ରଙ୍ଗବଲ୍ଲଭ ଅମାତ
ଦେଖଣା
ରଙ୍ଗବଲ୍ଲଭ ଅମାତ | |
---|---|
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୧ – ୧୯୬୭ | |
ପୂର୍ବ ଅଧିକାରୀ | ଶାନ୍ତି ପ୍ରକାଶ ଓରାମ |
ପର ଅଧିକାରୀ | ପ୍ରେମଚାନ୍ଦ ଭଗତ |
ନିର୍ବାଚନ ମଣ୍ଡଳୀ | ରାଜଗାଙ୍ଗପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୮ ନଭେମ୍ବର ୧୯୧୬ |
ମୃତ୍ୟୁ | ୧୭ ଡିସେମ୍ବର ୨୦୦୩ | (ବୟସ ୮୭)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ଆଶାବତୀ ଅମାତ |
ବାପା/ବୋଉ | ମଦନ ମୋହନ ଅମାତ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ରଙ୍ଗବଲ୍ଲଭ ଅମାତ (୮ ନଭେମ୍ବର ୧୯୧୬ - ୧୭ ଡିସେମ୍ବର ୨୦୦୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାଜଗାଙ୍ଗପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ରଙ୍ଗବଲ୍ଲଭ ଅମାତ ୧୯୧୬ ମସିହାର ନଭେମ୍ବର ମାସ ୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମଦନ ମୋହନ ଅମାତ ଓ ପତ୍ନୀଙ୍କ ନାମ ଆଶାବତୀ ଅମାତ ।[୨]
ରାଜନୈତିକ ଜୀବନ
[ସମ୍ପାଦନା]ରଙ୍ଗବଲ୍ଲଭ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୨]
ମୃତ୍ୟୁ
[ସମ୍ପାଦନା]ରଙ୍ଗବଲ୍ଲଭ ଅମାତ ୨୦୦୩ ମସିହାରେ ଡିସେମ୍ବର ୧୭ରେ ୮୭ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୨]
ଆଧାର
[ସମ୍ପାଦନା]- ↑ "LIST OF MEMBERS OF ODISHA LEGISLATIVE ASSEMBLY (1951–2004)" (PDF). ODISHA REFERENCE ANNUAL: 458. 2011. Archived from the original (PDF) on 2 October 2020. Retrieved 29 August 2020.
- ↑ ୨.୦ ୨.୧ ୨.୨ "Shri Rangaballabh Amat". odishaassembly.nic.in. Odisha Assembly. Retrieved 22 October 2020.