା ମିଳିଥିଲା । ହେଲେ, ଖାଦ୍ୟ ଦିଆଯାଇ ନ ଥିଲା । କାରଣ, ଜୀବିତାବସ୍ଥାରେ ସେ କେବେ ଅନ୍ନଦାନ କରି ନ ଥିଲେ । ଯମରାଜଙ୍କୁ ପ୍ରାର୍ଥନା କରି ସେ ଚଉଦ ଦିନ ପାଇଁ ମର୍ତ୍ତ୍ୟକୁ ଆସି ବ୍ରାହ୍ମଣ ତଥା ଗରିବମାନଙ୍କୁ ଅନ୍ନଦାନ ଦେଇଥିଲେ । ଯମପୁର ଫେରିବା ପରେ ତାଙ୍କୁ ଆଉ ଅନ୍ନରୁ ବଞ୍ଚିତ କରାଯାଇ ନ ଥିଲା । ମର୍ତ୍ତ୍ୟଲୋକରେ କର୍ଣ୍ଣ କଟାଇଥିବା ସେହି ଚଉଦ ଦିନ ଥିଲା ପିତୃ ପକ୍ଷ ।[୪]

ବିଭିନ୍ନ ସ୍ଥାନରେ ପାଳନ[ସମ୍ପାଦନା]

ପୁରୀ[ସମ୍ପାଦନା]

ବଡ଼ ଦେଉଳରେ ବାଇଶି ପାହାଚରେ ପିଣ୍ଡଦାନ କର୍ମ ହୁଏ ।

ପଶ୍ଚିମ ଓଡ଼ିଶା[ସମ୍ପାଦନା]

ଜଗନ୍ନାଥଙ୍କ ପରି ଦଶହରା ସମୟରେ ମା ସମଲେଶ୍ୱରୀଙ୍କ ବିଭିନ୍ନ ବେଶ ଅନୁଷ୍ଠିତ ହୁଏ । ଯାହା ମହାଳୟା ତିଥିରୁ ଧବଳମୁଖୀ ବେଶରୁ ଆରମ୍ଭ ହୁଏ । ଦେବୀଙ୍କ ଏହି ଅଲୌକିକ ବେଶକୁ ଦର୍ଶନ କଲେ ଗଙ୍ଗାସ୍ନାନର ଫଳ ମିଳେ ବୋଲି ବିଶ୍ୱାସ ରହିଛି । ଦଶହରା ମାସ ପିତୃପକ୍ଷରେ ପରଲୋକଗତ ପିତୃପୁରୁଷଙ୍କୁ ପିଣ୍ଡପ୍ରଦାନ ପରେ ଗଙ୍ଗାସ୍ନାନ ବିଧି ରହିଥିବାରୁ ପଶ୍ଚିମ ଓଡ଼ିଶାର ଲୋକେ ବିକଳ୍ପ ସଦୃଶ୍ଯ ଦେବୀ ସମଲେଶ୍ୱରୀଙ୍କ ଧବଳମୁଖୀବେଶ ଦର୍ଶନ କରିଥାଆନ୍ତି ।

ଆଧାର[ସମ୍ପାଦନା]

  1. Fred W. Clothey (1 January 1978). The Many Faces of Murukan̲: The History and Meaning of a South Indian God. Walter de Gruyter. pp. 134–. ISBN 978-90-279-7632-1.
  2. "ଭୁବନର ପ୍ରସିଦ୍ଧ ଦଶହରା ବଳଦ ଯାତ୍ରା". Odiaspotnews.in. 21 September 2014. Retrieved 11 September 2015.
  3. ନାୟକ, ଅଜିତ (25 September 2005). "ମା' ସମଲେଶ୍ୱରୀଙ୍କ ପୀଠରେ ଆରମ୍ଭ ହେଲା ଷୋହଳ ପୂଜା". Odisha.com. Retrieved 11 September 2015.
  4. "ମହାଳୟା". Sambad. 12 October 2015. Archived from the original on 4 March 2016. Retrieved 12 October 2015.